< ପ୍ରଥମ ରାଜାବଳୀ 4 >

1 ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।
So King Solomon ruled over Israel,
2 ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।
and these were his chief officials: Azariah son of Zadok was the priest;
3 ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ
Elihoreph and Ahijah, the sons of Shisha, were secretaries; Jehoshaphat son of Ahilud was the recorder;
4 ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି, ସାଦୋକ ଓ ଅବୀୟାଥର ଯାଜକ ଥିଲେ;
Benaiah son of Jehoiada was in charge of the army; Zadok and Abiathar were priests;
5 ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।
Azariah son of Nathan was in charge of the governors; Zabud son of Nathan was a priest and adviser to the king;
6 ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।
Ahishar was in charge of the palace; and Adoniram son of Abda was in charge of the forced labor.
7 ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।
Solomon had twelve governors over all Israel to provide food for the king and his household. Each one would arrange provisions for one month of the year,
8 ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର।
and these were their names: Ben-hur in the hill country of Ephraim;
9 ମାକସ୍‍, ଶାଲବୀମ୍‍, ବେଥ୍-ଶେମଶ ଓ ଏଲୋନ-ବେଥ୍-ହାନନ୍‍ରେ ବିନ୍‍-ଦେକର;
Ben-deker in Makaz, in Shaalbim, in Beth-shemesh, and in Elon-beth-hanan;
10 ଅରୁବୋତରେ ବିନ୍‍-ହେଷଦ୍‍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;
Ben-hesed in Arubboth (Socoh and all the land of Hepher belonged to him);
11 ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍‍ ଥିଲା।
Ben-abinadab in Naphath-dor (Taphath, a daughter of Solomon, was his wife);
12 ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନରେ ଅହୀଲୂଦର ପୁତ୍ର ବାନା।
Baana son of Ahilud in Taanach, in Megiddo, and in all of Beth-shean next to Zarethan below Jezreel, from Beth-shean to Abel-meholah and on past Jokmeam;
13 ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀର-ବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
Ben-geber in Ramoth-gilead (the villages of Jair son of Manasseh in Gilead belonged to him, as well as the region of Argob in Bashan with its sixty great cities with walls and bronze bars);
14 ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।
Ahinadab son of Iddo in Mahanaim;
15 ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।
Ahimaaz in Naphtali (he had married Basemath, a daughter of Solomon);
16 ଆଶେର ଓ ବାଲୋତ୍‍ରେ ହୂଶୟର ପୁତ୍ର ବାନା।
Baana son of Hushai in Asher and in Aloth;
17 ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍‍;
Jehoshaphat son of Paruah in Issachar;
18 ବିନ୍ୟାମୀନ୍‍ରେ ଏଲାର ପୁତ୍ର ଶିମୀୟି;
Shimei son of Ela in Benjamin;
19 ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍‍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
Geber son of Uri in the land of Gilead, including the territories of Sihon king of the Amorites and of Og king of Bashan. There was also one governor in the land of Judah.
20 ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
The people of Judah and Israel were as numerous as the sand on the seashore, and they were eating and drinking and rejoicing.
21 ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟି ଆଣିଲେ ଓ ତାଙ୍କର ସେବା କଲେ।
And Solomon reigned over all the kingdoms from the Euphrates to the land of the Philistines, as far as the border of Egypt. These kingdoms offered tribute and served Solomon all the days of his life.
22 ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,
Solomon’s provisions for a single day were thirty cors of fine flour, sixty cors of meal,
23 ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
ten fat oxen, twenty range oxen, and a hundred sheep, as well as deer, gazelles, roebucks, and fattened poultry.
24 କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।
For Solomon had dominion over everything west of the Euphrates —over all the kingdoms from Tiphsah to Gaza—and he had peace on all sides.
25 ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ ନିରାପଦରେ ବାସ କଲେ।
Throughout the days of Solomon, Judah and Israel dwelt securely from Dan to Beersheba, each man under his own vine and his own fig tree.
26 ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।
Solomon had 4,000 stalls for his chariot horses and 12,000 horses.
27 ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।
Each month the governors in turn provided food for King Solomon and all who came to his table. They saw to it that nothing was lacking.
28 ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।
Each one also brought to the required place their quotas of barley and straw for the chariot horses and other horses.
29 ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
And God gave Solomon wisdom, exceedingly deep insight, and understanding beyond measure, like the sand on the seashore.
30 ପୂର୍ବଦେଶୀୟ ଓ ମିସରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।
Solomon’s wisdom was greater than that of all the men of the East, greater than all the wisdom of Egypt.
31 କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।
He was wiser than all men—wiser than Ethan the Ezrahite, and wiser than Heman, Calcol, and Darda, the sons of Mahol. And his fame spread throughout the surrounding nations.
32 ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।
Solomon composed three thousand proverbs, and his songs numbered a thousand and five.
33 ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।
He spoke of trees, from the cedar in Lebanon to the hyssop growing in the wall, and he taught about animals, birds, reptiles, and fish.
34 ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।
So men of all nations came to listen to Solomon’s wisdom, sent by all the kings of the earth, who had heard of his wisdom.

< ପ୍ରଥମ ରାଜାବଳୀ 4 >