< ପ୍ରଥମ ରାଜାବଳୀ 5 >
1 ଏଥିଉତ୍ତାରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍ର ପ୍ରିୟପାତ୍ର ଥିଲେ।
И посла Хирам царь Тирский отроки своя к Соломону: услыша бо, яко помазаша его на царство вместо Давида отца его, яко любяше Хирам Давида во вся дни.
2 ଏଣୁ ଶଲୋମନ ହୂରମ୍ ନିକଟକୁ ଏହି କଥା କହି ପଠାଇଲେ,
И посла Соломон к Хираму, глаголя:
3 “ଆପଣ ଜାଣନ୍ତି, ମୋʼ ପିତା ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରି ପାରିଲେ ନାହିଁ, କାରଣ ସଦାପ୍ରଭୁ (ଶତ୍ରୁମାନଙ୍କୁ) ତାଙ୍କର ପଦତଳସ୍ଥ କରିବା ପର୍ଯ୍ୟନ୍ତ ତାଙ୍କ ଚାରିଆଡ଼େ ଯୁଦ୍ଧ ଘେରିଥିଲା।
ты веси отца моего Давида, яко не возможе создати дому имени Господа Бога моего, от лица противных, окруживших его, дондеже даде я Господь под стопы ног его:
4 ମାତ୍ର ଏବେ ସଦାପ୍ରଭୁ ମୋʼ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।
и ныне упокои Господь Бог мой мне окрест, несть наветника, ниже сопротивника лукаваго:
5 ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଥିଲେ, ‘ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’
и се, аз глаголю создати дом имени Господа Бога моего, якоже глагола Господь Бог к Давиду отцу моему, глаголя: сын твой, егоже дам вместо тебе на престол твой, той созиждет дом имени Моему:
6 ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”
и ныне заповеждь, да насекут ми древ от Ливана, и се, раби мои с рабы твоими, и мзду трудов твоих дам ти по всему елика речеши, понеже ты веси, яко несть нам ведущаго древа сещи, якоже Сидоняне.
7 ସେତେବେଳେ ହୂରମ୍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”
И бысть егда услыша Хирам словеса Соломоня, возрадовася зело и рече: благословен Бог днесь, Иже даде Давиду сына разумна над людьми сими многими.
8 ଏଉତ୍ତାରେ ହୂରମ୍ ଶଲୋମନଙ୍କ ନିକଟକୁ କହି ପଠାଇଲା, “ଆପଣ ମୋʼ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।
И посла Хирам к Соломону, глаголя: слышах о всех, ихже ради послал еси ко мне: аз сотворю все хотение твое о древах кедровых и певговых:
9 ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ।”
слуги мои изнесут я от Ливана к морю, и аз положу я в складения на место, идеже возвестиши мне, и довезу я тамо: и ты возмеши, и сотвориши хотение мое, еже дати хлебы дому моему.
10 ଏହିରୂପେ ହୂରମ୍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ ଓ ଦେବଦାରୁ କାଷ୍ଠ ଦେଲା।
И бе Хирам дая Соломону кедры и певги и всю волю его.
11 ପୁଣି, ଶଲୋମନ ହୂରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍କୁ ଦେଲେ।
И даде Соломон Хираму двадесять тысящ мер пшеницы, и пищу дому его, и двадесять тысящ мер елеа чистаго: по сему даваше Соломон Хираму на всяко лето.
12 ପୁଣି, ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ ଶଲୋମନଙ୍କୁ ଜ୍ଞାନ ଦେଲେ; ଆଉ ହୂରମ୍ ଓ ଶଲୋମନଙ୍କ ମଧ୍ୟରେ ସନ୍ଧି ଥିଲା ଓ ସେ ଦୁହେଁ ପରସ୍ପର ନିୟମ କଲେ।
И Господь даде Соломону премудрость, якоже глагола ему. И бе мир между Хирамом и между Соломоном, и положиша завет между собою.
13 ଏଥିଉତ୍ତାରେ ଶଲୋମନ ରାଜା ସମୁଦାୟ ଇସ୍ରାଏଲ ମଧ୍ୟରୁ ବେଠିକର୍ମ ନିମନ୍ତେ ଲୋକ ସଂଗ୍ରହ କଲେ; ତହିଁରେ ତିରିଶ ହଜାର ଲୋକ ସଂଗୃହୀତ ହେଲେ।
И взя царь дань от всего Израиля, и бе дань тридесять тысящ мужей.
14 ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
И посла я в Ливан, десять тысящ на месяц в премену: месяц быша в Ливане и два месяца в дому своем: и бяше Адонирам над данию.
15 ପୁଣି, ଶଲୋମନଙ୍କର ସତୁରି ହଜାର ଭାରବାହକ ଓ ପର୍ବତରେ ଅଶୀ ହଜାର ପଥର-କଟାଳୀ ଥିଲେ।
И бяше Соломону седмьдесят тысящ носящих бремена и осмьдесят тысящ секущих камение в горе,
16 ଏହାଛଡ଼ା କର୍ମକାରୀ ଲୋକମାନଙ୍କ ଉପରେ ଶଲୋମନଙ୍କର ତିନି ହଜାର ତିନି ଶହ ପ୍ରଧାନ କାର୍ଯ୍ୟାଧ୍ୟକ୍ଷ ନିଯୁକ୍ତ ଥିଲେ।
кроме старейшин приставленых над делами Соломоними, три тысящы и шесть сот приставник делающих дела.
17 ପୁଣି, ପ୍ରସ୍ତୁତ ପ୍ରସ୍ତରରେ ଗୃହର ଭିତ୍ତିମୂଳ ସ୍ଥାପନ କରିବା ନିମନ୍ତେ ସେମାନେ ରାଜାଜ୍ଞାରେ ବୃହତ ପ୍ରସ୍ତର ଓ ମୂଲ୍ୟବାନ ପ୍ରସ୍ତର ଖୋଳିଲେ।
И заповеда царь, и взяша камение великое, камение честное на основание храма, и камение нетесаное.
18 ଆଉ ଶଲୋମନଙ୍କର, ହୂରମ୍ର ରାଜମିସ୍ତ୍ରୀମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।
И истесаша сынове Соломони и сынове Хирамли и каменосечцы Гевалстии: и изготовиша камения и древа в три лета.