< ପ୍ରଥମ ରାଜାବଳୀ 6 >
1 ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ଵର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ।
यसैले सोलोमनले परमप्रभुको मन्दिर निर्माण गर्न सुरु गरे । इस्राएलीहरू मिश्र देशबाट निस्केर आएको चार सय असीऔँ वर्षमा, सोलोमनले इस्राएलमाथि राज्य गरेको चौथो वर्षको जीभ अर्थात् दोस्रो महिनामा कामको थालनी भएको थियो ।
2 ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।
सोलोमन राजाले परमप्रभुको निम्ति बनाएका मन्दिरको लमाइ साठी हात, चौडाइ बिस हात र उचाइ तिस हात थियो ।
3 ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।
मन्दिरको मुख्य सभाकक्षको सामुन्नेको दलान मन्दिरको चौडाइ बराबरको थियो अर्थात् बिस हातो लामो थियो, र त्यो मन्दिरको अगिल्तिर दस हातसम्म निस्केको थियो ।
4 ପୁଣି, ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ।
तिनले मन्दिरको छानामुनिका साँघुरा झ्यालहरू बनाए ।
5 ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ମହାପବିତ୍ର ସ୍ଥାନର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।
मुख्य सभाकक्षका भित्ताहरूको विपरीत तिनले यसको वरिपरि कोठाहरू बनाए अर्थात् तिनले भित्री र बाहिरी कोठा बनाए । तिनले चारैतिर कोठाहरू बनाए ।
6 ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ, କଡ଼ିକାଠ ଯେପରି ଗୃହର କାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହର କାନ୍ଥର ବାହାର ଭାଗରେ ଆଧାର କଲେ।
सबैभन्दा मुनिको तलाको चौडाइ पाँच हात, बिचको तलाको चौडाइ छ हात र तेस्रो तलाको चौडाइचाहिँ सात हात थियो । तिनले मन्दिरका चारैपट्टि बाहिरतिर मन्दिरको भित्तामा केही नघुसाऊन् भनी पालीहरू निर्माण गरे ।
7 ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି କଟାଳି, କୌଣସି ଲୌହାସ୍ତ୍ରର ଶବ୍ଦ ଶୁଣା ନ ଗଲା।
ढुङ्गाको खानीमा नै तयार पारिएका ढुङ्गाहरूबाट मन्दिर बनाइयो । यसको निर्माण हुँदा घन वा छिनु वा कुनै किसिमको फलामे औजारको आवाज सुनिएन ।
8 ମଧ୍ୟମ କୋଠରିମାନର ଦ୍ୱାର ଗୃହର ଦକ୍ଷିଣ ଭାଗରେ ଥିଲା; ପୁଣି, ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକୁ ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକୁ ଚଢ଼ିଗଲେ।
मन्दिरको दक्षिणपट्टि सबैभन्दा तल्लो तलाको प्रवेशद्वारा थियो, अनि त्यहाँबाट बिचको र तेस्रो तलामा जानलाई सिँढी थियो ।
9 ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ, ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ।
यसरी सोलोमनले मन्दिर बनाएर सिद्ध्याए । तिनले मन्दिरलाई दलिन र देवदारुका फल्याकहरूले ढाके ।
10 ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା।
तिनले मन्दिरको भित्री कक्षको विपरीत किनाराका कोठाहरू बनाए र हरेक कोठाको उचाइ पाँच हात थियो । ती मन्दिरसँगै देवदारुका काठका सत्तरीले जोडिएका थिए ।
11 ଏଥିଉତ୍ତାରେ ଶଲୋମନଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
परमप्रभुको यो वचन सोलोमनकहाँ आयो,
12 “ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।
“तैँले बनाइरहेको यो मन्दिरको विषयमा भन्नुपर्दा, तैँले मेरा विधिविधानहरू पालन गरी न्याय कायम गरिस् र मेरा सबै आज्ञा पालन गरी तिनमा हिँडिस् भने मैले तेरा पिता दाऊदसित बाँधेको प्रतिज्ञा तँद्वारा नै पुरा गर्ने छु ।
13 ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।”
म इस्राएलका मानिसहरूका बिचमा बस्ने छु, र तिनीहरूलाई त्याग्ने छैनँ ।”
14 ଏହିରୂପେ ଶଲୋମନ ଗୃହ ନିର୍ମାଣ କରି ତାହା ସମାପ୍ତ କଲେ।
यसरी सोलोमनले मन्दिर बनाएर सिद्ध्याए ।
15 ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।
तिनले देवदारुका फल्याकहरूले मन्दिरको भुइँदेखि दलिनसम्म भित्रपट्टिका भित्ताहरू बनाई मन्दिरको भुइँमा सल्लाका फल्याकहरू ओछ्याए ।
16 ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।
तिनले मन्दिरको पछाडिपट्टि भुइँदेखि दलिनसम्म देवदारुका बिस हात लामा फल्याकहरू मिलाएर राखे । तिनले यसलाई भित्री कोठा अर्थात् महा-पवित्रस्थान बनाए ।
17 ତହିଁରେ ଗୃହ, ଅର୍ଥାତ୍, ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା।
महा-पवित्रस्थानको अगाडिपट्टि रहेको मुख्य कक्ष अर्थात् पवित्रस्थान चालिस हात लामो थियो ।
18 ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛିମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।
मन्दिरको भित्रपट्टिको देवदारुको काठमा फक्रेका फुल र लौकाका बुट्टा कुँदिएका थिए । ती सबै देवदारुका थिए । एउटै पनि ढुङ्गा देखिँदैनथ्यो ।
19 ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହାପବିତ୍ର ସ୍ଥାନ ପ୍ରସ୍ତୁତ କଲେ।
परमप्रभुको करारको सन्दुक राख्नका लागि सोलोमनले मन्दिरको भित्री कोठा तयार पारे ।
20 ଆଉ ସେହି ମହାପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।
भित्री कोठा बिस हात लामो, बिस हात चौडा र बिस हात अग्लो थियो । सोलोमनले भित्ताहरू निखुर सुनले मोहोरी वेदीलाई देवदारुको काठले ढाके ।
21 ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ମହାପବିତ୍ର ସ୍ଥାନ ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ।
सोलोमनले मन्दिरको भित्री भाग निखुर सुनले मोहोरे, र भित्री कोठाको सामुन्ने तिनले सुनका सिक्रीहरू झुण्ड्याए ।
22 ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହାପବିତ୍ର ସ୍ଥାନର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।
मन्दिरको निर्माण नसकिएसम्म तिनले सम्पूर्ण भित्री भाग सुनले मोहोरे । भित्री भागमा भएको वेदीलाई पनि तिनले सुनले मोहोरे ।
23 ପୁଣି, ସେ ମହାପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।
सोलोमनले भित्री कोठाको लागि जैतूनको काठबाट दुईवटा करूब बनाए । प्रत्येकको उचाइ दस हात थियो ।
24 ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା।
पहिलो करूबको एउटा पखेटा पाँच हात लामो थियो भने अर्को पखेट पनि पाँचै हात लामो थियो । एउटा पखेटाको टुप्पोदेखि अर्को पखेटाको टुप्पोसम्म दस हात थियो ।
25 ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ।
दोस्रो करूबको नाप पनि दसै हात थियो । दुवै करूबको कद र आकार उही थिए ।
26 ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ମଧ୍ୟ ସେହିପରି ଥିଲା।
एउटा करूबको उचाइ दस हात थियो र अर्कोको उचाइ पनि उत्ति नै थियो ।
27 ପୁଣି, ସେ ସେହି କିରୂବଦ୍ୱୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି, ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା।
सोलोमनले करूबहरूलाई सबैभन्दा भित्री कोठामा राखे । ती करूबका पखेटाहरू बाहिरतिर फैलिएका थिए । एउटा करूबको एउटा पखेटाले एकापट्टिको भित्तालाई र अर्को करूबको एउटा पखेटाले अर्कोपट्टिको भित्तालाई छुन्थे । तिनीहरूका अर्का पखेटाहरूले चाहिँ महा-पवित्रस्थानको बिच भागमा एक-अर्कालाई छुन्थे ।
28 ତହୁଁ ସେ କିରୂବମାନଙ୍କୁ ସୁବର୍ଣ୍ଣରେ ମଡ଼ାଇଲେ।
सोलोमनले करूबहरूलाई सुनले मोहोरे ।
29 ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।
तिनले मन्दिरका चारैपट्टिका भित्री र बाहिरी कोठाहरूका सबै भित्तामा करूब, खजूरका बोट र फक्रेका फुलका बुट्टाहरू कुँदे ।
30 ଆହୁରି ଗୃହ-ଚଟାଣର ଭିତର ବାହାର ସୁବର୍ଣ୍ଣରେ ମଡ଼ାଇଲେ।
सोलोमनले मन्दिरका भित्री र बाहिरी कोठाहरूका भुइँलाई सुनले मोहोरे ।
31 ଆଉ, ସେ ମହାପବିତ୍ର ସ୍ଥାନର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା।
सोलोमनले भित्री कोठाको प्रवेशद्वारको लागि पाँच पट्टिका थाम भएका जैतूनको काठका ढोकाहरू बनाए ।
32 ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନର ଆକୃତି ଖୋଦାଇଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।
यसरी तिनले जैतूनको काठका दुईवटा ढोका बनाए, र तिनका करूब, खजूरका बोट र फक्रेका फुलका चित्रहरू खोपे । तिनले तिनमा निखुर सुनले मोहोरी करूबहरू र खजुरका बोटहरूलाई सुनले ढाके ।
33 ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ୱାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ;
यसै गरी, सोलोमनले मन्दिरको मुख्य सभाकक्षको प्रवेशद्वारको निम्ति जैतूनको काठका चार पट्टिका थामहरू बनाए ।
34 ଆଉ, ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା।
तिनले खोपिल्टामा घुम्ने दुईवटा खापा भएका सल्लाका दुईवटा ढोका पनि बनाए ।
35 ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ।
तिनले तिनमा करूब, खजुरका बोट र फक्रेका फुलका चित्रहरू कुँदी तिनलाई सुनले मोहोरे ।
36 ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।
तिनले भित्री चोक काटेका ढुङ्गाका तिन लहर गरी र देवदारुको काठको सत्तरीको एक लहर गरी बनाए ।
37 ଚତୁର୍ଥ ବର୍ଷର ସିବ୍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା।
चौथो वर्षको जीभ महिनामा परमप्रभुको मन्दिरको जग बसालियो ।
38 ପୁଣି, ଏକାଦଶ ବର୍ଷର ବୂଲ ନାମକ ଅଷ୍ଟମ ମାସରେ ନିରୂପିତ ଆକୃତି ଅନୁସାରେ ସମୁଦାୟ ଅଂଶରେ ଗୃହର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଏରୂପେ ତାହା ନିର୍ମାଣ କରିବାରେ ତାଙ୍କୁ ସାତ ବର୍ଷ ଲାଗିଲା।
एघारौँ वर्षको बूल महिना अर्थात् आठौँ महिनामा निर्देशनमुताबिक मन्दिरका सबै भाग बनाएर सिद्ध्याइयो । मन्दर बनाउन सोलोमनलाई सात वर्ष लाग्यो ।