< ପ୍ରଥମ ରାଜାବଳୀ 7 >
1 ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ।
Salomon je sagradio i svoj dvor; u trinaest ga je godina potpuno dovršio.
2 କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।
Sagradio je dvor od libanonske šume: stotinu lakata dug, pedeset širok i trideset lakata visok, na četiri reda cedrovih stupova, a na stupovima bijahu cedrove grede.
3 ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।
Bio je pokriven cedrovinom iznad soba koje su počivale na stupovima. Ovih je bilo četrdeset i pet: petnaest u svakom redu.
4 ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
Bila su tri reda prozora: po tri su prozora gledala jedan prema drugome.
5 ଖିଡ଼ିକିର ସମସ୍ତ ଦ୍ୱାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
Sva vrata s dovratnicima bila su četverokutna i po tri su prozora stajala jedan prema drugome.
6 ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।
Načinio je trijem od stupova, pedeset lakata dug i trideset širok.
7 ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।
Zatim je sagradio prijestolni trijem gdje je sudio; i sudački trijem, obložen cedrovinom od poda do stropa.
8 ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।
Njegovo prebivalište, u drugom dvorištu i unutar predvorja, bilo je istoga oblika. Sagradio je i kuću, nalik na onaj trijem, faraonovoj kćeri, kojom se bijaše oženio.
9 ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା।
Sve su te građevine bile od biranog kamena, sječena po mjeri, a klesana iznutra i izvana, od temelja sve do drvenih spojnica, a vani sve do velikog predvorja.
10 ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।
Temelji su im bili od birana, velikog kamena: od deset i od osam lakata,
11 ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।
a nadgradnja od birana, po mjeri klesana kamena i od cedrovine.
12 ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।
A tri su reda klesanog kamena i red cedrovih greda okruživali veliko predvorje, a tako i unutrašnje predvorje Doma Jahvina.
13 ଏଥିଉତ୍ତାରେ ଶଲୋମନ ରାଜା ଲୋକ ପଠାଇ ହୂରମ୍କୁ ସୋରରୁ ଅଣାଇଲେ।
Salomon posla po Hirama iz Tira.
14 ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା।
Bio je to sin udovice iz plemena Naftalijeva, ali mu otac bijaše iz Tira, kovač tuča. Bio je pun vještine, umijeća i znanja da svašta izrađuje od tuča. Dođe on kralju Salomonu i sav mu posao izradi.
15 ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା।
Salio je dva stupa od tuča; jedan je stup bio visok osamnaest lakata, a koncem mjeren unaokolo imao je dvanaest lakata, isto tako i drugi.
16 ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।
I načini dvije glavice od tuča da se stave povrh stupova; jedna je glavica bila visoka pet lakata i druga je bila pet lakata visoka.
17 ସ୍ତମ୍ଭ-ମଥାନର ସେହି ମୁଣ୍ଡାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ଡାଳି ପାଇଁ ସାତ ଓ ଅନ୍ୟ ମୁଣ୍ଡାଳି ପାଇଁ ସାତ।
Načini dva opleta u obliku pletera i lančaste žice da pokriju glavice na vrhu stupova; sedam za jednu glavicu i sedam za drugu.
18 ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।
Onda izradi mogranje: bili su u dva reda oko svake mreže.
19 ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା।
Glavice na vrhu stupova pred trijemom imale su oblik ljiljana, od četiri lakta.
20 ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।
Stajale su na oba stupa kod izbočine što je bila prema lančancu. Dvije stotine mogranja bilo je oko prve glavice i dvije stotine oko druge.
21 ଆହୁରି ସେ ମନ୍ଦିରର ବାରଣ୍ଡାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍ (ତହିଁରେ ବଳ) ଦେଲା।
Podiže stupove pred trijemom Hekala; jedan postavi na desnu stranu i nazva ga Jahin; postavi drugi stup na lijevu stranu i dade mu ime Boaz.
22 ପୁଣି, ସେହି ସ୍ତମ୍ଭ-ମଥାନ ଉପରେ କଇଁଫୁଲ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା।
Na samom vrhu stupova postavi izrađene ljiljane. I tako dovrši stupove.
23 ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା।
Tada od rastaljene kovine izli more koje je od ruba do ruba mjerilo deset lakata; bilo je okruglo naokolo, pet lakata visoko, a u opsegu, mjereno vrpcom, imalo je trideset lakata.
24 ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।
Pod rubom mu bijahu uresi kao cvjetne čaške koje su ga optakale sasvim: po deset na lakat optakale su more unaokolo; cvjetne su čaške bile u dva reda i salivene s njim.
25 ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍ଭାଗ ଭିତରକୁ ଥିଲା।
Počivalo je na dvanaest volova: tri su gledala na sjever, tri na zapad, tri na jug, a tri na istok; more je stajalo na njima i svi su stražnjim dijelom bili okrenuti unutra.
26 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।
Bilo je debelo pedalj, rub mu kao rub u čaše, kao cvijet, a moglo je primiti tri tisuće bata.
27 ପୁଣି, ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ, ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା।
Načinio je deset tučanih podnožja; svako je podnožje bilo četiri lakta dugo, četiri lakta široko, a tri lakta visoko.
28 ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହି ସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା;
Podnožja su bila ovako izrađena: imala su okvire, a okviri su stajali među preponama.
29 ପୁଣି, ବିଟର ମଧ୍ୟବର୍ତ୍ତା ସେହି ସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।
Na okvirima među preponama bili su lavovi, volovi i kerubini; a na samim preponama, kako iznad lavova i volova tako i pod njima, bijahu ukrasi poput vijenaca.
30 ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରି କୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହି ସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।
Svako je podnožje imalo četiri tučana točka i osovine od tuča; četiri su njihove noge imale držače; pod umivaonikom bijahu držači sliveni s ukrasima.
31 ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନ ହୋଇ ଚତୁଷ୍କୋଣ ଥିଲା।
Gore, gdje su se držači sastavljali, bio je otvor podnožja; imao je lakat i pol; otvor je bio okrugao, u obliku ukrasne posude, a na njemu su bili uklesani i ukrasi; ali prepone bijahu četvrtaste, a ne okrugle.
32 ପୁଣି, ମଧ୍ୟଦେଶ ତଳେ ଚାରି ଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।
Četiri su točka bila pod preponom. Osovine im izlazile na podnožju; svaki točak bijaše visok lakat i pol.
33 ଆଉ ସେହି ସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା।
Točkovi su bili slični točkovima običnih kola: njihove osovine, naplaci, paoci i glavčine - sve bijaše liveno.
34 ପୁଣି, ପ୍ରତ୍ୟେକ ବଇଠିକିର ଚାରି କୋଣରେ ଚାରି ଅବଲମ୍ବନ ଥିଲା, ସେହି ଅବଲମ୍ବନ ବଇଠିକି ଦେହରେ ନିର୍ମିତ ଥିଲା।
Bila su četiri držača na četiri ugla svakog podnožja; podnožje i držači sačinjavahu jednu cjelinu.
35 ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।
Pri vrhu podnožja bio je sve unaokolo krug visok pol lakta; povrh podnožja bili su klinovi; prepone su s njima sačinjavale cjelinu.
36 ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା।
Po oplošjima klinova i prepona urezao je kerube, lavove i palme, već prema veličini praznog oplošja i vijenaca naokolo.
37 ଏହିରୂପେ ସେ ଏକ ଛାଞ୍ଚ, ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବଇଠିକିଯାକ ନିର୍ମାଣ କଲା।
Tako načini deset podnožja: jednako salivenih, jednake veličine i oblika.
38 ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।
I načini deset umivaonika od tuča. Svaki je umivaonik sadržavao četrdeset bata, a svaki je umivaonik bio od četiri lakta; na svako od deset podnožja došao je po jedan umivaonik.
39 ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବ ଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।
Postavi pet podnožja na desnoj strani Hrama, a pet na lijevoj strani Hrama; a more stavi s desne strane Hrama, prema jugoistoku.
40 ପୁଣି, ହୂରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;
Hiram načini lonce, lopate i kotliće. Dovrši on sav posao što ga je obavljao kralju Salomonu za Dom Jahvin:
41 ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
dva stupa, okrugle glavice što su bile navrh stupova; dva opleta da pokriju dvije glavice što bijahu navrh stupova;
42 ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;
četiri stotine mogranja za oba opleta; dva reda mogranja za svaki oplet da prekriju dvije glavice navrh stupova;
43 ଆଉ, ଦଶ ବଇଠିକି ଓ ସେହି ସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର,
deset podnožja i deset umivaonika na podnožjima;
44 ଏକ ସମୁଦ୍ରରୂପ ପାତ୍ର, ସେହି ସମୁଦ୍ରପାତ୍ର ତଳେ ବାର ଗୋରୁ,
jedno more i dvanaest volova pod njim;
45 ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୂରମ୍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା।
lonce, lopate i kotliće. Svi ti predmeti koje je Hiram načinio kralju Salomonu za Dom Jahvin bili su od sjajnog tuča.
46 ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।
Kralj je zapovjedio da sve to lijevaju u kalupima od gline, u Jordanskoj dolini, između Sukota i Sartana.
47 ଆଉ, ଅତ୍ୟନ୍ତ ବାହୁଲ୍ୟ ହେତୁ ଶଲୋମନ ସେହି ସବୁ ପାତ୍ର ତୌଲ କଲେ ନାହିଁ; ପିତ୍ତଳର ଓଜନ ଜଣାଗଲା ନାହିଁ।
Na koncu je Salomon odredio da rasporede sve te predmete, a bijaše ih toliko da se nije mogla obračunati težina tuča.
48 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;
Salomon načini sve predmete koji su bili u Domu Jahvinu: zlatni žrtvenik i zlatni stol na kojemu su stajali prineseni hljebovi;
49 ପୁଣି, ମହାପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,
pet svijećnjaka s desne i pet s lijeve strane pred Debirom, od čistoga zlata; cvjetove, svjetiljke, usekače od zlata;
50 ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍ଜା କଲେ।
vrčeve, noževe, kotliće, plitice i kadionice od čistoga zlata; stožere za vrata nutarnje dvorane - to je Svetinja nad svetinjama - i za vrata Hekala - to jest Hrama - sve od zlata.
51 ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ। ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍, ରୂପା, ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ଡାରରେ ରଖିଲେ।
Tako bi priveden kraju sav posao što ga Salomon obavi za Dom Jahvin. Salomon unese sve svete darove oca svoga Davida - srebro, zlato i posuđe - i stavi ih u riznicu Doma Jahvina.