< ପ୍ରଥମ ରାଜାବଳୀ 7 >

1 ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ।
Ilimchukua Solomoni miaka kumi na mitatu kukamilisha ujenzi wa Jumba lake la kifalme.
2 କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।
Alijenga Jumba la Kifalme la Msitu wa Lebanoni, urefu wake ulikuwa dhiraa 100, upana wake dhiraa hamsini na kimo chake dhiraa thelathini, likiwa na safu nne za nguzo za mierezi zikishikilia boriti za mierezi zilizorembwa.
3 ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।
Ilipauliwa kwa mierezi juu ya boriti zile zilizolala juu ya nguzo arobaini na tano, kumi na tano kwa kila safu.
4 ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
Madirisha yake yaliwekwa juu kwa safu tatu, yakielekeana.
5 ଖିଡ଼ିକିର ସମସ୍ତ ଦ୍ୱାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
Milango yote ilikuwa na miimo ya mstatili, ilikuwa upande wa mbele katika safu tatu, ikielekeana.
6 ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।
Akajenga ukumbi wa nguzo, ambao urefu wake ulikuwa dhiraa hamsini na upana wake dhiraa thelathini. Mbele ya jengo hilo kulikuwepo baraza. Mbele ya baraza kulikuwepo na nguzo na paa lililoningʼinia.
7 ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍‍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।
Akajenga ukumbi wa kiti cha enzi, Ukumbi wa Hukumu, mahali ambapo angelitolea hukumu, akaufunika kwa mierezi kutoka sakafuni hadi darini.
8 ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।
Kwenye jumba la kifalme ambamo angeliishi, aliiweka nyuma zaidi, ikiwa na mjengo wa aina moja na hiyo nyingine. Pia Solomoni akajenga jumba la kifalme linalofanana na huo ukumbi mkubwa kwa ajili ya binti Farao, aliyekuwa amemwoa.
9 ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା।
Ujenzi huu wote, kuanzia nje mpaka kwenye ua mkuu na kuanzia kwenye msingi hadi upenuni, ulifanywa kwa mawe ya ubora wa hali ya juu yaliyokuwa yamechongwa kwa vipimo na kusawazishwa kwa msumeno nyuso zake za ndani na za nje.
10 ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।
Misingi iliwekwa kwa mawe makubwa yaliyo bora, yenye urefu wa dhiraa kumi na mengine yenye urefu wa dhiraa nane
11 ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।
Sehemu za juu kulikuwepo na mawe yenye ubora wa hali ya juu, yaliyokatwa kwa vipimo na boriti za mierezi.
12 ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।
Ule ua mkuu ulizungukwa na ukuta wa safu tatu za mawe yaliyochongwa na safu moja ya boriti za mierezi zilizorembwa, kama ulivyokuwa ua wa ndani wa Hekalu la Bwana na baraza yake.
13 ଏଥିଉତ୍ତାରେ ଶଲୋମନ ରାଜା ଲୋକ ପଠାଇ ହୂରମ୍‍କୁ ସୋରରୁ ଅଣାଇଲେ।
Mfalme Solomoni akatuma watu Tiro kumleta Hiramu,
14 ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା।
ambaye mama yake alikuwa mjane kutoka kabila la Naftali na baba yake alikuwa mtu wa Tiro tena fundi wa shaba. Hiramu alikuwa na ustadi wa hali ya juu na mzoefu katika aina zote za kazi ya shaba. Alikuja kwa Mfalme Solomoni na kufanya kazi zake zote alizopangiwa.
15 ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା।
Hiramu akasubu nguzo mbili za shaba, kila moja ikiwa na urefu wa dhiraa kumi na nane, kila nguzo ikiwa na mzingo wa dhiraa kumi na mbili kwa mstari.
16 ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।
Pia alitengeneza mataji mawili ya shaba ya kusubu ili kuyaweka juu ya hizo nguzo; kila taji lilikuwa na kimo cha dhiraa tano kwenda juu.
17 ସ୍ତମ୍ଭ-ମଥାନର ସେହି ମୁଣ୍ଡାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ଡାଳି ପାଇଁ ସାତ ଓ ଅନ୍ୟ ମୁଣ୍ଡାଳି ପାଇଁ ସାତ।
Wavu wa mikufu iliyosokotewa kwenye zile taji juu ya zile nguzo, saba kwa kila taji.
18 ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।
Akatengeneza makomamanga katika safu mbili kuzunguka kila wavu kuremba mataji yaliyo juu ya nguzo. Alifanya hivyo kwa kila nguzo.
19 ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା।
Mataji yaliyokuwa juu ya nguzo kwenye baraza, yalikuwa katika umbo la yungiyungi, kimo chake ni dhiraa nne
20 ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।
Juu ya mataji ya zile nguzo mbili, juu ya ile sehemu yenye umbo kama bakuli, karibu na ule wavu, kulikuwa na yale makomamanga 200 katika safu kuzunguka pande zote.
21 ଆହୁରି ସେ ମନ୍ଦିରର ବାରଣ୍ଡାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍‍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍‍ (ତହିଁରେ ବଳ) ଦେଲା।
Hiramu akasimamisha nguzo kwenye baraza ya Hekalu. Nguzo ya upande wa kusini akaiita Yakini, na ile ya upande wa kaskazini Boazi.
22 ପୁଣି, ସେହି ସ୍ତମ୍ଭ-ମଥାନ ଉପରେ କଇଁଫୁଲ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା।
Mataji yaliyokuwa juu yalikuwa na umbo la yungiyungi. Hivyo kazi ya nguzo ikakamilika.
23 ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା।
Hiramu akasubu Bahari ya chuma, yenye umbo la mviringo, ya dhiraa kumi kutoka ukingo hadi ukingo na kimo cha dhiraa tano. Mzunguko wake ulikuwa dhiraa thelathini.
24 ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।
Chini ya ukingo, ilizungukwa na maboga, kumi kwenye kila dhiraa moja. Maboga yalikuwa yamesubiwa katika safu mbili ili kuwa kitu kimoja na hiyo bahari.
25 ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍‍ଭାଗ ଭିତରକୁ ଥିଲା।
Bahari iliwekwa juu ya mafahali kumi na wawili, watatu wakielekea kaskazini, watatu wakielekea magharibi, watatu wakielekea kusini na watatu wakielekea mashariki. Bahari iliwekwa juu yao na sehemu zao za nyuma zilielekeana.
26 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।
Ilikuwa na unene wa nyanda nne na ukingo wake ulifanana na ukingo wa kikombe, kama ua la yungiyungi iliyochanua. Iliweza kuchukua bathi 2,000.
27 ପୁଣି, ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ, ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା।
Pia akatengeneza vitako kumi vya shaba vinavyoweza kuhamishika, kila kimoja kilikuwa na urefu wa dhiraa nne, upana dhiraa nne na kimo chake dhiraa tatu
28 ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହି ସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା;
Hivi ndivyo vile vitako vilivyotengenezwa: Vilikuwa na mbao za pembeni zilizoshikamanishwa na mihimili.
29 ପୁଣି, ବିଟର ମଧ୍ୟବର୍ତ୍ତା ସେହି ସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।
Juu ya mbao kati ya hiyo mihimili kulikuwa na simba, mafahali na makerubi, pia kwenye mihimili yake. Juu na chini ya simba na mafahali kulikuwa kumesokotewa taji za kufuliwa.
30 ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରି କୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହି ସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।
Kila kitako kilikuwa na magurudumu manne ya shaba, na vyuma vya katikati vya kuyazungusha hayo magurudumu na kila kimoja kilikuwa na sinia kwenye vishikizo vinne vya taji iliyosubiwa kila upande.
31 ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନ ହୋଇ ଚତୁଷ୍କୋଣ ଥିଲା।
Ndani ya kitako kulikuwa na nafasi ya wazi iliyokuwa na umbile la mviringo lenye kina cha dhiraa moja. Nafasi hii ya wazi ilikuwa ya mviringo, pamoja na kitako chake ilikuwa dhiraa moja na nusu. Kuzunguka huo mdomo wake kulitiwa nakshi. Papi za vitako zilikuwa mraba na si za mviringo.
32 ପୁଣି, ମଧ୍ୟଦେଶ ତଳେ ଚାରି ଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।
Magurudumu manne yalikuwa chini ya papi, na vyuma vya katikati vya kuzungushia magurudumu hayo vilikuwa vimeunganishwa kwenye kitako. Kipenyo cha kila gurudumu kilikuwa dhiraa moja na nusu.
33 ଆଉ ସେହି ସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା।
Magurudumu yalitengenezwa kama ya magari ya vita ya kukokotwa, vyuma vya katikati vya magurudumu, duara zake, matindi yake na vikombe vyake vyote vilikuwa vya kusubu.
34 ପୁଣି, ପ୍ରତ୍ୟେକ ବଇଠିକିର ଚାରି କୋଣରେ ଚାରି ଅବଲମ୍ବନ ଥିଲା, ସେହି ଅବଲମ୍ବନ ବଇଠିକି ଦେହରେ ନିର୍ମିତ ଥିଲା।
Kila kitako kilikuwa na mikono minne, moja kwenye kila pembe, ukitokeza kutoka kwenye kitako.
35 ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।
Juu ya kitako kulikuwepo na utepe wa mviringo wenye kina cha nusu dhiraa. Vishikio na papi vilishikamana upande wa juu wa kitako.
36 ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା।
Alitia nakshi za makerubi, simba na miti ya mitende juu ya uso wa vishikio na juu ya papi, katika kila nafasi iliyopatikana, pamoja na mataji yaliyosokotwa kuzunguka pande zote.
37 ଏହିରୂପେ ସେ ଏକ ଛାଞ୍ଚ, ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବଇଠିକିଯାକ ନିର୍ମାଣ କଲା।
Hivi ndivyo Hiramu alivyotengeneza vile vitako kumi. Vyote vilikuwa vya kusubu kwenye kalibu za kufanana kwa vipimo na kwa umbo.
38 ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।
Kisha akatengeneza masinia kumi ya shaba, kila moja likiwa na ujazo wa bathi arobaini, yakiwa na kipenyo cha dhiraa nne kila sinia moja kwa kila kimoja ya vile vitako kumi.
39 ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବ ଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।
Aliweka vitako vitano upande wa kusini wa Hekalu na vingine vitano upande wa kaskazini. Akaweka ile bahari upande wa kusini, katika pembe ya kusini ya Hekalu.
40 ପୁଣି, ହୂରମ୍‍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍‍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;
Pia akatengeneza masinia, masepetu na mabakuli ya kunyunyizia. Kwa hiyo Huramu akakamilisha kazi zote katika Hekalu la Bwana kama vile Mfalme Solomoni alikuwa amemwagiza, yaani:
41 ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
nguzo mbili; mataji mawili yenye umbo la bakuli juu ya hizo nguzo; nyavu mbili za kupamba hayo mataji mawili yenye umbo la bakuli juu ya hizo nguzo;
42 ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;
makomamanga 400 kwa ajili ya hizo nyavu mbili (safu mbili za makomamanga kwa kila wavu, yakipamba hayo mataji mawili yenye umbo la bakuli juu ya hizo nguzo);
43 ଆଉ, ଦଶ ବଇଠିକି ଓ ସେହି ସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର,
vitako kumi pamoja na masinia yake kumi;
44 ଏକ ସମୁଦ୍ରରୂପ ପାତ୍ର, ସେହି ସମୁଦ୍ରପାତ୍ର ତଳେ ବାର ଗୋରୁ,
ile Bahari ya chuma na yale mafahali kumi na wawili chini yake;
45 ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୂରମ୍‍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା।
masufuria, masepetu na mabakuli ya kunyunyizia. Vyombo hivi vyote ambavyo Huramu alimtengenezea Mfalme Solomoni kwa ajili ya Hekalu la Bwana vilikuwa vya shaba iliyongʼarishwa.
46 ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।
Mfalme akaamuru wavisubu katika kalibu ya udongo wa mfinyanzi katika uwanda wa Yordani ulio kati ya Sukothi na Sarethani.
47 ଆଉ, ଅତ୍ୟନ୍ତ ବାହୁଲ୍ୟ ହେତୁ ଶଲୋମନ ସେହି ସବୁ ପାତ୍ର ତୌଲ କଲେ ନାହିଁ; ପିତ୍ତଳର ଓଜନ ଜଣାଗଲା ନାହିଁ।
Solomoni akaviacha vitu hivi vyote bila kupima uzani wake, kwa sababu vilikuwa vingi sana hivi kwamba uzito wa shaba haungekadirika.
48 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍‍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;
Solomoni pia akatengeneza samani zote zilizokuwa ndani ya Hekalu la Bwana: madhabahu ya dhahabu; meza ya dhahabu za kuweka mikate ya Wonyesho;
49 ପୁଣି, ମହାପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,
vinara vya taa vya dhahabu safi (vitano upande wa kuume na vitano upande wa kushoto, mbele ya Patakatifu pa Patakatifu); kazi ya maua ya dhahabu na taa na makoleo;
50 ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍‍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍‍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍‌ଜା କଲେ।
masinia ya dhahabu safi, mikasi ya kusawazishia tambi, mabakuli ya kunyunyizia, vyano na vyetezo; na bawaba za dhahabu kwa ajili ya milango ya chumba cha ndani sana, yaani Patakatifu pa Patakatifu, na pia kwa ajili ya milango ya ukumbi mkuu wa Hekalu.
51 ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ। ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍‍, ରୂପା, ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ଡାରରେ ରଖିଲେ।
Hivyo Mfalme Solomoni alipomaliza kazi ya Hekalu la Bwana, akaviingiza ndani vile vitu ambavyo Daudi baba yake alikuwa ameviweka wakfu: yaani fedha, dhahabu na samani; kisha akaviweka katika hazina za Hekalu la Bwana.

< ପ୍ରଥମ ରାଜାବଳୀ 7 >