< ପ୍ରଥମ ରାଜାବଳୀ 8 >
1 ଏଥିଉତ୍ତାରେ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶସମୂହର ପ୍ରଧାନବର୍ଗଙ୍କୁ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣଙ୍କର ପିତୃଗୃହାଧିପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।
Kisha Mfalme Solomoni akawaita mbele zake huko Yerusalemu wazee wa Israeli, viongozi wote wa makabila na wakuu wa jamaa za Waisraeli, ili walilete Sanduku la Agano la Bwana kutoka Sayuni, Mji wa Daudi.
2 ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ।
Wanaume wote wa Israeli wakakusanyika kwa Mfalme Solomoni wakati wa sikukuu ya mwezi wa Ethanimu, ndio mwezi wa saba.
3 ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ।
Wazee wote wa Israeli walipofika, makuhani wakajitwika Sanduku la Agano,
4 ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।
nao wakalipandisha Sanduku la Bwana, na Hema la Kukutania pamoja na vyombo vyote vitakatifu vilivyokuwa ndani yake. Makuhani na Walawi wakavibeba,
5 ତହୁଁ ରାଜା ଶଲୋମନ ଓ ତାଙ୍କ ସହିତ ତାଙ୍କ ନିକଟରେ ଏକତ୍ରିତ ସମଗ୍ର ଇସ୍ରାଏଲ-ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ମେଷ ଓ ଗୋରୁ ବଳିଦାନ କଲେ, ତାହା ବାହୁଲ୍ୟ ହେତୁ ଅସଂଖ୍ୟ ଓ ଅପରିମେୟ ଥିଲା।
naye Mfalme Solomoni na kusanyiko lote la Israeli waliokusanyika kumzunguka walikuwa mbele ya hilo Sanduku, nao wakatoa dhabihu nyingi za kondoo na ngʼombe ambao idadi yao haikuwezekana kuandikwa au kuhesabiwa.
6 ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ୱ ସ୍ଥାନକୁ, ଅର୍ଥାତ୍, ଗୃହର ମହାପବିତ୍ର ସ୍ଥାନ ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ।
Makuhani wakalileta Sanduku la Agano la Bwana hadi mahali pake ndani ya sehemu takatifu ndani ya Hekalu, yaani Patakatifu pa Patakatifu, na kuliweka chini ya mabawa ya makerubi.
7 କାରଣ, କିରୂବମାନେ ସିନ୍ଦୁକର ସ୍ଥାନ ଉପରେ ଆପଣାମାନଙ୍କ ପକ୍ଷ ବିସ୍ତାର କରିଥିଲେ, ପୁଣି, କିରୂବମାନେ ସିନ୍ଦୁକ ଓ ତହିଁ ସାଙ୍ଗୀ ଉପର ଆଚ୍ଛାଦନ କରିଥିଲେ।
Makerubi yalitandaza mabawa yao juu ya mahali pa Sanduku la Agano na kutia kivuli Sanduku pamoja na mipiko yake ya kubebea.
8 ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ମହାପବିତ୍ର ସ୍ଥାନ ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି।
Mipiko hiyo ilikuwa mirefu sana kiasi kwamba ncha zake zilionekana kutoka Mahali Patakatifu mbele ya Patakatifu pa Patakatifu, lakini sio nje ya Mahali Patakatifu. Hiyo mipiko ipo hata leo.
9 ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା।
Ndani ya Sanduku hapakuwepo kitu kingine chochote isipokuwa zile mbao mbili za mawe ambazo Mose alikuwa ameziweka ndani yake huko Horebu, mahali ambapo Bwana alifanya Agano na Waisraeli baada ya kutoka Misri.
10 ଆଉ, ଯାଜକମାନେ ପବିତ୍ର ସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;
Makuhani walipoondoka katika Mahali Patakatifu, wingu likajaza Hekalu la Bwana.
11 ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା।
Nao makuhani hawakuweza kufanya huduma yao kwa sababu ya lile wingu, kwa kuwa utukufu wa Bwana ulijaza Hekalu lake.
12 ତହୁଁ ଶଲୋମନ କହିଲେ, “ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି।
Ndipo Solomoni akasema, “Bwana alisema kwamba ataishi katika giza nene;
13 ମୁଁ ନିଶ୍ଚୟ ତୁମ୍ଭ ପାଇଁ ଏକ ବସତି-ଗୃହ, ତୁମ୍ଭର ଅନନ୍ତକାଳ ବାସ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିଅଛି।”
naam, hakika nimekujengea Hekalu zuri sana, mahali pako pa kuishi milele.”
14 ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।
Kusanyiko lote la Israeli lilipokuwa limesimama hapo, mfalme akageuka na kuwabariki.
15 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
Kisha akasema: “Ahimidiwe Bwana, Mungu wa Israeli, ambaye kwa mkono wake mwenyewe ametimiza lile alilomwahidi Daudi baba yangu kwa kinywa chake mwenyewe. Kwa kuwa alisema,
16 ‘ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କଲୁ।’
‘Tangu siku niliyowatoa watu wangu Israeli kutoka Misri, sikuchagua mji katika kabila lolote la Israeli ili Hekalu lijengwe humo ili Jina langu lipate kuwamo humo, bali nimemchagua Daudi kuwatawala watu wangu Israeli.’
17 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋହର ପିତା ଦାଉଦଙ୍କର ସଂକଳ୍ପ ଥିଲା।
“Ilikuwa moyoni mwa Daudi baba yangu kujenga Hekalu kwa ajili ya Jina la Bwana, Mungu wa Israeli.
18 ମାତ୍ର, ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ‘ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ସଂକଳ୍ପ ଅଛି, ତୁମ୍ଭର ଏହି ସଂକଳ୍ପ କରିବା ଉତ୍ତମ;
Lakini Bwana akamwambia Daudi baba yangu, ‘Kwa sababu ilikuwa moyoni mwako kujenga Hekalu kwa ajili ya Jina langu, ulifanya vyema kuwa na jambo hili moyoni mwako.
19 ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର, ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’
Hata hivyo, sio wewe utakayenijengea hekalu, bali mwanao, ambaye ni nyama yako na damu yako mwenyewe, yeye ndiye atakayejenga Hekalu kwa ajili ya Jina langu.’
20 ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି।
“Bwana ametimiza ahadi aliyoiweka: Nimeingia mahali pa Daudi baba yangu na sasa ninakikalia kiti cha ufalme cha Israeli, kama vile Bwana alivyoahidi, nami nimejenga Hekalu kwa ajili ya Jina la Bwana, Mungu wa Israeli.
21 ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି।”
Nimetenga nafasi humo kwa ajili ya Sanduku la Agano, ambamo ndani yake kuna lile Agano la Bwana alilofanya na baba zetu wakati alipowatoa Misri.”
22 ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;
Kisha Solomoni akasimama mbele ya madhabahu ya Bwana machoni pa kusanyiko lote la Israeli, akakunjua mikono yake kuelekea mbinguni
23 “ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
na kusema: “Ee Bwana, Mungu wa Israeli, hakuna Mungu kama wewe juu mbinguni wala chini duniani, wewe unayetunza Agano lako la upendo na watumishi wanaodumu katika njia yako kwa moyo wote.
24 ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି, ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।
Umetimiza ahadi yako kwa mtumishi wako Daudi baba yangu, kwa kinywa chako uliahidi na kwa mkono wako umetimiza, kama ilivyo leo.
25 ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’
“Sasa Bwana, Mungu wa Israeli, mtimizie mtumishi wako Daudi baba yangu ahadi zako ulizomwahidi uliposema, ‘Kamwe hutakosa kuwa na mtu atakayeketi mbele zangu kwenye kiti cha ufalme cha Israeli, kama wanao wakiangalia yote wayafanyayo kuenenda mbele zangu kama vile ulivyofanya.’
26 ଏହେତୁ ହେ ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭ ଦାସ ମୋʼ ପିତା ଦାଉଦଙ୍କ ପ୍ରତି ଯେଉଁ ବାକ୍ୟ କହିଅଛ, ତାହା ଦୃଢ଼ ହେଉ।
Sasa, Ee Mungu wa Israeli, acha neno lako lile ulilomwahidi mtumishi wako Daudi baba yangu litimie.
27 ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?
“Lakini kweli, je, Mungu atafanya makao duniani? Mbingu, hata mbingu zilizo juu sana, haziwezi kukutosha wewe. Sembuse Hekalu hili nililojenga!
28 ତଥାପି, ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;
Hata hivyo sikiliza dua ya mtumishi wako na maombi yake kwa huruma, Ee Bwana Mungu wangu. Sikia kilio na dua ambayo mtumishi wako anaomba mbele zako siku hii ya leo.
29 ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ‘ଏହିଠାରେ ଆମ୍ଭ ନାମ ରହିବ,’ ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
Macho yako na yafumbuke kuelekea Hekalu hili usiku na mchana, mahali hapa ambapo ulisema, ‘Jina langu litakuwako humo,’ ili kwamba upate kusikia maombi ambayo mtumishi wako ataomba kuelekea mahali hapa.
30 ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର।
Usikie maombi ya mtumishi wako na ya watu wako Israeli wakati wanapoomba kuelekea mahali hapa. Sikia kutoka mbinguni, mahali pa makao yako na usikiapo, samehe.
31 କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ; ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ,
“Mtu anapomkosea jirani yake na akatakiwa kuapa, akija na kuapa mbele ya madhabahu yako ndani ya Hekalu hili,
32 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।
basi, sikia kutoka mbinguni na ukatende. Hukumu kati ya watumishi wako, ukimhukumu yule mwenye hatia na kuleta juu ya kichwa chake yale aliyoyatenda. Umtangazie mwenye haki kwamba hana hatia, hivyo ukathibitishe kuwa haki kwake.
33 ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ସେମାନେ ତୁମ୍ଭ ପ୍ରତି ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି,
“Wakati watu wako Israeli watakapokuwa wameshindwa na adui kwa sababu ya dhambi walizofanya dhidi yako, watakapokugeukia na kulikiri jina lako, wakiomba na kufanya dua kwako katika Hekalu hili,
34 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର ଓ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।
basi usikie kutoka mbinguni, ukasamehe dhambi ya watu wako Israeli na kuwarudisha katika nchi uliyowapa baba zao.
35 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି,
“Wakati mbingu zitakapokuwa zimefungwa kusiwe na mvua kwa sababu watu wako wametenda dhambi dhidi yako, watakapoomba kuelekea mahali hapa na kulikiri jina lako nao wakageuka kutoka dhambi zao kwa sababu umewaadhibu,
36 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।
basi usikie kutoka mbinguni na usamehe dhambi ya watumishi wako, watu wako Israeli. Wafundishe njia sahihi ya kuishi na ukanyeshe mvua juu ya nchi uliyowapa watu wako kuwa urithi.
37 ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;
“Wakati njaa au tauni vikija juu ya nchi, au koga au kawa, nzige au panzi, au wakati adui atakapowazingira katika mji wao wowote, maafa ya namna yoyote au ugonjwa wowote unaoweza kuwajia,
38 ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;
wakati dua au maombi yatakapofanywa na mmojawapo wa watu wako Israeli, kila mmoja akitambua taabu za moyo wake mwenyewe, naye akainyoosha mikono yake kuelekea Hekalu hili:
39 ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;
basi usikie kutoka mbinguni, katika makao yako. Usamehe na utende, umpe kila mtu kulingana na matendo yake, kwa kuwa unaujua moyo wake (kwa kuwa ni wewe peke yako ujuaye mioyo ya watu wote),
40 ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ସେମାନେ ତୁମ୍ଭଙ୍କୁ ଭୟ କରିବେ।
ili wakuogope kwa wakati wote watakaoishi katika nchi uliyowapa baba zetu.
41 ଆହୁରି ଯେ ତୁମ୍ଭର ଇସ୍ରାଏଲ ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;
“Kwa habari ya mgeni ambaye si miongoni mwa watu wako Israeli, lakini amekuja kutoka nchi ya mbali kwa sababu ya jina lako,
42 କାରଣ, ବିଦେଶୀମାନେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁର କଥା ଅବଶ୍ୟ ଶୁଣିବେ; ଏପରି ଲୋକ ଆସି ଯେବେ ଏହି ଗୃହ ଆଡ଼େ ପ୍ରାର୍ଥନା କରେ,
kwa maana watu watasikia juu ya Jina lako kuu na juu ya mkono wako wenye nguvu na mkono wako ulionyooshwa, atakapokuja na kuomba kuelekea Hekalu hili,
43 ତେବେ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
basi na usikie kutoka mbinguni, mahali pa makao yako, ukafanye lolote ambalo mgeni huyo anakuomba, ili mataifa yote ya dunia wapate kujua jina lako na wakuogope kama wafanyavyo watu wako Israeli nao wapate pia kujua kwamba nyumba hii niliyoijenga imeitwa kwa Jina lako.
44 ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ ଯେବେ ସେମାନେ ଆପଣା ଶତ୍ରୁ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ ନିର୍ମିତ ଏହି ଗୃହ ଆଡ଼େ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବେ,
“Wakati watu wako watakapokwenda vitani dhidi ya adui zao, popote utakapowapeleka, wakati watakapoomba kwa Bwana kuelekea mji ambao umeuchagua, na Hekalu nililolijenga kwa ajili ya Jina lako,
45 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର ନିଷ୍ପତ୍ତି କର।
basi usikie dua na maombi yao kutoka mbinguni, ukawatetee haki yao.
46 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁ ଦେଶକୁ ନେଇଯାʼନ୍ତି;
“Watakapotenda dhambi dhidi yako, kwa kuwa hakuna mtu yeyote ambaye hatendi dhambi, nawe ukachukizwa nao na kuwakabidhi kwa adui, ambaye atawachukua utumwani katika nchi yake mwenyewe, mbali au karibu;
47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;’
na kama watabadilika mioyo yao katika nchi wanakoshikiliwa mateka, nao wakatubu na kukulilia katika nchi ya wale waliowashinda na kusema, ‘Tumetenda dhambi, tumefanya makosa, tumetenda uovu’;
48 ଆଉ, ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,
kama wakikugeukia kwa moyo wao wote na nafsi zao katika nchi ya adui zao ambao waliwachukua mateka, wakakuomba kuelekea nchi uliyowapa baba zao, kuelekea mji uliouchagua na Hekalu nililolijenga kwa ajili ya Jina lako;
49 ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କ ବିଚାର ନିଷ୍ପତ୍ତି କର;
basi kutoka mbinguni, mahali pa makao yako, usikie dua yao na maombi yao na kuitetea haki yao.
50 ପୁଣି, ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ ଓ ତୁମ୍ଭ ବିରୁଦ୍ଧରେ କୃତ ସେମାନଙ୍କର ସମସ୍ତ ଅଧର୍ମ କ୍ଷମା କର; ପୁଣି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନେ ଯେପରି ଦୟା କରିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟିରେ ସେମାନଙ୍କୁ ଦୟାପାତ୍ର କର।
Uwasamehe watu wako, waliotenda dhambi dhidi yako; uwasamehe makosa yote waliyoyatenda dhidi yako, ukawafanye wale waliowashinda kuwaonea huruma;
51 କାରଣ, ସେମାନେ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ମିସରରୁ, ଲୌହ-ଅଗ୍ନିକୁଣ୍ଡ ମଧ୍ୟରୁ ଆଣିଅଛ;
kwa maana ni watu wako na urithi wako, uliowatoa Misri, kutoka kwenye lile tanuru la kuyeyushia chuma.
52 ତୁମ୍ଭ ଦାସର ବିନତି ପ୍ରତି ଓ ତୁମ୍ଭ ଲୋକ ଇସ୍ରାଏଲର ବିନତି ପ୍ରତି ତୁମ୍ଭର ଚକ୍ଷୁ ପ୍ରସନ୍ନ ଥାଉ ଓ ସେମାନେ ଯେକୌଣସି ସମୟରେ ତୁମ୍ଭକୁ ଡାକି ପ୍ରାର୍ଥନା କରନ୍ତି, ସେସମୟରେ ତାହା ଶୁଣ।
“Macho yako na yafumbuke juu ya ombi la mtumishi wako na ombi la watu wako Israeli, nawe uwasikilize wakati wowote wanapokulilia.
53 କାରଣ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେପରି କହିଥିଲ, ତଦନୁସାରେ ତୁମ୍ଭେ ସେମାନଙ୍କୁ ଆପଣା ଅଧିକାର ଦେବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରୁ ପୃଥକ କରିଅଛ।”
Kwa maana uliwachagua wao kutoka mataifa yote ya ulimwengu kuwa urithi wako mwenyewe, kama ulivyotangaza kupitia mtumishi wako Mose wakati wewe, Ee Bwana Mwenyezi, ulipowatoa baba zetu kutoka Misri.”
54 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ।
Wakati Solomoni alipomaliza dua hizi zote na maombi kwa Bwana, akainuka kutoka mbele ya madhabahu ya Bwana, mahali alipokuwa amepiga magoti, mikono yake ikawa imekunjuliwa kuelekea juu mbinguni.
55 ପୁଣି, ସେ ଠିଆ ହୋଇ ଉଚ୍ଚସ୍ୱରରେ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କରି କହିଲେ,
Akasimama na kubariki kusanyiko lote la Israeli kwa sauti kubwa akisema:
56 “ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ।
“Ahimidiwe Bwana, aliyewapa pumziko watu wake Israeli kama vile alivyokuwa ameahidi. Hakuna hata neno moja lililopunguka kati ya ahadi zote nzuri alizozitoa kupitia mtumishi wake Mose.
57 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।
Bwana Mungu wetu na awe pamoja nasi kama alivyokuwa na baba zetu, kamwe asituache wala kutukataa.
58 ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ।
Yeye na aielekeze mioyo yetu kwake, ili tutembee katika njia zake zote na kuzishika amri na maagizo na masharti aliyowapa baba zetu.
59 ଆଉ, ମୁଁ ଏହି ଯେସବୁ କଥାରେ ସଦାପ୍ରଭୁଙ୍କ ସମ୍ମୁଖରେ ନିବେଦନ କଲି, ତାହା ଦିବାରାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୋଚରରେ ଥାଉ, ପୁଣି, ପ୍ରତିଦିନର ପ୍ରୟୋଜନାନୁସାରେ ସେ ଆପଣା ଦାସର ବିଚାର ଓ ଆପଣା ଲୋକ ଇସ୍ରାଏଲର ବିଚାର ନିଷ୍ପତ୍ତି କରନ୍ତୁ;
Nami maneno yangu haya, ambayo nimeyaomba mbele za Bwana, yawe karibu na Bwana Mungu wetu usiku na mchana, ili kwamba atetee shauri la mtumishi wake na la watu wake Israeli kulingana na hitaji lao la kila siku,
60 ତହିଁରେ ସଦାପ୍ରଭୁ ଯେ ପରମେଶ୍ୱର, ତାହାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀସ୍ଥ ସମୁଦାୟ ଗୋଷ୍ଠୀ ଜ୍ଞାତ ହେବେ।
ili kwamba mataifa yote ya dunia wajue kwamba Bwana ndiye Mungu na kwamba hakuna mwingine.
61 ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ।”
Lakini ni lazima mwiweke mioyo yenu kikamilifu kwa Bwana Mungu wetu, kuishi kwa maagizo yake na kutii amri zake, kama ilivyo wakati huu.”
62 ଏଉତ୍ତାରେ ରାଜା ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।
Kisha mfalme na Israeli wote pamoja naye wakatoa dhabihu mbele za Bwana.
63 ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ମଙ୍ଗଳାର୍ଥକ ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ଇସ୍ରାଏଲର ସମସ୍ତ ସନ୍ତାନ ସଦାପ୍ରଭୁଙ୍କ ଗୃହ ପ୍ରତିଷ୍ଠା କଲେ।
Solomoni akatoa dhabihu sadaka za amani kwa Bwana: ngʼombe 22,000, pamoja na kondoo na mbuzi 120,000. Hivyo ndivyo mfalme na Waisraeli wote walivyoweka wakfu Hekalu la Bwana.
64 ସେହି ଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ, ସେଠାରେ ସେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା।
Siku iyo hiyo mfalme akaweka wakfu sehemu ya katikati ya ua uliokuwa mbele ya Hekalu la Bwana na hapo akatoa sadaka za kuteketezwa, sadaka za nafaka na mafuta ya sadaka za amani, kwa sababu madhabahu ya shaba iliyokuwa mbele za Bwana ilikuwa ndogo sana kuweza kubeba sadaka hizo za kuteketezwa, sadaka za nafaka na mafuta ya sadaka ya amani.
65 ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।
Hivyo Solomoni akaiadhimisha sikukuu kwa wakati ule, na Israeli wote pamoja naye. Walikuwa kusanyiko kubwa sana, watu kutoka Lebo-Hamathi hadi Kijito cha Misri. Wakaiadhimisha mbele za Bwana Mungu wetu kwa siku saba na siku saba zaidi, yaani, jumla siku kumi na nne.
66 ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ।
Siku iliyofuata, aliwaruhusu watu waondoke. Wakambariki mfalme, kisha wakaenda nyumbani, wakiwa na mashangilio na furaha rohoni kwa ajili ya mambo yote mema ambayo Bwana ametenda kwa ajili ya Daudi mtumishi wake na watu wake Israeli.