< ପ୍ରଥମ ରାଜାବଳୀ 9 >

1 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେଉଁ ସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ,
Bere a Salomo wiee Awurade asɔredan no ne ahemfi no si no, ohuu sɛ wayɛ nea ɔpɛ sɛ ɔyɛ no nyinaa awie.
2 ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବୀୟୋନ୍‍ରେ ଦର୍ଶନ ଦେଇଥିଲେ, ସେପରି ଦ୍ୱିତୀୟ ଥର ତାଙ୍କୁ ଦର୍ଶନ ଦେଲେ।
Awurade daa ne ho adi kyerɛɛ no ne mprenu so, sɛnea na wada ne ho adi akyerɛ no wɔ Gibeon dedaw no.
3 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।
Awurade ka kyerɛɛ no se: “Mate wo mpaebɔ ne wʼadesrɛ. Matew saa asɔredan yi a woasi no ho, sɛnea wɔbɛhyɛ me din anuonyam wɔ hɔ afebɔɔ. Mɛhwɛ so na mama mʼani aku ho.
4 ଆଉ ଆମ୍ଭେ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯଦି ତୁମ୍ଭେ ଆପଣା ପିତା ଦାଉଦ ପରି ଏକାନ୍ତ ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି, ଆମ୍ଭ ବିଧି ଓ ଶାସନ ପାଳନ କରିବ;
“Na wo, sɛ wode nokware ne nyamesuro di mʼakyi, sɛnea wʼagya Dawid yɛe, na odii me mmara ne mʼahyɛde nyinaa so no a,
5 ‘ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ,’ ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତକାଳ ସ୍ଥିର କରିବା।
metim wʼahenni nnidiso ase wɔ Israel afebɔɔ, sɛnea meka kyerɛɛ wʼagya Dawid se, ‘Ɛremma sɛ worennya ɔbarima bi ntena Israel ahengua no so da no.’
6 ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍‍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
“Na sɛ wo anaa wo mmabarima dan fi me ho, na wubu mmara ne mʼahyɛde a mede ama mo no so, na sɛ wofi akyi kɔsom anyame afoforo, sɔre wɔn a,
7 ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
ɛno de, metwa Israel afi asase a mede ama wɔn no so, na mapo saa asɔredan a matew ho wɔ me din mu no. Ɛbɛma Israel atɔ sin, na ayɛ aserewde wɔ nnipa nyinaa mu.
8 ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ‘ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?’
Na ɛwɔ mu sɛ saa Asɔredan yi yɛ fɛ de, nanso wɔn a wobetwa mu wɔ ho no betwiri no, adi ho abooboo, abisa se, ‘Adɛn nti na Awurade ayɛ asase yi ne Asɔredan yi saa?’
9 ତହିଁରେ ଲୋକମାନେ ଉତ୍ତର କରିବେ, ‘ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।’”
Nnipa bebua se, ‘Efisɛ wɔapa Awurade, wɔn Nyankopɔn a oyii wɔn agyanom fii Misraim no akyi, na wɔde wɔn ho akɔdan anyame afoforo a wɔresom wɔn, sɔre wɔn. Ɛno nti na Awurade ama saa ɔhaw ne abɛbrɛsɛ yi aba wɔn so no.’”
10 ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ, ଏହି ଦୁଇ ଗୃହ ନିର୍ମାଣ କରିବା ପାଇଁ ଶଲୋମନଙ୍କୁ କୋଡ଼ିଏ ବର୍ଷ ଲାଗିଲା;
Mfe aduonu a Salomo de sii Awurade asɔredan no ne ahemfi no akyi,
11 ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍‍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍‍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା।
ɔhene Salomo de nkurow aduonu a ɛwɔ Galilea maa Tirohene Huram, efisɛ Huram maa no sida nnua ne ɔpepaw nnua ne sikakɔkɔɔ a na ohia.
12 ଏଉତ୍ତାରେ ହୂରମ୍‍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।
Huram fii Tiro kɔhwɛɛ nkurow a Salomo de ama no no, nanso nʼani ansɔ koraa.
13 ତହୁଁ ସେ କହିଲା, “ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ?” ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
Obisae se, “Me nua, na nkurow bɛn na wode ama me yi? Saa nkurow yi nni mu!” Enti ɔfrɛɛ hɔ Kabul, “Nea enni mu” de besi nnɛ.
14 ପୁଣି, ହୂରମ୍‍ ଏକ ଶହ କୋଡ଼ିଏ ତାଳନ୍ତ ସୁନା ରାଜାଙ୍କ ନିକଟକୁ ପଠାଇଦେଲା।
Na Huram asoma ma wɔde sikakɔkɔɔ tɔn anan akɔma Salomo.
15 ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।
Ɔkwan a ɔhene Salomo faa so tintim, hyɛɛ nnipa, ma wosii Awurade asɔredan no ne nʼahemfi, Milo, Yerusalem fasu ne Hasor, Megido ne Geser nkurow no ni:
16 ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା।
Misraimhene kotuaa Geser, gyee hɔ fae. Okum Kanaanfo a wɔte kurow no mu nyinaa, hyew hɔ pasaa. Ɔde kuropɔn no maa ne babea no sɛ akyɛde bere a ɔwaree Salomo no.
17 ଏହେତୁ ଶଲୋମନ ଦେଶ ମଧ୍ୟରେ ଗେଷର, ଅଧଃସ୍ଥିତ ବେଥ୍-ହୋରଣ,
Enti Salomo san kyekyeree Geser kuropɔn no. Afei, ɔsan kyekyeree nkurow a ɛwɔ Bet-Horon anafo,
18 ବାଲତ୍‍ ଓ ପ୍ରାନ୍ତରସ୍ଥ ତାମୋର,
Baalat ne Tamar wɔ sare so, nʼasase so.
19 ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ।
Ɔkyekyeree nkurow a na wɔkora nnuan wɔ hɔ, kyekyeree nkuropɔn nso a na wɔkora ne nteaseɛnam ne nʼapɔnkɔ wɔ hɔ. Ɔkyekyeree Yerusalem ne Lebanon ne nʼaheman nyinaa, sɛnea ne koma pɛ.
20 ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସକଳ ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ;
Na nnipa bi da so te asase no so a wɔnyɛ Israelfo. Wɔne Amorifo, Hetifo, Perisifo, Hewifo ne Yebusifo.
21 ଅର୍ଥାତ୍‍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରିପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।
Eyinom ne aman a na Israel nwiee wɔn asetɔre korakora no asefo. Enti Salomo hyɛɛ wɔn ma wɔyɛɛ nʼadwumayɛfo, na wɔda so yɛ de besi nnɛ.
22 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ, ତାଙ୍କ ଅଧିପତି, ତାଙ୍କର ସେନାପତି, ତାଙ୍କ ରଥ ଓ ଅଶ୍ୱାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।
Nanso Salomo anhyɛ Israelfo amma wɔanyɛ ɔhyɛ nnwuma. Mmom, ɔma wɔyɛɛ asraafo, aban adwumayɛfo. Ɔmaa ebinom yɛɛ nʼakofo, ne nteaseɛnam ne ne nteaseɛnamkafo so asahene.
23 ସେମାନଙ୍କ ମଧ୍ୟରୁ ପାଞ୍ଚ ଶହ ପଚାଶ ଜଣ ଶଲୋମନଙ୍କର କର୍ମରେ ନିଯୁକ୍ତ ପ୍ରଧାନ ଅଧ୍ୟକ୍ଷ ଥିଲେ। ସେମାନେ କର୍ମକାରୀ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
Afei, oyii wɔn mu ahannum ne aduonum ma wɔhwɛɛ ne nkɔsodwuma ahorow so.
24 ମାତ୍ର ଫାରୋର କନ୍ୟା ଦାଉଦ-ନଗରରୁ ଶଲୋମନଙ୍କ ଦ୍ୱାରା ତାହା ପାଇଁ ନିର୍ମିତ ଆପଣା ଗୃହକୁ ଆସିଲା; ତେବେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।
Bere a Salomo yii ne yere a ɛyɛ Farao babea no fii Dawid kurow no mu, de no kɔɔ ahemfi foforo a wasi ama no no mu no, ɔkyekyee Milo.
25 ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ ନିର୍ମାଣ ସମାପ୍ତ କଲେ।
Na Salomo bɔ ɔhyew afɔre ne asomdwoe afɔre ma Awurade afe biara wɔ afɔremuka a osii no so mprɛnsa. Na ɔne wɔn hyew aduhuam nso ma Awurade sɛ asodi a ɛda hɔ ma no wɔ asɔredan no.
26 ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ୍‍ ନିକଟବର୍ତ୍ତୀ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
Ɔhene Salomo yɛɛ po so ahyɛn nso wɔ Esion-Geber, hyɛngyinabea a ɛbɛn Elot a ɛwɔ Edom asase so hɔ a ɛwɔ Po Kɔkɔɔ no mpoano.
27 ପୁଣି, ହୂରମ୍‍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା।
Na Huram maa nʼahyɛn mu adwumayɛfo a wonim hyɛn mu adwuma yiye no, ne Salomo nkurɔfo de ahyɛn no yɛɛ adwuma.
28 ଆଉ ସେମାନେ ଓଫୀରକୁ ଯାଇ ସେଠାରୁ ଚାରି ଶହ କୋଡ଼ିଏ ତାଳନ୍ତ ସୁନା ନେଇ ଶଲୋମନ ରାଜାଙ୍କ ନିକଟକୁ ଆଣିଲେ।
Wɔyɛɛ adwuma kɔɔ Ofir, na wɔsan de sikakɔkɔɔ nsania ani nkaribo tɔn 16 brɛɛ Salomo.

< ପ୍ରଥମ ରାଜାବଳୀ 9 >