< ପ୍ରଥମ ରାଜାବଳୀ 1 >

1 ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।
Now King David was old and well along in years, and though they covered him with blankets, he could not keep warm.
2 ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ।
So his servants said to him, “Let us search for a young virgin for our lord the king, to attend to him and care for him and lie by his side to keep him warm.”
3 ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।
Then they searched throughout Israel for a beautiful girl, and they found Abishag the Shunammite and brought her to the king.
4 ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।
The girl was unsurpassed in beauty; she cared for the king and served him, but he had no relations with her.
5 ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।
At that time Adonijah, David’s son by Haggith, began to exalt himself, saying, “I will be king!” And he acquired chariots and horsemen and fifty men to run ahead of him.
6 ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।
(His father had never once reprimanded him by saying, “Why do you act this way?” Adonijah was also very handsome, born next after Absalom.)
7 ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।
So Adonijah conferred with Joab son of Zeruiah and with Abiathar the priest, who supported him.
8 ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍‍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।
But Zadok the priest, Benaiah son of Jehoiada, Nathan the prophet, Shimei, Rei, and David’s mighty men would not join Adonijah.
9 ଏଉତ୍ତାରେ ଅଦୋନୀୟ ଐନ୍‍-ରୋଗେଲର ପାର୍ଶ୍ୱସ୍ଥ ସୋହେଲତ୍‍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।
And Adonijah sacrificed sheep, oxen, and fattened calves near the stone of Zoheleth, which is next to En-rogel. He invited all his royal brothers and all the men of Judah who were servants of the king.
10 ମାତ୍ର, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।
But he did not invite Nathan the prophet, Benaiah, the mighty men, or his brother Solomon.
11 ଏଥିରେ ନାଥନ ଶଲୋମନଙ୍କର ମାତା ବତ୍‍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ?
Then Nathan said to Bathsheba the mother of Solomon, “Have you not heard that Adonijah son of Haggith has become king, and our lord David does not know it?
12 ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।
Now please, come and let me advise you. Save your own life and the life of your son Solomon.
13 ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୋ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ? ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି?’
Go at once to King David and say, ‘My lord the king, did you not swear to your maidservant, “Surely your son Solomon will reign after me, and he will sit on my throne”? Why then has Adonijah become king?’
14 ଦେଖ, ତୁମ୍ଭେ ରାଜାଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ବେଳେ ମୁଁ ମଧ୍ୟ ତୁମ୍ଭ ପଛେ ଯାଇ ତୁମ୍ଭ କଥା ଦୃଢ଼ କରିବି।”
Then, while you are still there speaking with the king, I will come in after you and confirm your words.”
15 ଏଥିରେ ବତ୍‍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେହି ସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।
So Bathsheba went to see the king in his bedroom. Since the king was very old, Abishag the Shunammite was serving him.
16 ତହୁଁ ବତ୍‍ଶେବା ନଇଁପଡ଼ି ରାଜାଙ୍କୁ ପ୍ରଣାମ କଲା। ତହିଁରେ ରାଜା ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?”
And Bathsheba bowed down in homage to the king, who asked, “What is your desire?”
17 ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ।”
“My lord,” she replied, “you yourself swore to your maidservant by the LORD your God: ‘Surely your son Solomon will reign after me, and he will sit on my throne.’
18 ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।
But now, behold, Adonijah has become king, and you, my lord the king, did not know it.
19 ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।
And he has sacrificed an abundance of oxen, fattened calves, and sheep, and has invited all the other sons of the king, as well as Abiathar the priest and Joab the commander of the army. But he did not invite your servant Solomon.
20 ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।
And as for you, my lord the king, the eyes of all Israel are upon you to tell them who will sit on the throne of my lord the king after him.
21 ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।
Otherwise, when my lord the king rests with his fathers, I and my son Solomon will be counted as criminals.”
22 ଆଉ, ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହେଲେ।
And just then, while Bathsheba was still speaking with the king, Nathan the prophet arrived.
23 ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍‍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”
So the king was told, “Nathan the prophet is here.” And Nathan went in and bowed facedown before the king.
24 ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୋ ମହାରାଜ, ମୋʼ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋʼ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି?”
“My lord the king,” said Nathan, “did you say, ‘Adonijah will reign after me, and he will sit on my throne’?
25 କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।
For today he has gone down and sacrificed an abundance of oxen, fattened calves, and sheep, and has invited all the sons of the king, the commanders of the army, and Abiathar the priest. And behold, they are eating and drinking before him, saying, ‘Long live King Adonijah!’
26 ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।
But me your servant he did not invite, nor Zadok the priest, nor Benaiah son of Jehoiada, nor your servant Solomon.
27 ଏହି କର୍ମ କି ମୋʼ ପ୍ରଭୁ ମହରାଜଙ୍କ ଦ୍ୱାରା ହେଲା, ଆଉ ମୋʼ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି?
Has my lord the king let this happen without informing your servant who should sit on the throne after my lord the king?”
28 ତେବେ, ଦାଉଦ ରାଜା ଉତ୍ତର କରି କହିଲେ, “ବତ୍‍ଶେବାକୁ ମୋʼ ନିକଟକୁ ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା।”
Then King David said, “Call in Bathsheba for me.” So she came into the king’s presence and stood before him.
29 ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ
And the king swore an oath, saying, “As surely as the LORD lives, who has redeemed my life from all distress,
30 ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ମୋʼ ପଦରେ ମୋʼ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋʼ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି।”
I will carry out this very day exactly what I swore to you by the LORD, the God of Israel: Surely your son Solomon will reign after me, and he will sit on my throne in my place.”
31 ତହୁଁ ବତ୍‍ଶେବା ଭୂମିରେ ମୁହଁ ମାଡ଼ି ରାଜାଙ୍କୁ ପ୍ରଣାମ କରି କହିଲା, “ମୋʼ ପ୍ରଭୁ ମହାରାଜ ଦାଉଦ ଚିରଜୀବୀ ହେଉନ୍ତୁ।”
Bathsheba bowed facedown in homage to the king and said, “May my lord King David live forever!”
32 ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।
Then King David said, “Call in for me Zadok the priest, Nathan the prophet, and Benaiah son of Jehoiada.” So they came before the king.
33 ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇଯାଅ।”
“Take my servants with you,” said the king. “Set my son Solomon on my own mule and take him down to Gihon.
34 ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।
There Zadok the priest and Nathan the prophet are to anoint him king over Israel. You are to blow the ram’s horn and declare, ‘Long live King Solomon!’
35 ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋʼ ସିଂହାସନରେ ବସୁ; କାରଣ, ସେ ମୋʼ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି।
Then you shall go up with him, and he is to come and sit on my throne and reign in my place. For I have appointed him ruler over Israel and Judah.”
36 ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଆମେନ୍‍,” ମୋʼ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କହନ୍ତୁ।
“Amen,” replied Benaiah son of Jehoiada. “May the LORD, the God of my lord the king, so declare it.
37 ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।
Just as the LORD was with my lord the king, so may He be with Solomon and make his throne even greater than that of my lord King David.”
38 ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍‍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।
Then Zadok the priest, Nathan the prophet, and Benaiah son of Jehoiada, along with the Cherethites and Pelethites, went down and set Solomon on King David’s mule, and they escorted him to Gihon.
39 ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”
Zadok the priest took the horn of oil from the tabernacle and anointed Solomon. Then they blew the ram’s horn, and all the people proclaimed, “Long live King Solomon!”
40 ଆଉ, ସମସ୍ତ ଲୋକ ତାହାଙ୍କ ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶବ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା।
All the people followed him, playing flutes and rejoicing with such a great joy that the earth was split by the sound.
41 ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?
Now Adonijah and all his guests were finishing their feast when they heard the sound of the ram’s horn. “Why is the city in such a loud uproar?” asked Joab.
42 ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।”
As he was speaking, suddenly Jonathan the son of Abiathar the priest arrived. “Come in,” said Adonijah, “for you are a man of valor. You must be bringing good news.”
43 ତହିଁରେ ଯୋନାଥନ ଅଦୋନୀୟକୁ ଉତ୍ତର କରି କହିଲା, “ସତ୍ୟ, ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜା ଶଲୋମନଙ୍କୁ ରାଜା କରିଅଛନ୍ତି;
“Not at all,” Jonathan replied. “Our lord King David has made Solomon king.
44 ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;
And with Solomon, the king has sent Zadok the priest, Nathan the prophet, and Benaiah son of Jehoiada, along with the Cherethites and Pelethites, and they have set him on the king’s mule.
45 ଆଉ, ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶବ୍ଦରେ ନଗରରେ କୋଳାହଳ ହେଲା। ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶବ୍ଦ।
Zadok the priest and Nathan the prophet have anointed him king at Gihon, and they have gone up from there with rejoicing that rings out in the city. That is the noise you hear.
46 ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି।
Moreover, Solomon has taken his seat on the royal throne.
47 ଆହୁରି ରାଜାଙ୍କର ଦାସମାନେ ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜାଙ୍କର ମଙ୍ଗଳବାଦ କରିବାକୁ ଆସି କହିଲେ, ‘ଆପଣଙ୍କ ପରମେଶ୍ୱର ଆପଣଙ୍କ ନାମ ଅପେକ୍ଷା ଶଲୋମନଙ୍କ ନାମ ଅଧିକ କରନ୍ତୁ ଓ ଆପଣଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ,’ ତହିଁରେ ରାଜା ଶଯ୍ୟାରେ ଥାଇ ପ୍ରଣାମ କଲେ।
The king’s servants have also gone to congratulate our lord King David, saying, ‘May your God make the name of Solomon more famous than your own name, and may He make his throne greater than your throne.’ And the king has bowed in worship on his bed,
48 ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋʼ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’”
saying, ‘Blessed be the LORD, the God of Israel! Today He has provided one to sit on my throne, and my eyes have seen it.’”
49 ଏଥିରେ ଅଦୋନୀୟର ନିମନ୍ତ୍ରିତ ଲୋକ ସମସ୍ତେ ଭୀତ ହେଲେ, ପୁଣି, ଉଠି ପ୍ରତ୍ୟେକେ ଆପଣା ଆପଣା ବାଟରେ ଚାଲିଗଲେ।
At this, all the guests of Adonijah arose in terror and scattered.
50 ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
But Adonijah, in fear of Solomon, got up and went to take hold of the horns of the altar.
51 ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋʼ ନିକଟରେ ଶପଥ କରନ୍ତୁ।’”
It was reported to Solomon: “Behold, Adonijah fears King Solomon, and he has taken hold of the horns of the altar, saying, ‘Let King Solomon first swear to me not to put his servant to the sword.’”
52 ତହିଁରେ ଶଲୋମନ କହିଲେ, “ଯେବେ ସେ ଆପଣାକୁ ଯୋଗ୍ୟ ଲୋକ ଦେଖାଇବ, ତେବେ ତାହାର ଏକ କେଶ ହିଁ ଭୂମିରେ ପଡ଼ିବ ନାହିଁ; ମାତ୍ର, ତାହାଠାରେ ଦୁଷ୍ଟତା ଦେଖାଗଲେ, ସେ ମରିବ।”
And Solomon replied, “If he is a man of character, not a single hair of his will fall to the ground. But if evil is found in him, he will die.”
53 ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।”
So King Solomon summoned Adonijah down from the altar, and he came and bowed down before King Solomon, who said to him, “Go to your home.”

< ପ୍ରଥମ ରାଜାବଳୀ 1 >