< ପ୍ରଥମ ରାଜାବଳୀ 1 >
1 ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।
Now king David was old, and advanced in years: and when he was covered with clothes, he was not warm.
2 ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ।
His servants therefore said to him: Let us seek for our lord the king, a young virgin, and let her stand before the king, and cherish him, and sleep in his bosom, and warm our lord the king.
3 ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।
So they sought a beautiful young woman in all the coasts of Israel, and they found Abisag a Sunamitess, and brought her to the king.
4 ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।
And the damsel was exceeding beautiful, and she slept with the king: and served him, but the king did not know her.
5 ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।
And Adonias the son of Haggith exalted himself, saying: I will be king. And he made himself chariots and horsemen, and fifty men to run before him.
6 ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।
Neither did his father rebuke him at any time, saying: Why hast thou done this? And he also was very beautiful, the next in birth after Absalom.
7 ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।
And he conferred with Joab the son of Sarvia, and with Abiathar the priest, who furthered Adonias’s side.
8 ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।
But Sadoc the priest, and Banaias the son of Joiada, and Nathan the prophet, and Semei, and Rei, and the strength of David’s army was not with Adonias.
9 ଏଉତ୍ତାରେ ଅଦୋନୀୟ ଐନ୍-ରୋଗେଲର ପାର୍ଶ୍ୱସ୍ଥ ସୋହେଲତ୍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।
And Adonias having slain rams and calves, and all fat cattle by the stone of Zoheleth, which was near the fountain Rogel, invited all his brethren the king’s sons, and all the men of Juda, the king’s servants:
10 ମାତ୍ର, ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।
But Nathan the prophet, and Banaias, and all the valiant men, and Solomon his brother, he invited not.
11 ଏଥିରେ ନାଥନ ଶଲୋମନଙ୍କର ମାତା ବତ୍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ?
And Nathan said to Bethsabee the mother of Solomon: Hast thou not heard that Adonias the son of Haggith reigneth, and our lord David knoweth it not?
12 ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।
Now then come, take my counsel and save thy life, and the life of thy son Solomon.
13 ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୋ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ? ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି?’
Go, and get thee in to king David, and say to him: Didst not thou, my lord O king, swear to me thy handmaid, saying: Solomon thy son shall reign after me, and he shall sit on my throne? why then doth Adonias reign?
14 ଦେଖ, ତୁମ୍ଭେ ରାଜାଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ବେଳେ ମୁଁ ମଧ୍ୟ ତୁମ୍ଭ ପଛେ ଯାଇ ତୁମ୍ଭ କଥା ଦୃଢ଼ କରିବି।”
And while thou art yet speaking there with the king, I will come in after thee, and will fill up thy words.
15 ଏଥିରେ ବତ୍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେହି ସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।
So Bethsabee went in to the king into the chamber: now the king was very old, and Abisag the Sunamitess ministered to him.
16 ତହୁଁ ବତ୍ଶେବା ନଇଁପଡ଼ି ରାଜାଙ୍କୁ ପ୍ରଣାମ କଲା। ତହିଁରେ ରାଜା ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?”
Bethsabee bowed herself, and worshipped the king. And the king said to her: What is thy will?
17 ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ।”
She answered and said: My lord, thou didst swear to thy handmaid by the Lord thy God, saying: Solomon thy son shall reign after me, and he shall sit on my throne.
18 ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।
And behold now Adonias reigneth, and thou, my lord the king, knowest nothing of it.
19 ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।
He hath killed oxen, and all fat cattle, and many rams, and invited all the king’s sons, and Abiathar the priest, and Joab the general of the army: but Solomon thy servant he invited not.
20 ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।
And now, my lord O king, the eyes of all Israel are upon thee, that thou shouldst tell them, who shall sit on thy throne, my lord the king, after thee.
21 ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।
Otherwise it shall come to pass, when my lord the king sleepeth with his fathers, that I and my son Solomon shall be counted offenders.
22 ଆଉ, ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହେଲେ।
As she was yet speaking with the king, Nathan the prophet came.
23 ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”
And they told the king, saying: Nathan the prophet is here. And when he was come in before the king, and had worshipped, bowing down to the ground,
24 ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୋ ମହାରାଜ, ମୋʼ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋʼ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି?”
Nathan said: My lord O king, hast thou said: Let Adonias reign after me, and let him sit upon my throne?
25 କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।
Because he is gone down today, and hath killed oxen, and fatlings, and many rams, and invited all the king’s sons, and the captains of the army, and Abiathar the priest: and they are eating and drinking before him, and saying: God save king Adonias:
26 ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।
But me thy servant, and Sadoc the priest, and Banaias the son of Joiada, and Solomon thy servant he hath not invited.
27 ଏହି କର୍ମ କି ମୋʼ ପ୍ରଭୁ ମହରାଜଙ୍କ ଦ୍ୱାରା ହେଲା, ଆଉ ମୋʼ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି?
Is this word come out from my lord the king, and hast thou not told me thy servant who should sit on the throne of my lord the king after him?
28 ତେବେ, ଦାଉଦ ରାଜା ଉତ୍ତର କରି କହିଲେ, “ବତ୍ଶେବାକୁ ମୋʼ ନିକଟକୁ ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା।”
And king David answered and said: Call to me Bethsabee. And when she was come in to the king, and stood before him,
29 ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ
The king swore and said: As the Lord liveth, who hath delivered my soul out of all distress,
30 ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ମୋʼ ପଦରେ ମୋʼ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋʼ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି।”
Even as I swore to thee by the Lord the God of Israel, saying: Solomon thy son shall reign after me, and he shall sit upon my throne in my stead, so will I do this day.
31 ତହୁଁ ବତ୍ଶେବା ଭୂମିରେ ମୁହଁ ମାଡ଼ି ରାଜାଙ୍କୁ ପ୍ରଣାମ କରି କହିଲା, “ମୋʼ ପ୍ରଭୁ ମହାରାଜ ଦାଉଦ ଚିରଜୀବୀ ହେଉନ୍ତୁ।”
And Bethsabee bowing with her face to the earth worshipped the king, saying: May my lord David live for ever.
32 ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।
King David also said: Call me Sadoc the priest, and Nathan the prophet, and Banaias the son of Joiada. And when they were come in before the king,
33 ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇଯାଅ।”
He said to them: Take with you the servants of your lord, and set my son Solomon upon my mule: and bring him to Gihon.
34 ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।
And let Sadoc the priest, and Nathan the prophet anoint him there king over Israel: and you shall sound the trumpet, and shall say: God save king Solomon.
35 ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋʼ ସିଂହାସନରେ ବସୁ; କାରଣ, ସେ ମୋʼ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି।
And you shall come up after him, and he shall come, and shall sit upon my throne, and he shall reign in my stead: and I will appoint him to be ruler over Israel, and over Juda.
36 ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଆମେନ୍,” ମୋʼ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କହନ୍ତୁ।
And Banaias the son of Joiada answered the king, saying: Amen: so say the Lord the God of my lord the king.
37 ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।
As the Lord hath been with my lord the king, so be he with Solomon, and make his throne higher than the throne of my lord king David.
38 ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।
So Sadoc the priest, and Nathan the prophet went down, and Banaias the son of Joiada, and the Cerethi, and Phelethi: and they set Solomon upon the mule of king David, and brought him to Gihon.
39 ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”
And Sadoc the priest took a horn of oil out of the tabernacle, and anointed Solomon: and they sounded the trumpet, and all the people said: God save king Solomon.
40 ଆଉ, ସମସ୍ତ ଲୋକ ତାହାଙ୍କ ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶବ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା।
And all the multitude went up after him, and the people played with pipes, and rejoiced with a great joy, and the earth rang with the noise of their cry.
41 ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?
And Adonias, and all that were invited by him, heard it, and now the feast was at an end: Joab also hearing the sound of the trumpet, said: What meaneth this noise of the city in an uproar?
42 ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।”
While he yet spoke, Jonathan the son of Abiathar the priest came: and Adonias said to him: Come in, because thou art a valiant man, and bringest good news.
43 ତହିଁରେ ଯୋନାଥନ ଅଦୋନୀୟକୁ ଉତ୍ତର କରି କହିଲା, “ସତ୍ୟ, ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜା ଶଲୋମନଙ୍କୁ ରାଜା କରିଅଛନ୍ତି;
And Jonathan answered Adonias: Not so: for our lord king David hath appointed Solomon king.
44 ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;
And hath sent with him Sadoc the priest, and Nathan the prophet, and Banaias the son of Joiada, and the Cerethi, and Phelethi, and they have set him upon the king’s mule.
45 ଆଉ, ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶବ୍ଦରେ ନଗରରେ କୋଳାହଳ ହେଲା। ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶବ୍ଦ।
And Sadoc the priest, and Nathan the prophet have anointed him king in Gihon: and they are gone up from thence rejoicing, so that the city rang again: this is the noise that you have heard.
46 ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି।
Moreover Solomon sitteth upon the throne of the kingdom,
47 ଆହୁରି ରାଜାଙ୍କର ଦାସମାନେ ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜାଙ୍କର ମଙ୍ଗଳବାଦ କରିବାକୁ ଆସି କହିଲେ, ‘ଆପଣଙ୍କ ପରମେଶ୍ୱର ଆପଣଙ୍କ ନାମ ଅପେକ୍ଷା ଶଲୋମନଙ୍କ ନାମ ଅଧିକ କରନ୍ତୁ ଓ ଆପଣଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ,’ ତହିଁରେ ରାଜା ଶଯ୍ୟାରେ ଥାଇ ପ୍ରଣାମ କଲେ।
And the king’s servants going in have blessed our lord king David, saying: May God make the name of Solomon greater than thy name, and make his throne greater than thy throne. And the king adored in his bed:
48 ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋʼ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’”
And he said: Blessed be the Lord the God of Israel, who hath given this day one to sit on my throne, my eyes seeing it.
49 ଏଥିରେ ଅଦୋନୀୟର ନିମନ୍ତ୍ରିତ ଲୋକ ସମସ୍ତେ ଭୀତ ହେଲେ, ପୁଣି, ଉଠି ପ୍ରତ୍ୟେକେ ଆପଣା ଆପଣା ବାଟରେ ଚାଲିଗଲେ।
Then all the guests of Adonias were afraid, and they all arose and every man went his way.
50 ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
And Adonias fearing Solomon, arose, and went, and took hold on the horn of the altar.
51 ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋʼ ନିକଟରେ ଶପଥ କରନ୍ତୁ।’”
And they told Solomon, saying: Behold Adonias, fearing king Solomon, hath taken hold of the horn of the altar, saying: Let king Solomon swear to me this day, that he will not kill his servant with the sword.
52 ତହିଁରେ ଶଲୋମନ କହିଲେ, “ଯେବେ ସେ ଆପଣାକୁ ଯୋଗ୍ୟ ଲୋକ ଦେଖାଇବ, ତେବେ ତାହାର ଏକ କେଶ ହିଁ ଭୂମିରେ ପଡ଼ିବ ନାହିଁ; ମାତ୍ର, ତାହାଠାରେ ଦୁଷ୍ଟତା ଦେଖାଗଲେ, ସେ ମରିବ।”
And Solomon said: If he be a good man, there shall not so much as one hair of his head fall to the ground: but if evil be found in him, he shall die.
53 ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।”
Then king Solomon sent, and brought him out from the altar: and going in he worshipped king Solomon: and Solomon said to him: Go to thy house.