< ୧ ପିତର 2 >

1 ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,
Wherefore, laying aside all malice, and all guile, and hypocrisies, and envies, and all evil-speakings,
2 ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
As new-born babes, desire the pure milk of the word, that ye may grow thereby:
3 ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର।
If indeed ye have tasted that the Lord [is] gracious.
4 ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,
To whom coming [as to] a living stone, disallowed indeed by men, but chosen by God, [and] precious,
5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
Ye also, as living stones, are built up a spiritual house, a holy priesthood, to offer up spiritual sacrifices, acceptable to God by Jesus Christ.
6 କାରଣ ଶାସ୍ତ୍ରରେ ଲିଖିତ ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ, ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।”
Wherefore also it is contained in the scripture, Behold, I lay in Sion a chief corner-stone, elect, precious: and he that believeth on him shall not be confounded.
7 ଏଣୁ ତୁମ୍ଭେମାନେ ଯେ ବିଶ୍ୱାସ କରୁଅଛ, ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, “ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର,”
To you therefore who believe [he is] precious: but to them who are disobedient, the stone which the builders disallowed, the same is made the head of the corner,
8 ପୁଣି, “ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା;” ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।
And a stone of stumbling, and a rock of offense, [even to them] who stumble at the word, being disobedient: to which also they were appointed.
9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
But ye [are] a chosen generation, a royal priesthood, a holy nation, a peculiar people; that ye should show forth the praises of him who hath called you out of darkness into his marvelous light:
10 ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।
Who in time past [were] not a people, but [are] now the people of God: who had not obtained mercy, but now have obtained mercy.
11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
Dearly beloved, I beseech [you] as strangers and pilgrims, abstain from fleshly lusts, which war against the soul;
12 ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।
Having your manner of life honest among the Gentiles: that, whereas they speak against you as evil-doers, they may by [your] good works, which they shall behold, glorify God in the day of visitation.
13 ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,
Submit yourselves to every ordinance of man for the Lord's sake: whether to the king, as supreme;
14 ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ।
Or to governors, as to them that are sent by him for the punishment of evil-doers, and for the praise of them that do well.
15 କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;
For so is the will of God, that with well-doing ye may put to silence the ignorance of foolish men:
16 ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।
As free, and not using [your] liberty for a cloke of maliciousness, but as the servants of God.
17 ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।
Honor all [men]. Love the brotherhood. Fear God. Honor the king.
18 ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ।
Servants, [be] subject to [your] masters with all fear; not only to the good and gentle, but also to the froward.
19 କାରଣ କେହି ଯେବେ ଈଶ୍ବରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ।
For this [is] thank-worthy, if a man for conscience towards God endureth grief, suffering wrongfully.
20 ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କଅଣ ସୁଖ୍ୟାତି? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ବରଙ୍କ ନିକଟରେ ପ୍ରଶଂସାର ବିଷୟ।
For what glory [is it], if, when ye are buffeted for your faults, ye bear it patiently? but if, when ye do well, and suffer [for it], ye bear it patiently, this [is] acceptable with God.
21 ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
For even to this were ye called: because Christ also suffered for us, leaving us an example, that ye should follow his steps:
22 “ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।”
Who committed no sin, neither was guile found in his mouth:
23 ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
Who, when he was reviled, reviled not again; when he suffered, he threatened not; but committed [himself] to him that judgeth righteously:
24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
Who himself bore our sins in his own body on the tree, that we, being dead to sins, should live to righteousness; by whose stripes ye were healed.
25 କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।
For ye were as sheep going astray; but are now returned to the Shepherd and Bishop of your souls.

< ୧ ପିତର 2 >