< ୧ ପିତର 3 >

1 ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,
Similhantemente vós, mulheres, sêde sujeitas aos vossos proprios maridos; para que tambem, se alguns não obedecem á palavra, pelo trato das mulheres sejam ganhos sem palavra;
2 ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ।
Considerando o vosso casto trato em temor.
3 ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,
O enfeite d'ellas não seja o exterior, no encrespamento dos cabellos, ou atavio de oiro, ou compostura de vestidos;
4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।
Mas o homem encoberto no coração; no incorruptivel de um espirito manso e quieto, que é precioso diante de Deus.
5 କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।
Porque assim se enfeitavam tambem antigamente as sanctas mulheres que esperavam em Deus, e estavam sujeitas aos seus proprios maridos;
6 ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ।
Como Sara obedecia a Abrahão, chamando-lhe senhor; da qual vós sois feitas filhas, fazendo o bem, e não temendo nenhum espanto.
7 ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।
Egualmente vós, maridos, cohabitae com ellas com entendimento, dando honra á mulher, como a vaso mais fraco; como aquelles que juntamente com ellas sois herdeiros da graça da vida; para que não sejam impedidas as vossas orações.
8 ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
E, finalmente, sêde todos de um mesmo sentimento, compassivos, amando os irmãos, entranhavelmente misericordiosos e affaveis.
9 ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
Não tornando mal por mal, ou injuria por injuria; antes, pelo contrario, bemdizendo: sabendo que para isto sois chamados, para que por herança alcanceis a benção.
10 ଯେଣୁ, “ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ, ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;
Porque quem quer amar a vida, e vêr os dias bons, refreie a sua lingua do mal, e os seus labios que não fallem engano.
11 ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ।
Aparte-se do mal, e faça o bem; busque a paz, e siga-a.
12 କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।”
Porque os olhos do Senhor estão sobre os justos, e os seus ouvidos attentos ás suas orações; mas o rosto do Senhor é contra os que fazem males.
13 ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍‌ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ?
E qual é aquelle que vos fará mal, se fordes imitadores do bem?
14 ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;
Mas tambem, se padecerdes por amor da justiça, sois bemaventurados. E não temaes com medo d'elles, nem vos turbeis;
15 କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
Antes sanctificae o Senhor Deus em vossos corações; e estae sempre preparados para responder com mansidão e temor a qualquer que vos pedir a razão da esperança que ha em vós:
16 ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।
Tendo uma boa consciencia, para que, em o que fallam mal de vós, como de malfeitores, fiquem confundidos os que blasphemam do vosso bom trato em Christo.
17 କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।
Porque melhor é que padeçaes fazendo bem (se a vontade de Deus assim o quer), do que fazendo mal.
18 ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
Porque tambem Christo padeceu uma vez pelos peccados, o justo pelos injustos, para levar-nos a Deus; mortificado, na verdade, na carne, porém vivificado pelo Espirito;
19 ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;
No qual tambem foi, e prégou aos espiritos em prisão;
20 ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;
Os quaes antigamente foram rebeldes, quando a longanimidade de Deus esperava nos dias de Noé, apparelhando-se a arca; na qual poucas (isto é oito) almas se salvaram pela agua;
21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;
Que tambem, como uma verdadeira figura, agora nos salva, o baptismo não o do despojamento da immundicia do corpo, mas o da indagação de uma boa consciencia para com Deus, pela resurreição de Jesus Christo;
22 ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।
O qual está á dextra de Deus, tendo subido ao céu: havendo-se-lhe sujeitado os anjos, e as auctoridades, e as potencias.

< ୧ ପିତର 3 >