< ୧ ପିତର 4 >

1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି,
基督既在肉身受苦,你们也当将这样的心志作为兵器,因为在肉身受过苦的,就已经与罪断绝了。
2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
你们存这样的心,从今以后就可以不从人的情欲,只从 神的旨意在世度余下的光阴。
3 ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
因为往日随从外邦人的心意行邪淫、恶欲、醉酒、荒宴、群饮,并可恶拜偶像的事,时候已经够了。
4 ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
他们在这些事上,见你们不与他们同奔那放荡无度的路,就以为怪,毁谤你们。
5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ।
他们必在那将要审判活人死人的主面前交帐。
6 କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ।
为此,就是死人也曾有福音传给他们,要叫他们的肉体按着人受审判,他们的灵性却靠 神活着。
7 ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
万物的结局近了。所以,你们要谨慎自守,警醒祷告。
8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
最要紧的是彼此切实相爱,因为爱能遮掩许多的罪。
9 କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
你们要互相款待,不发怨言。
10 ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;
各人要照所得的恩赐彼此服事,作 神百般恩赐的好管家。
11 କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍। (aiōn g165)
若有讲道的,要按着 神的圣言讲;若有服事人的,要按着 神所赐的力量服事,叫 神在凡事上因耶稣基督得荣耀。原来荣耀、权能都是他的,直到永永远远。阿们! (aiōn g165)
12 ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
亲爱的弟兄啊,有火炼的试验临到你们,不要以为奇怪(似乎是遭遇非常的事),
13 ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
倒要欢喜;因为你们是与基督一同受苦,使你们在他荣耀显现的时候,也可以欢喜快乐。
14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍‍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
你们若为基督的名受辱骂,便是有福的;因为 神荣耀的灵常住在你们身上。
15 ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;
你们中间却不可有人因为杀人、偷窃、作恶、好管闲事而受苦。
16 କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ।
若为作基督徒受苦,却不要羞耻,倒要因这名归荣耀给 神。
17 କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!
因为时候到了,审判要从 神的家起首。若是先从我们起首,那不信从 神福音的人将有何等的结局呢?
18 ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?”
若是义人仅仅得救,那不虔敬和犯罪的人将有何地可站呢?
19 ଅତଏବ, ଯେଉଁମାନେ ଈଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କର୍ମରେ ନିବିଷ୍ଟ ରହନ୍ତୁ।
所以,那照 神旨意受苦的人要一心为善,将自己灵魂交与那信实的造化之主。

< ୧ ପିତର 4 >