< ୧ ପିତର 4 >
1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି,
基督既在肉身受苦,你們也當將這樣的心志作為兵器,因為在肉身受過苦的,就已經與罪斷絕了。
2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
你們存這樣的心,從今以後就可以不從人的情慾,只從上帝的旨意在世度餘下的光陰。
3 ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
因為往日隨從外邦人的心意行邪淫、惡慾、醉酒、荒宴、群飲,並可惡拜偶像的事,時候已經夠了。
4 ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
他們在這些事上,見你們不與他們同奔那放蕩無度的路,就以為怪,毀謗你們。
5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ।
他們必在那將要審判活人死人的主面前交帳。
6 କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ।
為此,就是死人也曾有福音傳給他們,要叫他們的肉體按着人受審判,他們的靈性卻靠上帝活着。
7 ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
萬物的結局近了。所以,你們要謹慎自守,警醒禱告。
8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
最要緊的是彼此切實相愛,因為愛能遮掩許多的罪。
9 କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
你們要互相款待,不發怨言。
10 ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;
各人要照所得的恩賜彼此服事,作上帝百般恩賜的好管家。
11 କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍। (aiōn )
若有講道的,要按着上帝的聖言講;若有服事人的,要按着上帝所賜的力量服事,叫上帝在凡事上因耶穌基督得榮耀。原來榮耀、權能都是他的,直到永永遠遠。阿們! (aiōn )
12 ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
親愛的弟兄啊,有火煉的試驗臨到你們,不要以為奇怪(似乎是遭遇非常的事),
13 ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
倒要歡喜;因為你們是與基督一同受苦,使你們在他榮耀顯現的時候,也可以歡喜快樂。
14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
你們若為基督的名受辱罵,便是有福的;因為上帝榮耀的靈常住在你們身上。
15 ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;
你們中間卻不可有人因為殺人、偷竊、作惡、好管閒事而受苦。
16 କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ।
若為作基督徒受苦,卻不要羞恥,倒要因這名歸榮耀給上帝。
17 କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!
因為時候到了,審判要從上帝的家起首。若是先從我們起首,那不信從上帝福音的人將有何等的結局呢?
18 ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?”
若是義人僅僅得救,那不虔敬和犯罪的人將有何地可站呢?
19 ଅତଏବ, ଯେଉଁମାନେ ଈଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କର୍ମରେ ନିବିଷ୍ଟ ରହନ୍ତୁ।
所以,那照上帝旨意受苦的人要一心為善,將自己靈魂交與那信實的造化之主。