< ୧ ପିତର 4 >

1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି,
Kwa hiyo, kwa kuwa Kristo aliteseka katika mwili, jivikeni silaha za nia ile ile. Yeye aliyeteseka katika mwili ameondokana na dhambi.
2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
Mtu huyu haendelei tena kuishi katika tamaa za mwili, bali kwa mapenzi ya Mungu, kwa maisha yake yaliyosalia.
3 ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
Kwa kuwa muda uliopita umetosha kutenda mambo ambayo wamataifa wanataka kufanya- ufisadi, nia mbaya, ulevi, ulafi, sherehe za kipagani na ibada za sanamu zenye machukizo.
4 ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
Wanafikiri ni ajabu mnapojiepusha kutenda mambo hayo pamoja nao, hivyo wananena maovu juu yenu.
5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ।
Watatoa hesabu kwake aliye tayari kuhukumu walio hai na wafu.
6 କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ।
Kwa kusudi hili injili ilihubiriwa kwao waliokwisha kufa, kwamba ijapokuwa walikwisha hukumiwa katika miili yao kama wanadamu, ili waweze kuishi kulingana na Mungu katika roho.
7 ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
Mwisho wa mambo yote unakuja. Kwa hiyo, mwe na ufahamu ulio sahihi, na iweni na nia njema kwa ajili ya maombi yenu.
8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
Kabla ya mambo yote, eweni na bidii katika upendo kwa kila mmoja, kwa kuwa upendo hautafuti kufunua dhambi za wengine.
9 କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
Onyesheni ukarimu kwa kila mmoja bila kunung'unika.
10 ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;
Kama ambavyo kila mmoja wenu alivyopokea karama, itumieni katika kuhudumiana, kama wasimamizi wema wa karama nyingi zilizotolewa bure na Mungu.
11 କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍। (aiōn g165)
Kama mtu akiongea, na iwe kama mausia ya Mungu, na kama mtu akihudumu, na iwe kama uwezo aliopewa na Mungu, ili kwamba kwa kila jambo Mungu apate kutukuzwa kupitia Yesu Kristo. Utukufu na uweza vina Yeye milele na milele. Amina. (aiōn g165)
12 ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
Wapendwa, msihesabu jaribu ambalo huja kuwajaribu kama kitu kigeni, ingawa kuna kitu kigeni kilichokuwa kinatukia kwenu.
13 ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
Lakini kwa kadri mnavyozidi kupata uzoefu wa mateso ya Kristo, furahini, ili kwamba mfurahi pia na kushangilia katika ufunuo wa utukufu wake.
14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍‍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
Iwapo mmetukanwa kwa ajili ya jina la Kristo, mmebarikiwa, kwa sababu ya Roho wa utukufu na Roho wa Mungu anakaa juu yenu.
15 ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;
Lakini asiwepo yeyote mwenye kuteswa kama muuaji, mwizi, mtenda maovu, au ajishughulishaye na mambo ya wengine.
16 କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ।
Lakini ikiwa mtu anateswa kama Mkristo, asione aibu, bali amtukuze Mungu katika jina hilo.
17 କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!
Kwa kuwa wakati umefika kwa hukumu kuanzia katika nyumba ya Mungu. Na kama inaanzia kwetu, itakuwaje kwa wale wasioitii injili ya Mungu?
18 ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?”
Na kama “mwenye haki anaokolewa kupitia magumu, itakuwaje kwa mtu asiyehaki na mwenye dhambi?”
19 ଅତଏବ, ଯେଉଁମାନେ ଈଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କର୍ମରେ ନିବିଷ୍ଟ ରହନ୍ତୁ।
Kwa hiyo wote wanaoteseka kutokana na mapenzi ya Mungu wakabidhi nafsi zao kwa Muumba mwaminifu ili hali wakitenda mema.

< ୧ ପିତର 4 >