< ୧ ପିତର 5 >
1 ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,
πρεσβυτερους ουν εν υμιν παρακαλω ο συμπρεσβυτερος και μαρτυς των του χριστου παθηματων ο και της μελλουσης αποκαλυπτεσθαι δοξης κοινωνος
2 ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;
ποιμανατε το εν υμιν ποιμνιον του θεου {VAR2: [επισκοπουντες] } μη αναγκαστως αλλα εκουσιως {VAR2: κατα θεον } μηδε αισχροκερδως αλλα προθυμως
3 ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।
μηδ ως κατακυριευοντες των κληρων αλλα τυποι γινομενοι του ποιμνιου
4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।
και φανερωθεντος του αρχιποιμενος κομιεισθε τον αμαραντινον της δοξης στεφανον
5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”
ομοιως νεωτεροι υποταγητε πρεσβυτεροις παντες δε αλληλοις την ταπεινοφροσυνην εγκομβωσασθε οτι [ο] θεος υπερηφανοις αντιτασσεται ταπεινοις δε διδωσιν χαριν
6 ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;
ταπεινωθητε ουν υπο την κραταιαν χειρα του θεου ινα υμας υψωση εν καιρω
7 ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
πασαν την μεριμναν υμων επιριψαντες επ αυτον οτι αυτω μελει περι υμων
8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
νηψατε γρηγορησατε ο αντιδικος υμων διαβολος ως λεων ωρυομενος περιπατει ζητων {VAR2: [τινα] } καταπιειν
9 ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।
ω αντιστητε στερεοι τη πιστει ειδοτες τα αυτα των παθηματων τη εν {VAR1: τω } {VAR2: [τω] } κοσμω υμων αδελφοτητι επιτελεισθαι
10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ। (aiōnios )
ο δε θεος πασης χαριτος ο καλεσας υμας εις την αιωνιον αυτου δοξαν εν χριστω {VAR2: [ιησου] } ολιγον παθοντας αυτος καταρτισει στηριξει σθενωσει {VAR2: θεμελιωσει } (aiōnios )
11 ପରାକ୍ରମ ଯୁଗେ ଯୁଗେ ତାହାଙ୍କର। ଆମେନ୍। (aiōn )
αυτω το κρατος εις τους αιωνας αμην (aiōn )
12 ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।
δια σιλουανου υμιν του πιστου αδελφου ως λογιζομαι δι ολιγων εγραψα παρακαλων και επιμαρτυρων ταυτην ειναι αληθη χαριν του θεου εις ην στητε
13 ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
ασπαζεται υμας η εν βαβυλωνι συνεκλεκτη και μαρκος ο υιος μου
14 ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।
ασπασασθε αλληλους εν φιληματι αγαπης ειρηνη υμιν πασιν τοις εν χριστω