< ୧ ପିତର 1 >

1 ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତୀୟ, କାପ୍ପାଦକିଆ, ଏସିଆ ଓ ବୀଥୂନିଆ ଅଞ୍ଚଳଗୁଡ଼ିକରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,
Peter apostelj Jezusa Kristusa izvoljenim tujcem raztrosa v Pontu, Galaciji, Kapadociji, Aziji in Bitiniji;
2 ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।
Po sklepu Boga očeta v posvečenji Duha, v pokorščino in pokropljenje s krvjo Jezusa Kristusa; milost in mir naj se vam napolni.
3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
Hvaljen Bog in oče Gospoda našega Jezusa Kristusa, kateri je po obilem usmiljenji svojem prerodil nas v živo upanje po vstajenji Jezusa Kristusa od mrtvih,
4 ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।
V dedščino neminljivo in neoskrunjeno in nevenljivo, hranjeno v nebesih za nas,
5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।
Kateri se v moči Božji po veri hranimo v zveličanje, pripravljeno, da se razodene v skrajnem času;
6 ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
V katerem se radujete ravnokar nekaj časa, (ako treba), v žalosti, v mnogoterih izkušnjavah;
7 ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।
Da se izkušnja vere vaše najde za mnogo dražjo od minljivega, a v ognji izkušenega zlata, v hvalo in čast in slavo v razodetji Jezusa Kristusa,
8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ
Katerega ne poznajoč ljubite, v katerega sedaj ne gledajoč a verujoč radujete se v radosti neizrečni in oslavljeni;
9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
Ko ste zadobili namen vere svoje, zveličanje duš.
10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।
O katerem zveličanji so preiskavali in izsledovali preroki, kateri so prerokovali o milosti proti vam,
11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।
Preiskujoč, na kateri ali kakošen čas meri Duh Kristusov, kateri je v njih naprej pričal za trpljenja Kristusova in slave po njih;
12 ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।
Katerim se je razodelo, da tistega niso podajali sebi, nego nam, kar se vam je sedaj oznanilo po njih, kateri so vam oznanjali evangelj v Duhu svetem poslanem z nebes, v kar angeli pogledati želé.
13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।
Zato opašite ledja razuma svojega, bodite trezni, in upajte popolnoma v milost, katera se vam prinaša v razodetji Jezusa Kristusa;
14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
Kakor pokorščine otroci, ne ravnajoč se po prejšnjih željah v nevednosti svoji,
15 ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ।
Nego po svetem, kateri vas je poklical, bodite tudi sami sveti v vsem vedenji.
16 ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।
Ker pisano je: "Sveti bodite, ker sem jaz svet."
17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
In če očeta imenujete njega, ki sodi brez licegledja po vsakega delu, vedite se v strahu tujčevanja svojega čas;
18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
Vedoč, da niste odkupljeni z minljivim, srebrom ali zlatom, iz praznega življenja svojega podedovanega od očetov,
19 ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
Nego z drago krvjo kakor jagnjeta brez madeža in hibe, Kristusa;
20 ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଏହି ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;
Kateri je bil naprej namenjen pred ustanovitvijo sveta, prikazal pa se je v zadnjih časih za vas,
21 ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।
Kateri po njem verujete v Boga, ki ga je obudil iz mrtvih in dal mu slavo, da je vera vaša tudi upanje v Boga.
22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
Posvetivši duše svoje v pokorščini resnice po Duhu v bratoljubje odkritosrčno, ljubite se iz čistega srca med seboj iskreno,
23 ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ। (aiōn g165)
Prerojeni ne iz semena minljivega, nego neminljivega, po besedi Boga, ki živi in ostane vekomaj. (aiōn g165)
24 କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
Kajti "Vse meso je kakor trava, in vsa slava človekova kakor trave cvet. Posušila se je trava, in cvet njen je odpadel;
25 କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି। (aiōn g165)
Beseda pa Gospodova ostane vekomaj." Ta pa je beseda, katera se vam je oznanila. (aiōn g165)

< ୧ ପିତର 1 >