< ପ୍ରଥମ ଶାମୁୟେଲ 1 >

1 ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍‍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍‍କାନା, ସେ ସୂଫର ବୃଦ୍ଧ ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର;
HUBO un varón de Ramathaim de Sophim, del monte de Ephraim, que se llamaba Elcana, hijo de Jeroham, hijo de Eliú, hijo de Thohu, hijo de Suph, Ephrateo.
2 ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।
Y tenía él dos mujeres; el nombre de la una era Anna, y el nombre de la otra Peninna. Y Peninna tenía hijos, mas Anna no los tenía.
3 ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସଦାପ୍ରଭୁଙ୍କ ଯାଜକ ଥିଲେ।
Y subía aquel varón todos los años de su ciudad, á adorar y sacrificar á Jehová de los ejércitos en Silo, donde estaban dos hijos de Eli, Ophni y Phinees, sacerdotes de Jehová.
4 ପୁଣି, ଇଲ୍‍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ରକନ୍ୟା ସମସ୍ତଙ୍କୁ ଅଂଶ ଦେଲା;
Y cuando venía el día, Elcana sacrificaba, y daba á Peninna su mujer, y á todos sus hijos y á todas sus hijas, á cada uno su parte.
5 ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।
Mas á Anna daba una parte escogida; porque amaba á Anna, aunque Jehová había cerrado su matriz.
6 ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।
Y su competidora la irritaba, enojándola y entristeciéndola, porque Jehová había cerrado su matriz.
7 ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।
Y así hacía cada año: cuando subía á la casa de Jehová, enojaba así á la otra; por lo cual ella lloraba, y no comía.
8 ଏଥିରେ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?”
Y Elcana su marido le dijo: Anna, ¿por qué lloras? ¿y por qué no comes? ¿y por qué está afligido tu corazón? ¿No te soy yo mejor que diez hijos?
9 ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।
Y levantóse Anna después que hubo comido y bebido en Silo; y mientras el sacerdote Eli estaba sentado en una silla junto á un pilar del templo de Jehová,
10 ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।
Ella con amargura de alma oró á Jehová, y lloró abundantemente.
11 ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”
E hizo voto, diciendo: Jehová de los ejércitos, si te dignares mirar la aflicción de tu sierva, y te acordares de mí, y no te olvidares de tu sierva, mas dieres á tu sierva un hijo varón, yo lo dedicaré á Jehová todos los días de su vida, y no subirá navaja sobre su cabeza.
12 ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।
Y fué que como ella orase largamente delante de Jehová, Eli estaba observando la boca de ella.
13 ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।
Mas Anna hablaba en su corazón, y solamente se movían sus labios, y su voz no se oía; y túvola Eli por borracha.
14 ତହିଁରେ ଏଲି ତାହାକୁ କହିଲେ, “ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।”
Entonces le dijo Eli: ¿Hasta cuándo estarás borracha?; digiere tu vino.
15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”
Y Anna le respondió, diciendo: No, señor mío: mas yo soy una mujer trabajada de espíritu: no he bebido vino ni sidra, sino que he derramado mi alma delante de Jehová.
16 ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।
No tengas á tu sierva por una mujer impía: porque por la magnitud de mis congojas y de mi aflicción he hablado hasta ahora.
17 ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”
Y Eli respondió, y dijo: Ve en paz, y el Dios de Israel te otorgue la petición que le has hecho.
18 ତହୁଁ ସେ କହିଲା, “ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ।” ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷଣ୍ଣ ନୋହିଲା।
Y ella dijo: Halle tu sierva gracia delante de tus ojos. Y fuése la mujer su camino, y comió, y no estuvo más triste.
19 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ।
Y levantándose de mañana, adoraron delante de Jehová, y volviéronse, y vinieron á su casa en Ramatha. Y Elcana conoció á Anna su mujer, y Jehová se acordó de ella.
20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”
Y fué que corrido el tiempo, después de haber concebido Anna, parió un hijo, y púsole por nombre Samuel, [diciendo]: Por cuanto lo demandé á Jehová.
21 ଏଉତ୍ତାରେ ଇଲ୍‍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ।
Después subió el varón Elcana, con toda su familia, á sacrificar á Jehová el sacrificio acostumbrado, y su voto.
22 ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”
Mas Anna no subió, sino dijo á su marido: [Yo no subiré] hasta que el niño sea destetado; para que lo lleve y sea presentado delante de Jehová, y se quede allá para siempre.
23 ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।
Y Elcana su marido le respondió: Haz lo que bien te pareciere; quédate hasta que lo destetes: solamente Jehová cumpla su palabra. Y quedóse la mujer, y crió su hijo hasta que lo destetó.
24 ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।
Y después que lo hubo destetado, llevólo consigo, con tres becerros, y un epha de harina, y una vasija de vino, y trájolo á la casa de Jehová en Silo: y el niño era pequeño.
25 ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।
Y matando el becerro, trajeron el niño á Eli.
26 ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।
Y ella dijo: ¡Oh, señor mío! vive tu alma, señor mío, yo soy aquella mujer que estuvo aquí junto á ti orando á Jehová.
27 ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।
Por este niño oraba, y Jehová me dió lo que le pedí.
28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।
Yo pues le vuelvo también á Jehová: todos los días que viviere, será de Jehová. Y adoró allí á Jehová.

< ପ୍ରଥମ ଶାମୁୟେଲ 1 >