< ପ୍ରଥମ ଶାମୁୟେଲ 10 >

1 ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?
Then Samuel took a little vial of oil, and poured it on his head. And he kissed him, and said: “Behold, the Lord has anointed you as first ruler over his inheritance. And you shall free his people from the hands of their enemies, who are all around them. And this shall be a sign for you that God has anointed you as ruler:
2 ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍‍ର ସୀମାସ୍ଥିତ ସେଲ୍‍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?’
When you will have departed from me this day, you will find two men beside the sepulcher of Rachel, in the parts of Benjamin to the south. And they will say to you: ‘The donkeys have been found, which you had been seeking as you traveled. And your father, forgetting about the donkeys, has been anxious for you, and he says, “What shall I do about my son?”’
3 ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍‍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;
And when you will have departed from there, and will have traveled farther, and will have arrived at the oak of Tabor, in that place three men, who are going up to God at Bethel, will find you. One will be bringing three young goats, and another three loaves of bread, and another will be carrying a bottle of wine.
4 ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।
And when they will have greeted you, they will give you two loaves. And you shall accept these from their hand.
5 ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;
After these things, you shall arrive at the hill of God, where the garrison of the Philistines is. And when you will have entered the city there, you will meet a company of prophets, descending from the high place, with a psaltery, and a timbrel, and a pipe, and a harp before them, and they will be prophesying.
6 ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।
And the Spirit of the Lord will spring up within you. And you shall prophesy with them, and you shall be changed into another man.
7 ଏହିସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
Therefore, when these signs will have happened to you, do whatever your hand will find, for the Lord is with you.
8 ମାତ୍ର ତୁମ୍ଭେ ମୋର ଆଗେ ଗିଲ୍‍ଗଲ୍‍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।”
And you shall descend before me into Gilgal, (for I will descend to you), so that you may offer an oblation, and may immolate victims of peace. For seven days, you shall wait, until I come to you, and reveal to you what you should do.”
9 ଏଥିଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ୱର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହି ଦିନ ସେସମସ୍ତ ଚିହ୍ନ ଘଟିଲା।
And so, when he had turned his shoulder, so that he might go away from Samuel, God changed him to another heart. And all these signs occurred on that day.
10 ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।
And they arrived at the above-stated hill, and behold, a group of prophets met him. And the Spirit of the Lord leapt up within him, and he prophesied in their midst.
11 ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, “କୀଶ୍‍ର ପୁତ୍ର ପ୍ରତି କଅଣ ଘଟିଲା?” ଶାଉଲ ହିଁ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ?
Then all those who had known him yesterday and the day before, seeing that he was with the prophets, and that he was prophesying, said to one other: “What is this thing that has happened to the son of Kish? Could Saul also be among the prophets?”
12 ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, “ଆଚ୍ଛା, ସେମାନଙ୍କ ପିତା କିଏ?” ଏହେତୁ “ଶାଉଲ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ” ଏହି କଥା ଏକ ପ୍ରବାଦ ହୋଇ ଉଠିଲା।
And one would respond to the other, saying, “And who is their father?” Because of this, it turned into a proverb, “Could Saul also be among the prophets?”
13 ତହୁଁ ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ।
Then he ceased to prophesy, and he went to the high place.
14 ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”
And the uncle of Saul said to him, and to his servant, “Where did you go?” And they responded: “To seek the donkeys. But when we did not find them, we went to Samuel.”
15 ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କʼଣ କହିଲେ,” ମୋତେ କୁହ।
And his uncle said to him, “Tell me what Samuel said to you.”
16 ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।
And Saul said to his uncle, “He told us that the donkeys would be found.” But the word about the kingdom, which Samuel had spoken to him, he did not reveal to him.
17 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପାରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।
And Samuel called the people together, to the Lord at Mizpah.
18 ଓ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲୁ ଓ ଆମ୍ଭେ ମିସରୀୟମାନଙ୍କ ହସ୍ତରୁ ଓ ଯେସକଳ ରାଜ୍ୟର ଲୋକମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ, ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ;’
And he said to the sons of Israel: “Thus says the Lord God of Israel: I led Israel away from Egypt, and I rescued you from the hand of the Egyptians, and from the hand of all the kings who were afflicting you.
19 ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”
But today you have rejected your God, who alone saved you from all your evils and tribulations. And you have said: ‘By no means! Instead, appoint a king over us.’ Now therefore, stand in the sight of the Lord, by your tribes and by your families.”
20 ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣୀତ ହେଲା।
And Samuel brought near all the tribes of Israel, and the lot fell upon the tribe of Benjamin.
21 ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣୀତ ହେଲା ଓ ତହିଁ ମଧ୍ୟରୁ କୀଶ୍‍ର ପୁତ୍ର ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ।
And he brought near the tribe of Benjamin, with its families, and the lot fell upon the family of Matri. And then it went to Saul, the son of Kish. Therefore, they sought him, but he was not found.
22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”
And after these things, they consulted the Lord as to whether he would soon arrive there. And the Lord responded, “Behold, he is hidden at home.”
23 ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ।
And so they ran and brought him there. And he stood in the midst of the people, and he was taller than the entire people, from the shoulders upward.
24 ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଅଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ?” ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
And Samuel said to all the people: “Certainly, you see the one whom the Lord has chosen, that there is not anyone like him among all the people.” And all the people cried out and said, “Long live the king!”
25 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।
Then Samuel spoke to the people the law of the kingdom, and he wrote it in a book, and he stored it in the sight of the Lord. And Samuel dismissed all the people, each one to his own house.
26 ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।
And then Saul went away to his own house at Gibeah. And a portion of the army, whose hearts had been touched by God, went away with him.
27 ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।
Yet the sons of Belial said, “How could this one be able to save us?” And they despised him, and they brought him no presents. But he pretended not to hear them.

< ପ୍ରଥମ ଶାମୁୟେଲ 10 >