< ପ୍ରଥମ ଶାମୁୟେଲ 10 >
1 ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?
त्यसपछि शमूएलले एक ढुङ्ग्रो तेल लिए, त्यो शाऊलको शिरमाथि खन्याए, तिनलाई चुम्बन गरे । तिनले भने, “के परमप्रभुले उहाँको उत्तराधिकारको शासक हुनलाई तपाईंलाई अभिषेक गर्नुभएको हैन र?
2 ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍ର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?’
जब तपाईं आज जानुहुनेछ, बेन्यामीनको सेल्सहको इलाकामा राहेलको चिहान नजिक तपाईंले दुई जना मानिसहरू भेट्टाउनुहुनेछ । तिनीहरूले तपाईंलाई भन्नेछन्, 'तपाईंले खोजिरहेका गधाहरू भेट्टाइएका छन् । अहिले तपाईंको बुबाले गधाहरू बारेमा चिन्ता गर्न छोडेर “मेरो छोराको बारेमा म के गरौं” भन्दै तपाईंको बारेमा चिन्ता गर्दै हुनुहुन्छ ।'
3 ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;
तब तपाईं त्यहाँबाट अगि जानुहुँदा, तपाईं तबोरको फलाँटको रूखमा आउनुहुनेछ । एक जनाले तिनवटा पाठा, अर्कोले तिन वटा रोटी र अर्कोले एक मशक दाखमद्य बोकेर बेथेलमा परमेश्वरकहाँ गइरहेका तिन जना मानिसहरूलाई तपाईंले भेट्टाउनुहुनेछ ।
4 ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।
तिनीहरूले तपाईंलाई अभिादन गर्नेछन् र तपाईंलाई दुई वटा रोटी दिनेछन्, जुन तपाईंले तिनीहरूका हातबाट लिनुहुनेछ ।
5 ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିବେ;
त्यसपछि तपाईं परमप्रभुको पर्वतमा आउनुहुनेछ, जहाँ पलिस्तीहरूको चौकी छ । जब तपाईं सहरमा आइपुग्नुहुनेछ, तब तपाईंले वीणा, खैंजडी, बाँसुरी र सितार अगिअगि बजाउँदै तल आइरहेको भेट्टाउनुहुनेछ । तिनीहरूले अगमवाणी गरिरहेका हुनेछन् ।
6 ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।
परमप्रभुको आत्मा तपाईंमाथि आउनुहुनेछ र तिनीहरूसँगै तपाईंले पनि अगमवाणी बोल्नुहुनेछ, र तपाईं एक जना अर्कै मानिस बद्लनुहुनेछ ।
7 ଏହିସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
त्यति बेला जब यी चिन्हहरू तपाईंमा हुनेछन्, तब तपाईंको हातले जे भेट्टाउँछ सो गर्नुहोस्, किनकि परमेश्वर तपाईंसँग हुनुहुन्छ ।
8 ମାତ୍ର ତୁମ୍ଭେ ମୋର ଆଗେ ଗିଲ୍ଗଲ୍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।”
मेरो अगि तल गिलगालमा जानुहोस् । त्यसपछि म होमबलि र मेलबलि चढाउन म तपाईंकहाँ तल आउनेछु । म नआएसम्म र तपाईंले के गर्नुपर्छ भनी तपाईंलाई नदेखाएसम्म सात दिनसम्म पर्खनुहोस् ।”
9 ଏଥିଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ୱର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହି ଦିନ ସେସମସ୍ତ ଚିହ୍ନ ଘଟିଲା।
शमूएलबाट विदा हुनलाई जब शाऊलले पिठ्युँ फर्काए, तब परमेश्वरले तिनलाई अर्कै हृदय दिनुभयो । तब ती सबै चिन्हहरू त्यसै दिन पुरा भयो ।
10 ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।
जब तिनीहरू डाँडामा आए, अगमवक्ताको एक समूहले तिनलाई भेटे र परमेश्वरको आत्मा तिनीमाथि आउनुभयो ताकि तिनले उनीहरूसँगै भविष्यवाणी बोले ।
11 ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, “କୀଶ୍ର ପୁତ୍ର ପ୍ରତି କଅଣ ଘଟିଲା?” ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?
जब तिनलाई पहिले चिनेकाहरूले हरेकले तिनलाई अगमवक्ताहरूका साथमा अगमवाणी बोलिरहेको देखे, तब मानिसहरूले एक-आपसमा भने, “कीशका छोरालाई के भएको छ? के शाऊल अब अगमवक्ताहरूमध्ये एक जना भएछन्?”
12 ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, “ଆଚ୍ଛା, ସେମାନଙ୍କ ପିତା କିଏ?” ଏହେତୁ “ଶାଉଲ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ” ଏହି କଥା ଏକ ପ୍ରବାଦ ହୋଇ ଉଠିଲା।
त्यही ठाउँका एक जना मानिसले जवाफ दिए, “तब तिनका बुबा को हुन?” यही कारणले गर्दा “के शाऊल पनि अगमवक्ताहरूमध्ये एक जना भएछन्?” भन्ने भनाइ चल्यो ।
13 ତହୁଁ ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ।
जब तिनले अगमवाणी बोलेर सके, तब तिनी उच्च स्थानमा आए ।
14 ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”
त्यसपछि शाऊलका काकाले तिनी र तिनको सेवकलाई सोधे, “तिमीहरू कहाँ गयौ?” तिनले जवाफ दिए, “गधाहरू खोज्नलाई । जब ती भेट्टाउन नसक्ने हामीले देख्यौं, तब हामी शमूएलकहाँ गयौं ।”
15 ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କʼଣ କହିଲେ,” ମୋତେ କୁହ।
शऊलका काकाले भने, “शमूएलले तिमीलाई के भने कृपया मलाई भन ।”
16 ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।
शऊलले आफ्नो काकालाई जवाफ दिए, “गधाहरू भेट्टाइएका छन् भनी तिनले हामीलाई प्रष्ट रूपमा भने ।” तर शमूएलले भनेका राज्यको विषयमा भने तिनले उनलाई भनेनन् ।
17 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପାରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।
शमूएलले मानिसहरूलाई मिस्पामा परमप्रभुको सामु एकसाथ भेला गरे ।
18 ଓ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲୁ ଓ ଆମ୍ଭେ ମିସରୀୟମାନଙ୍କ ହସ୍ତରୁ ଓ ଯେସକଳ ରାଜ୍ୟର ଲୋକମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ, ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ;’
तिनले इस्राएलका मानिसहरूलाई भने, “परमप्रभु इस्राएलका परमेश्वर यसो भन्नुहुन्छः ‘मैले इस्राएललाई मिश्रदेशबाट ल्याएँ र मैले तिमीहरूलाई मिश्रीहरूका हातबाट र तिमीहरूको विरोध गर्ने सबै राज्यहरू शक्तिबाट छुटकारा दिएँ ।'
19 ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”
तर तिमीहरूका सबै विपत्तिहरू र तिमीहरूका कष्टबाट बचाउनुहुने तिमीहरूका परमेश्वरलाई आज तिमीहरूले इन्कार गरेका छौ । अनि तिमीहरूले उनलाई भनेका छौ, हामीमाथि एक जना राजा खडा गर्नुहोस् ।' अब आ-आफ्ना वंशअनुसार र कुलअनुसार आफैलाई परमप्रभुको सामु प्रस्तुत गर ।”
20 ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣୀତ ହେଲା।
त्यसैले शमूएलले इस्राएलका सबै कुललाई नजिक ल्याए र बेन्यामीनको कुल चुनियो ।
21 ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣୀତ ହେଲା ଓ ତହିଁ ମଧ୍ୟରୁ କୀଶ୍ର ପୁତ୍ର ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ।
अनि तिनले बेन्यामीनको कुललाई आफ्ना वंशअनुसार ल्याए । अनि मत्रीको वंश चुनियो, र कीशका छोरा शाऊललाई चुनियो । तर जब तिनीहरू उनलाई खोज्न गए तब उनी भेट्टाइएनन् ।
22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”
तब मानिसहरूले परमेश्वरलाई अझै प्रश्न सोध्ने इच्छा गरे, “के अझै अर्को मानिस आउनै छ?” परमप्रभुले जवाफ दिनुभयो, “तिनले आफैलाई सर-सामानाका बिचमा लुकाएका छन् ।”
23 ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ।
तब तिनीहरू दौडे र शाऊललाई त्यहाँबाट निकाले । जब तिनी मानिसहरू माझमा खडा भए, तब तिनी अरू कुनै पनि मानिसभन्दा तिनको कुमभन्दामाथि अग्ला थिए ।
24 ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଅଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ?” ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
शामूएलले मानिसहरूलाई भने, “के परमप्रभुले चुन्नुभएको मानिसलाई तिमीहरूले देख्दैछौ? सबै मानिसहरूका माझमा तिनीजस्ता अरू कोही छैन ।” सबै मानिसहरू यसो भन्दै कराए, “राजा अमर रहून्” ।
25 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।
तब शमूएलले राजाको शासनको चलन र नियमहरूका बारेमा मानिसहरूलाई भने, तिनलाई एउटा पुस्तकमा लेखे र त्यो परमप्रभुको सामु राखिदिए । अनि शमूएलले सबै मानिसलाई आ-आफ्नै घरमा पठाइदिए ।
26 ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।
शाऊल पनि गिबामा आफ्नो घरमा गए र तिनको साथमा केही बलिया मानिसहरू गए, जसका हृदयहरूमा परमेश्वरले छुनुभएको थियो ।
27 ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।
तर केही बदमासहरूले भने, “यो मानिसले हामीलाई कसरी बचाउन सक्छ?” यी मानिसहरूले शऊललाई घृणा गरे र तिनलाई कुनै उपहारहरू दिएनन् । तर शाऊल शान्त बसे ।