< ପ୍ରଥମ ଶାମୁୟେଲ 11 >

1 ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍‍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍‍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା।”
亚扪人的王拿辖上来,对着基列·雅比安营。雅比众人对拿辖说:“你与我们立约,我们就服事你。”
2 ତହୁଁ ଅମ୍ମୋନୀୟ ନାହଶ୍‍ ସେମାନଙ୍କୁ ଉତ୍ତର କଲା, “ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।”
亚扪人拿辖说:“你们若由我剜出你们各人的右眼,以此凌辱以色列众人,我就与你们立约。”
3 ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, “ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।”
雅比的长老对他说:“求你宽容我们七日,等我们打发人往以色列的全境去;若没有人救我们,我们就出来归顺你。”
4 ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।
使者到了扫罗住的基比亚,将这话说给百姓听,百姓就都放声而哭。
5 ଏହି ସମୟରେ ଦେଖ, ଶାଉଲ କ୍ଷେତ୍ରରୁ ବଳଦମାନଙ୍କ ପଛେ ଆସୁ ଆସୁ ଉପସ୍ଥିତ ହେଲେ; ଆଉ ଶାଉଲ ପଚାରିଲେ, “ଲୋକମାନଙ୍କର କଅଣ ହେଲା ଯେ, ସେମାନେ ରୋଦନ କରୁଅଛନ୍ତି?” ତହିଁରେ ସେମାନେ ଯାବେଶର ଲୋକମାନଙ୍କ କଥା ତାଙ୍କୁ ଜଣାଇଲେ।
扫罗正从田间赶牛回来,问说:“百姓为什么哭呢?”众人将雅比人的话告诉他。
6 ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା।
扫罗听见这话,就被 神的灵大大感动,甚是发怒。
7 ତହୁଁ ସେ ଏକ ହଳ ବଳଦ ନେଇ ଖଣ୍ଡ ଖଣ୍ଡ କରି କାଟିଲେ ଓ ଦୂତମାନଙ୍କ ହସ୍ତରେ ଇସ୍ରାଏଲ ସୀମାର ସର୍ବତ୍ର ତାହା ପଠାଇ କହିଲେ, “ଯେକେହି ବାହାରି ଶାଉଲ ଓ ଶାମୁୟେଲଙ୍କର ପଶ୍ଚାଦ୍‍ଗମନ ନ କରେ, ତାହାର ବଳଦମାନଙ୍କ ପ୍ରତି ଏହିପରି କରାଯିବ।” ତହୁଁ ସଦାପ୍ରଭୁଙ୍କଠାରୁ ଲୋକମାନଙ୍କ ଉପରେ ଆଶଙ୍କା ପଡ଼ନ୍ତେ, ସେମାନେ ଏକ ମନୁଷ୍ୟ ପରି ବାହାର ହୋଇ ଆସିଲେ।
他将一对牛切成块子,托付使者传送以色列的全境,说:“凡不出来跟随扫罗和撒母耳的,也必这样切开他的牛。”于是耶和华使百姓惧怕,他们就都出来,如同一人。
8 ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।
扫罗在比色数点他们:以色列人有三十万,犹大人有三万。
9 ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରା ବେଳେ ତୁମ୍ଭେମାନେ ଉଦ୍ଧାର ପାଇବ;” ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।
众人对那使者说:“你们要回复基列·雅比人说,明日太阳近午的时候,你们必得解救。”使者回去告诉雅比人,他们就欢喜了。
10 ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍‍କୁ) କହିଲେ, “କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।”
于是雅比人对亚扪人说:“明日我们出来归顺你们,你们可以随意待我们。”
11 ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ।
第二日,扫罗将百姓分为三队,在晨更的时候入了亚扪人的营,击杀他们直到太阳近午,剩下的人都逃散,没有二人同在一处的。
12 ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, “କିଏ କହୁଥିଲା କି, ‘ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ?’ ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।”
百姓对撒母耳说:“那说‘扫罗岂能管理我们’的是谁呢?可以将他交出来,我们好杀死他。”
13 ମାତ୍ର ଶାଉଲ କହିଲେ, “ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।”
扫罗说:“今日耶和华在以色列中施行拯救,所以不可杀人。”
14 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଗିଲ୍‍ଗଲ୍‍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।”
撒母耳对百姓说:“我们要往吉甲去,在那里立国。”
15 ତହିଁରେ ସମସ୍ତ ଲୋକ ଗିଲ୍‍ଗଲ୍‍କୁ ଗଲେ ଓ ସେହି ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।
众百姓就到了吉甲那里,在耶和华面前立扫罗为王,又在耶和华面前献平安祭。扫罗和以色列众人大大欢喜。

< ପ୍ରଥମ ଶାମୁୟେଲ 11 >