< ପ୍ରଥମ ଶାମୁୟେଲ 11 >
1 ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା।”
Nahashi yule Mwamoni, akakwea kuuzunguka kwa jeshi mji wa Yabeshi-Gileadi. Watu wote wa Yabeshi wakamwambia, “Fanya mkataba na sisi, na tutakuwa chini yako.”
2 ତହୁଁ ଅମ୍ମୋନୀୟ ନାହଶ୍ ସେମାନଙ୍କୁ ଉତ୍ତର କଲା, “ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।”
Lakini Nahashi yule Mwamoni akajibu, “Nitafanya mkataba na ninyi tu kwa sharti kwamba nitangʼoa jicho la kulia la kila mmoja wenu, na hivyo kuleta aibu juu ya Israeli yote.”
3 ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, “ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।”
Viongozi wa Yabeshi wakamwambia, “Tupe siku saba ili tuweze kutuma wajumbe katika Israeli yote, kama hakuna hata mmoja anayekuja kutuokoa, tutajisalimisha kwako.”
4 ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।
Wajumbe walipofika Gibea ya Sauli na kutoa taarifa juu ya masharti haya kwa watu, wote walilia kwa sauti kubwa.
5 ଏହି ସମୟରେ ଦେଖ, ଶାଉଲ କ୍ଷେତ୍ରରୁ ବଳଦମାନଙ୍କ ପଛେ ଆସୁ ଆସୁ ଉପସ୍ଥିତ ହେଲେ; ଆଉ ଶାଉଲ ପଚାରିଲେ, “ଲୋକମାନଙ୍କର କଅଣ ହେଲା ଯେ, ସେମାନେ ରୋଦନ କରୁଅଛନ୍ତି?” ତହିଁରେ ସେମାନେ ଯାବେଶର ଲୋକମାନଙ୍କ କଥା ତାଙ୍କୁ ଜଣାଇଲେ।
Wakati huo huo Sauli alikuwa anarudi kutoka mashambani, akiwa nyuma ya maksai wake, naye akauliza, “Watu wana nini? Mbona wanalia?” Ndipo wakamweleza jinsi watu wa Yabeshi walivyokuwa wamesema.
6 ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା।
Sauli aliposikia maneno yao, Roho wa Mungu akaja juu yake kwa nguvu, naye akawaka hasira.
7 ତହୁଁ ସେ ଏକ ହଳ ବଳଦ ନେଇ ଖଣ୍ଡ ଖଣ୍ଡ କରି କାଟିଲେ ଓ ଦୂତମାନଙ୍କ ହସ୍ତରେ ଇସ୍ରାଏଲ ସୀମାର ସର୍ବତ୍ର ତାହା ପଠାଇ କହିଲେ, “ଯେକେହି ବାହାରି ଶାଉଲ ଓ ଶାମୁୟେଲଙ୍କର ପଶ୍ଚାଦ୍ଗମନ ନ କରେ, ତାହାର ବଳଦମାନଙ୍କ ପ୍ରତି ଏହିପରି କରାଯିବ।” ତହୁଁ ସଦାପ୍ରଭୁଙ୍କଠାରୁ ଲୋକମାନଙ୍କ ଉପରେ ଆଶଙ୍କା ପଡ଼ନ୍ତେ, ସେମାନେ ଏକ ମନୁଷ୍ୟ ପରି ବାହାର ହୋଇ ଆସିଲେ।
Akachukua jozi ya maksai na kuwakata vipande vipande, naye kuvituma hivyo vipande kupitia wajumbe katika Israeli yote, wakitangaza, “Hivi ndivyo itakavyofanyika kwa maksai wa kila mmoja ambaye hatamfuata Sauli na Samweli.” Kisha hofu ya Bwana ikawaangukia watu, nao wakatoka kama mtu mmoja.
8 ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।
Sauli alipowakusanya huko Bezeki, watu wa Israeli walikuwa 300,000 na watu wa Yuda 30,000.
9 ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରା ବେଳେ ତୁମ୍ଭେମାନେ ଉଦ୍ଧାର ପାଇବ;” ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।
Wakawaambia wale wajumbe waliokuwa wamekuja, “Waambieni watu wa Yabeshi-Gileadi, ‘Kesho kabla jua halijawa kali, mtaokolewa.’” Wajumbe walipokwenda na kutoa taarifa hii kwa watu wa Yabeshi, wakafurahi.
10 ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍କୁ) କହିଲେ, “କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।”
Wakawaambia Waamoni, “Kesho tutajisalimisha kwenu, nanyi mtaweza kututendea chochote mnachoona chema kwenu.”
11 ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ।
Kesho yake Sauli alitenganisha watu wake katika vikosi vitatu; wakati wa zamu ya mwisho ya usiku wakaingia katika kambi ya Waamoni na kuwachinja mpaka mchana. Wale walionusurika wakasambaa, kiasi kwamba hawakusalia watu wawili pamoja.
12 ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, “କିଏ କହୁଥିଲା କି, ‘ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ?’ ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।”
Kisha watu wakamwambia Samweli, “Ni nani yule aliyeuliza, ‘Je, Sauli atatawala juu yetu?’ Tuletee hawa watu, nasi tutawaua.”
13 ମାତ୍ର ଶାଉଲ କହିଲେ, “ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।”
Lakini Sauli akasema, “Hakuna hata mmoja atakayeuawa leo, kwa kuwa siku hii Bwana ameokoa Israeli.”
14 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଗିଲ୍ଗଲ୍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।”
Ndipo Samweli akawaambia watu, “Njooni, twendeni Gilgali na huko tuthibitishe ufalme.”
15 ତହିଁରେ ସମସ୍ତ ଲୋକ ଗିଲ୍ଗଲ୍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।
Kwa hiyo watu wote wakaenda Gilgali na kumthibitisha Sauli kuwa mfalme mbele za Bwana. Huko wakatoa dhabihu za sadaka za amani mbele za Bwana, naye Sauli na Waisraeli wote wakafanya karamu kubwa.