< ପ୍ରଥମ ଶାମୁୟେଲ 12 >

1 ଏଥିଉତ୍ତାରେ ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି।
ئینجا ساموئێل بە هەموو ئیسرائیلی گوت: «ئەوەتا من گوێم لە دەنگتان گرت، لە هەموو ئەو شتانەی کە پێتان گوتم، پاشایەکم بۆ دانان.
2 ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।
ئێستاش تەماشا بکەن، پاشا لەپێشتان دەڕوات. بەڵام من پیر بووم و سەرم سپی بووە، کوڕەکانیشم لەگەڵتاندان. من هەر لە لاویێتیمەوە هەتا ئەمڕۆ لەپێشتانەوە ڕۆیشتووم.
3 ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”
ئەوەتام و لەبەردەم یەزدان و دەستنیشانکراوەکەی شایەتیم لەسەر بدەن. ئایا گای کێم بردووە؟ یان گوێدرێژی کێم بردووە؟ ئایا کێم هەڵخەڵەتاندووە؟ یان کێم چەوساندووەتەوە؟ ئایا بەرتیلم لە دەستی کێ وەرگرتووە تاکو چاوەکانم لە ئاستیدا دابخەم؟ پێم بڵێن تاکو بیگەڕێنمەوە.»
4 ତହିଁରେ ସେମାନେ କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ।”
ئەوانیش گوتیان: «تۆ ئێمەت هەڵنەخەڵەتاندووە و نەتچەوساندووینەتەوە و هیچت لە دەستی کەس وەرنەگرتووە.»
5 ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, “ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି;” ତହିଁରେ ସେମାନେ କହିଲେ, “ସାକ୍ଷୀ ଅଛନ୍ତି।”
ساموئێلیش پێی گوتن: «یەزدان شایەتە لەسەرتان و دەستنیشانکراوەکەی ئەمڕۆ شایەتە کە ئێوە هیچ شتێکتان لەسەرم نییە.» گوتیان: «شایەتە.»
6 ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, “ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।
ئینجا ساموئێل بە گەلی گوت: «ئەمە یەزدانە، ئەوەی موسا و هارونی دانا، ئەوەی باوباپیرانی ئێوەی لە خاکی میسر دەرهێنا.
7 ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
ئێستاش لێرە ڕابوەستن، بۆ ئەوەی لەبەردەمی یەزدان کارە ڕاستودروستەکانی ئەوتان بیربخەمەوە کە لەگەڵ ئێوە و باوباپیرانتان کردوویەتی.
8 ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।
«کە یاقوب چووە ناو میسر و باوباپیرانتان هاواریان بۆ یەزدان کرد و یەزدانیش موسا و هارونی نارد و باوباپیرانی ئێوەی لە میسر هێنایە دەرەوە و لەم شوێنەدا نیشتەجێی کردن.
9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।
«بەڵام یەزدانی پەروەردگاری خۆیان لە یاد کرد و ئەویش ڕادەستی سیسرای فەرماندەی گشتی سوپای حاچۆر و هەر یەک لە فەلەستییەکان و پاشای مۆئابی کردن کە لە دژیان جەنگان.
10 ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍‍ ଦେବଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।’
ئینجا هاواریان بۆ یەزدان کرد و گوتیان:”گوناهمان کرد، چونکە وازمان لە یەزدان هێنا و بەعلەکان و عەشتۆرەتەکانمان پەرست بەڵام ئێستا لە دەست دوژمنەکانمان فریامان بکەوە و دەتپەرستین.“
11 ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲ୍‍‍କୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।
ئینجا یەزدان یەروبەعل و باراک و یەفتاح و ساموئێلی نارد و لە دەست دوژمنەکانی دەوروبەرتان فریاتان کەوت و بە ئاسوودەیی دانیشتن.
12 ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ‘ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।’
«بەڵام کاتێک ناحاشی پاشای عەمۆنییەکانتان بینی دێتە سەرتان، پێتان گوتم:”نەخێر پاشایەکمان دەوێت فەرمانڕەوایەتیمان بکات،“هەرچەندە یەزدانی پەروەردگارتان پاشاتان بوو.
13 ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।
ئێستاش ئەو پاشایەی کە هەڵتانبژارد و داواتان کرد، ئەوەتا یەزدان بۆی دانان.
14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;
ئەگەر لە یەزدان بترسن و بیپەرستن، گوێڕایەڵی بن و لە فەرمانەکانی یاخی نەبن، ئەگەر خۆتان و پاشاکەشتان کە پاشایەتیتان دەکات بەدوای یەزدانی پەروەردگارتان بکەون، ئەوا باشەتان بۆ دەبێت.
15 ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ।
بەڵام ئەگەر گوێڕایەڵی یەزدان نەبوون و لە فەرمانەکانی یەزدانتان یاخی بوون، ئەوا یەزدان لە دژتان دەبێت هەروەک چۆن لە دژی باوباپیرانتان بوو.
16 ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।
«هەروەها ئێستاش ڕابوەستن و ئەم کارە مەزنە ببینن کە یەزدان لەبەرچاوتاندا دەیکات.
17 ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।”
ئایا ئەمڕۆ دروێنەی گەنم نییە؟ من لە یەزدان دەپاڕێمەوە بۆ ئەوەی هەورەتریشقە و باران بنێرێت، جا دەزانن کە چ خراپەیەکی گەورەتان لەبەرچاوی یەزداندا کردووە کە داوای پاشایەکتان بۆ خۆتان کرد.»
18 ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହି ଦିନ ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।
ئینجا ساموئێل لەبەردەم یەزدان نزای کرد و یەزدانیش لەو ڕۆژەدا هەورەتریشقە و بارانی باراند و هەموو گەل زۆر لە یەزدان و لە ساموئێل ترسان.
19 ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।”
ئینجا هەموو گەل بە ساموئێلیان گوت: «لە پێناو خزمەتکارەکانت نزا بۆ یەزدانی پەروەردگارت بکە، با نەمرین، چونکە خراپەمان خستە پاڵ هەموو گوناهەکانمان کە بۆ خۆمان داوای پاشامان کرد.»
20 ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;
ساموئێلیش بە گەلی گوت: «مەترسن! ئێوە هەموو ئەم خراپەیەتان کردووە، بەڵام لە ڕێگەی یەزدان لامەدەن و بە هەموو دڵتانەوە خزمەتی بکەن.
21 ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।
لامەدەن تاکو بەدوای شتی پووچەوە بکەون کە سوودیان نییە و فریاتان ناکەون، چونکە پڕوپووچن.
22 ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।
یەزدان لە پێناوی ناوە مەزنەکەی خۆی واز لە گەلی خۆی ناهێنێت، چونکە یەزدان خوازیاربوو بتانکاتە گەلی خۆی.
23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
هەروەها منیش، حاشا گوناه لە دژی یەزدان بکەم و دەست لە پاڕانەوە هەڵبگرم لە پێناوی ئێوە، بەڵکو ڕێگای چاک و ڕاستتان پیشان دەدەم.
24 କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।
تەنها لە یەزدان بترسن، بە هەموو دڵتانەوە بە ڕاستی بیپەرستن، چونکە ببینن چ کارێکی مەزنی لەگەڵتاندا کردووە.
25 ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।”
بەڵام ئەگەر خراپە بکەن، خۆتان و پاشاکەتان ڕادەماڵرێن.»

< ପ୍ରଥମ ଶାମୁୟେଲ 12 >