< ପ୍ରଥମ ଶାମୁୟେଲ 13 >

1 ଶାଉଲ ତିରିଶ ବର୍ଷ ବୟସରେ ଇସ୍ରାଏଲ ଉପରେ ରାଜତ୍ୱ କଲେ।
Saül avait régné un an; et quand il eut régné deux ans sur Israël,
2 ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।
Saül se choisit trois mille hommes d'Israël; il y en avait deux mille avec lui à Micmash et sur la montagne de Béthel, et mille étaient avec Jonathan à Guibea de Benjamin; et il renvoya le reste du peuple, chacun dans sa tente.
3 ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ।”
Et Jonathan battit la garnison des Philistins qui était à Guéba, et les Philistins l'apprirent; et Saül fit sonner de la trompette par tout le pays, en disant: Que les Hébreux écoutent!
4 ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍‍ଗଲ୍‍ରେ ଏକତ୍ର ହେଲେ।
Ainsi tout Israël entendit dire: Saül a battu la garnison des Philistins, et même, Israël est en mauvaise odeur parmi les Philistins. Et le peuple fut convoqué auprès de Saül, à Guilgal.
5 ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ରତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
Cependant les Philistins s'assemblèrent pour combattre contre Israël, avec trente mille chars et six mille cavaliers, et un peuple nombreux comme le sable qui est sur le bord de la mer. Ils montèrent donc, et campèrent à Micmash, à l'orient de Beth-Aven.
6 ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।
Or, les Israélites virent qu'ils étaient dans une grande extrémité; car le peuple était consterné; et le peuple se cacha dans les cavernes, dans les buissons, dans les rochers, dans les lieux forts et dans les citernes.
7 ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍‍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍‍ଗଲ୍‍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍‍ଗାମୀ ହେଲେ।
Et des Hébreux passèrent le Jourdain, pour aller au pays de Gad et de Galaad. Cependant Saül était encore à Guilgal, et tout le peuple le suivit en tremblant.
8 ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍‍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।
Et il attendit sept jours, selon le terme marqué par Samuel; mais Samuel ne venait point à Guilgal; et le peuple s'éloignait d'auprès de Saül.
9 ଏଥିରେ ଶାଉଲ କହିଲେ, “ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ।” ଆଉ ସେ ହୋମବଳି ଉତ୍ସର୍ଗ କଲେ।
Alors Saül dit: Amenez-moi l'holocauste et les sacrifices de prospérités; et il offrit l'holocauste.
10 ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବା ମାତ୍ରେ ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।
Or, dès qu'il eut achevé d'offrir l'holocauste, voici, Samuel arriva, et Saül sortit au-devant de lui pour le saluer;
11 ଏଥିରେ ଶାମୁୟେଲ କହିଲେ, “ତୁମ୍ଭେ କଅଣ କଲ?” ଶାଉଲ ଉତ୍ତର କଲେ, “ମୁଁ ଦେଖିଲି, ଯେ ଲୋକମାନେ ମୋʼ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି, ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଏକତ୍ର ହୋଇଅଛନ୍ତି;
Mais Samuel dit: Qu'as-tu fait? Saül répondit: Quand j'ai vu que le peuple s'en allait d'avec moi, et que tu ne venais point au jour assigné, et que les Philistins étaient assemblés à Micmash,
12 ଏଥିପାଇଁ ମୁଁ କହିଲି, ‘ପଲେଷ୍ଟୀୟମାନେ ଏହିକ୍ଷଣି ମୋʼ ବିରୁଦ୍ଧରେ ଗିଲ୍‍ଗଲ୍‍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ।’ ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି।”
J'ai dit: Les Philistins descendront maintenant contre moi à Guilgal, et je n'ai point supplié l'Éternel; et, après m'être ainsi retenu, j'ai offert l'holocauste.
13 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାʼନ୍ତେ।
Alors Samuel dit à Saül: Tu as agi follement, tu n'as point gardé le commandement que l'Éternel ton Dieu t'avait donné; car l'Éternel eût maintenant affermi ton règne sur Israël à toujours.
14 ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।”
Mais maintenant, ton règne ne sera point stable; l'Éternel s'est cherché un homme selon son cœur, et l'Éternel l'a destiné à être le conducteur de son peuple, parce que tu n'as point gardé ce que l'Éternel t'avait commandé.
15 ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍‍ଗଲ୍‍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ।
Puis Samuel se leva, et monta de Guilgal à Guibea de Benjamin. Et Saül fit la revue du peuple qui se trouvait avec lui, environ six cents hommes.
16 ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଛାଉଣି ସ୍ଥାପନ କଲେ।
Or, Saül, et son fils Jonathan, et le peuple qui se trouvait avec eux, se tenaient à Guibea de Benjamin, et les Philistins étaient campés à Micmash.
17 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;
Et il sortit trois bandes du camp des Philistins pour faire du dégât; l'une des bandes prit le chemin d'Ophra, vers le pays de Shual,
18 ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।
L'autre bande prit le chemin de Beth-Horon, et la troisième prit le chemin de la frontière qui regarde la vallée de Tséboïm, vers le désert.
19 ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;”
Or, dans tout le pays d'Israël il ne se trouvait pas de forgeron; car les Philistins avaient dit: Il faut empêcher que les Hébreux ne fassent des épées ou des lances.
20 ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;
Et tout Israël descendait vers les Philistins, chacun pour aiguiser son soc, son coutre, sa cognée et son hoyau,
21 ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।
Quand il y avait des brèches au tranchant des hoyaux, des coutres, des fourches, des cognées, et pour raccommoder les aiguillons.
22 ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ୍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା।
Et il arriva qu'au jour de la bataille, il ne se trouva ni épée ni lance dans la main de tout le peuple qui était avec Saül et Jonathan; toutefois il s'en trouva pour Saül et pour Jonathan, son fils.
23 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍‍ମସ୍‍ ଘାଟିକୁ ଗଲେ।
Et un poste de Philistins sortit au passage de Micmash.

< ପ୍ରଥମ ଶାମୁୟେଲ 13 >