< ପ୍ରଥମ ଶାମୁୟେଲ 14 >

1 ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ।” ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ।
Tsiku lina Yonatani mwana wa Sauli anawuza mnyamata wake womunyamulira zida zake za nkhondo kuti, “Tiye tiwoloke tipite ku kaboma ka Afilisti tsidya ilo.” Koma iye sanawuze abambo ake.
2 ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବ ବୃକ୍ଷ ମୂଳରେ ଥିଲେ; ପୁଣି, ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେ;
Sauli ankakhala mʼmalire a Gibeya pa tsinde pa mtengo wamakangadza ku Migironi. Anthu amene anali naye analipo 600.
3 ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍‍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବ୍‍ର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।
Pakati pawo panalinso Ahiya amene ankavala efodi. Iye anali mwana wa Ahitubi, mʼbale wake wa Ikabodi mwana wa Finehasi, mwana wa Eli, wansembe wa Yehova wa ku Silo. Koma palibe amene anadziwa kuti Yonatani wachoka.
4 ପୁଣି, ଯୋନାଥନ ଯେଉଁ ଘାଟି ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍‍ସେସ ଓ ଅନ୍ୟର ନାମ ସେନି।
Pa mpata pamene Yonatani ankafuna kudutsa kukafika ku kaboma ka nkhondo ka Afilisti kunali thanthwe lotsetsereka mbali ina ndi lina lotsetsereka mbali inayo. Thanthwe limodzi linkatchedwa Bozezi ndipo linalo linkatchedwa Seni.
5 ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତର ଆଡ଼ ମିକ୍‍ମସ୍‍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।
Thanthwe limodzi linali chakumpoto kuyangʼanana ndi Mikimasi, ndipo thanthwe linalo linali chakummwera kuyangʼanana ndi Geba.
6 ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”
Yonatani anawuza mnyamata wake womunyamulira zida uja kuti, “Tiye tiwoloke tipite ku kaboma ka anthu osachita mdulidwewo. Mwina Yehova adzatigwirira ntchito. Palibe chomuletsa Yehova kutipulumutsa, ngakhale tikhale ambiri kapena ochepa.”
7 ତହିଁରେ ତାହାର ଅସ୍ତ୍ରବାହକ କହିଲା, “ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ।”
Mnyamata uja anati, “Chitani chilichonse chimene mtima wanu ukhumba. Ine ndili nanu pamodzi. Chimene mtima wanu ukhumba ndi chomwenso ine ndikhumba.”
8 ତେବେ ଯୋନାଥନ କହିଲା, “ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା।
Yonatani anati, “Tiye tsono tiwoloke kupita kumene kuli anthuwo ndi kukadzionetsa kwa iwo.
9 ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ‘ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା;’ ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ।
Akatiwuza kuti, ‘Imani pomwepo mpaka tikupezeni,’ ife tikangoyima pomwepo osapita kumene kuli iwoko.
10 ମାତ୍ର ‘ଆମ୍ଭମାନଙ୍କ ନିକଟକୁ ଉଠି ଆସ’ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।”
Koma akadzati, ‘Bwerani kuno,’ ndiye ife tikapitedi, chifukwa ichi chidzakhala chizindikiro chakuti Yehova wapereka mʼmanja mwathu.”
11 ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, “ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।”
Choncho awiriwa anadzionetsa ku kaboma ka nkhondo ka Afilisti. Tsono Afilistiwo anati, “Taonani! Aheberi akutuluka mʼmaenje mʼmene anabisala.”
12 ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, “ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା।” ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, “ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।”
Anthu a ku kaboma kaja anafuwula kwa Yonatani ndi mnyamata wake uja kuti, “Bwerani kuno ndipo tikuphunzitsani phunziro.” Ndipo Yonatani anati kwa mnyamata wake. “Nditsate pakuti Yehova wapereka Afilistiwa mʼmanja mwa Aisraeli.”
13 ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।
Choncho Yonatani anakwera mokwawa, ndipo mnyamata wake uja ankamutsata. Tsono Yonatani anathira nkhondo Afilisti aja namawagwetsa, ndipo mnyamata wake uja ankawapha pambuyo pa iyeyo.
14 ଯୋନାଥନ ଓ ତାହାର ଅସ୍ତ୍ରବାହକର କୃତ ଏହି ପ୍ରଥମ ହତ୍ୟାରେ ପ୍ରାୟ ଅର୍ଦ୍ଧ ଏକର ଭୂମିରେ ଊଣାଧିକ କୋଡ଼ିଏ ଜଣ ହତ ହେଲେ।
Nthawi yoyambayo Yonatani ndi mnyamata wake uja anapha anthu makumi awiri ndipo anawaphera pa malo ochepa okwanira ngati theka la ekala.
15 ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।
Tsono gulu lonse la ankhondo, ndiye kuti iwo amene anali mʼmisasa ndi mʼminda ndiponso iwo amene anali ku kaboma ka ankhondo kaja, onse anagwidwa ndi mantha aakulu. Dzikonso linagwedezeka, choncho anthu anachita mantha koopsa.
16 ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗିଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।
Alonda a Sauli a ku Gibeya dziko la Benjamini atangomwaza maso anangoona chigulu cha asilikali chikumwazikana uku ndi uku.
17 ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, “ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଅଛି?” ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି।
Kenaka Sauli anawawuza anthu amene anali naye kuti, “Awerengeni asilikali kuti muona amene wachoka.” Atawawerenga anapeza kuti Yonatani ndi mnyamata wake womunyamulira zida zake za nkhondo palibe.
18 ତହୁଁ ଶାଉଲ ଅହୀୟକୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ଏଠାକୁ ଆଣ,” କାରଣ, ସେସମୟରେ ପରମେଶ୍ୱରଙ୍କ ସିନ୍ଦୁକ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେଠାରେ ଥିଲା।
Tsono Sauli anawuza Ahiya kuti, “Bwera nalo Bokosi la Mulungulo.” (Nthawi imeneyo nʼkuti efodiyo ili ndi Ahiya pamaso pa Aisraeli).
19 ପୁଣି, ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, “କର୍ମ ବନ୍ଦ କର।”
Pamene Sauli amayankhula ndi wansembe, phokoso limanka likulirakulira mu msasa wa Afilisti, Kotero Sauli anati kwa wansembe, “Leka kuwombeza.”
20 ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଅଛି ଓ ମହା କୋଳାହଳ ହେଉଅଛି।
Ndipo Sauli ndi asilikali onse amene anali naye anasonkhana kupita kukamenya nkhondo, ndipo anangoona chisokonezo chachikulu kwambiri. Afilisti akuphana okhaokha.
21 ଆହୁରି, ଯେଉଁ ଏବ୍ରୀୟମାନେ ଚାରିଆଡ଼ସ୍ଥ ଦେଶରୁ ପଲେଷ୍ଟୀୟମାନଙ୍କ ଛାଉଣିକୁ ଯାଇ ପୂର୍ବ ପରି ସେମାନଙ୍କ ସହିତ ଥିଲେ, ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକମାନଙ୍କ ସଙ୍ଗୀ ହେବା ପାଇଁ ଫେରି ଆସିଲେ।
Aheberi ena amene kale anali ndi Afilisti mpaka kukakhala ku misasa yawo, iwonso anatembenuka nakhala pamodzi ndi Aisraeli amene ankatsata Sauli ndi Yonatani.
22 ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ।
Ngakhale Aisraeli amene ankabisala ku dziko lamapiri la Efereimu atamva kuti Afilisti akuthawa, nawonso anawathamangitsa Afilistiwo nawathira nkhondo.
23 ଏହିରୂପେ ସଦାପ୍ରଭୁ ସେହି ଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା।
Nkhondo inapitirira mpaka kufika ku Beti-Aveni. Choncho Yehova anapulumutsa Aisraeli tsiku limenelo.
24 ପୁଣି, ସେହି ଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, “ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍‍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।” ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।
Koma asilikali a Israeli anavutika tsiku limenelo, chifukwa Sauli anawalumbirira Aisraeli kuti, “Wotembereredwa munthu aliyense amene adzadya kusanade, ine ndisanalipsire adani anga!” Kotero palibe wankhondo aliyense amene analawa chakudya.
25 ପୁଣି, ସମସ୍ତ ଲୋକମାନେ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା।
Gulu lonse la ankhondo linalowa mʼnkhalango mmene munali uchi.
26 ଆଉ ଲୋକମାନେ ବନରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ମହୁର ଝରଣା; ମାତ୍ର କେହି ଆପଣା ମୁହଁକୁ ହାତ ନେଲା ନାହିଁ; କାରଣ ଲୋକମାନେ ସେହି ଶପଥକୁ ଭୟ କଲେ।
Atalowa mʼnkhalango, anaona uchi ukukha, koma palibe amene anadya, pakuti ankaopa lumbiro lija.
27 ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା।
Koma Yonatani sanamve kuti abambo ake anawalumbirira anthu aja choncho anatenga ndodo yake imene inali mʼdzanja lake ndipo anayipisa mu chisa cha njuchi. Choncho iye anadya uchiwo ndipo mʼmaso mwake munayera.
28 ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ‘ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।’ ମାତ୍ର ଲୋକମାନେ କ୍ଳାନ୍ତ ହୋଇଅଛନ୍ତି।”
Kenaka mmodzi mwa Asilikali anamuwuza kuti, “Abambo ako alumbirira anthu nati, ‘Wotembereredwa munthu aliyense amene adye chakudya lero.’ Nʼchifukwa chake anthu alefuka.”
29 ତହିଁରେ ଯୋନାଥନ କହିଲା, “ମୋʼ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ୱାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛି!
Yonatani anati, “Abambo anga achita chinthu choyipira dziko. Taonani mʼmaso mwanga mwayera chifukwa ndalawa uchiwu pangʼono.
30 ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ୱଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାଆନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ।”
Zikanakhala zabwino kwambiri anthuwa akanadya lero zofunkha za adani awo. Zikanatero tikanapha Afilisti ochuluka.”
31 ପୁଣି, ସେଦିନ ସେମାନେ ମିକ୍‍ମସ୍‍ଠାରୁ ଅୟାଲୋନ୍‍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ; ତହିଁରେ ଲୋକମାନେ ଅତିଶୟ କ୍ଳାନ୍ତ ହେଲେ।
Tsiku limenelo Aisraeli anapha Afilisti kuchokera ku Mikimasi mpaka ku Ayaloni. Koma Aisraeliwo analefuka kwambiri ndi njala.
32 ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।
Choncho iwo anathamangira pa zofunkha ndipo anatenga nkhosa, ngʼombe ndi ana angʼombe. Iwo anazipha zonsezi nazidya pamodzi ndi magazi omwe.
33 ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, “ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ।”
Koma anthu ena anawuza Sauli kuti, “Taona anthu akuchimwira Yehova pakudya nyama yomwe ili ndi magazi.” Ndipo Sauli anati, “Mwaonetsa kusakhulupirika. Tsopano gubuduzirani mwala waukulu pano.”
34 ଆହୁରି ଶାଉଲ କହିଲେ, “ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଯାଇ ସେମାନଙ୍କୁ କୁହ, ‘ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋʼ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର।’” ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ।
Kenaka Sauli anati, “Mwazikanani pakati pa anthu ndi kukawawuza kuti aliyense abwere ndi ngʼombe yake kapena nkhosa yake, ndipo adzayiphe pomwe pano ndi kuyidya. Musachimwire Yehova pakudya nyama imene ili ndi magazi.” Kotero aliyense anabwera ndi ngʼombe yake usiku womwewo ndi kuyipha pomwepo.
35 ପୁଣି, ଶାଉଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ନିର୍ମିତ ପ୍ରଥମ ଯଜ୍ଞବେଦି ଏହି।
Ndipo Sauli anamangira Yehova guwa. Ili linali guwa loyamba limene Sauli anamangira Yehova.
36 ଏଉତ୍ତାରେ ଶାଉଲ କହିଲେ, “ଆସ, ଆମ୍ଭେମାନେ ରାତ୍ରି ବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ଯାଇ ସକାଳ ଆଲୁଅ ପର୍ଯ୍ୟନ୍ତ ସେମାନଙ୍କ ଦ୍ରବ୍ୟ ଲୁଟୁ ଓ ସେମାନଙ୍କର ଜଣକୁ ହିଁ ବାକି ନ ରଖୁ।” ତହିଁରେ ସେମାନେ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ,” ତାହାସବୁ କର। ତେବେ ଯାଜକ କହିଲା, “ଆସ, ଆମ୍ଭେମାନେ ଏହି ସ୍ଥାନରେ ପରମେଶ୍ୱରଙ୍କ ନିକଟରେ ଉପସ୍ଥିତ ହେଉ।”
Sauli anati, “Tiyeni titsatire Afilisti usikuwu ndi kulanda zinthu zawo mpaka mmawa. Tisasiyepo wamoyo ndi mmodzi yemwe.” Ankhondowo anayankha kuti, “Chitani chilichonse chimene chikukomerani.” Koma wansembe anati, “Tipemphe uphungu kwa Mulungu poyamba.”
37 ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ପଛରେ ଯିବି? ତୁମ୍ଭେ କʼଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ?” ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।
Choncho Sauli anafunsa Mulungu kuti, “Kodi ndiwatsatire Afilisti? Kodi mukawapereka mʼmanja mwathu?” Koma Mulungu sanamuyankhe tsiku limenelo.
38 ତହିଁରେ ଶାଉଲ କହିଲେ, “ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ।
Choncho Sauli anati, “Bwerani kuno nonse atsogoleri a anthu, ndipo tiyeni tione kuti kodi tchimo limeneli lachitika bwanji lero?
39 କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ।” ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ।
Pali Yehova amene amapulumutsa Israeli, ngakhale tchimolo litapezeka ndi mwana wanga Yonatani, iye afe ndithu.” Koma palibe ndi mmodzi yemwe mwa anthuwo amene anamuyankha.
40 ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା।” ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।”
Tsono Sauli anawuza Aisraeli onse kuti, “Inu mukhale mbali imodzi. Ine ndi mwana wanga Yonatani tikhala mbali inayo.” “Chitani chilichonse chimene chikukomerani.”
41 ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ କହିଲେ, “ଯଥାର୍ଥ (ନିଷ୍ପତ୍ତି) ଦିଅ।” ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ।
Ndipo Sauli anapemphera kwa Yehova Mulungu wa Israeli kuti, “Chifukwa chiyani simunandiyankhe ine mtumiki wanu lero lino? Ngati tchimoli lipezeka ndi ine kapena ndi Yonatani mwana wanga, Inu Mulungu wa Israeli, aoneke ndi Urimu. Koma ngati wochimwa ndi anthu anu, Aisraeli aoneke Tamimu.” Maere anagwera Sauli ndi Yonatani ndipo anthu anapezeka osalakwa.
42 ଏଉତ୍ତାରେ ଶାଉଲ କହିଲେ, “ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର,” ତହିଁରେ ଯୋନାଥନ ନିର୍ଣ୍ଣୀତ ହେଲା।
Sauli anati, “Chitani maere pakati pa ine ndi Yonatani mwana wanga.” Ndipo maere anagwera Yonatani.
43 ସେତେବେଳେ ଶାଉଲ ଯୋନାଥନକୁ କହିଲେ, “ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ।” ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, “ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।”
Kenaka Sauli anati kwa Yonatani, “Ndiwuze chimene wachita.” Ndipo Yonatani anamuwuza kuti, “Ine ndinangolawa uchi pangʼono ndi ndodo yangayi. Ndiye ine ndili wokonzeka kufa.”
44 ତେବେ ଶାଉଲ କହିଲେ, “ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତାନ୍ତ ମରିବ।”
Sauli anati, “Mulungu andilange ngakhale kufa kumene, ngati sufa iwe Yonatani.”
45 ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, “ଇସ୍ରାଏଲ ମଧ୍ୟରେ ଯେ ଏହି ମହା ଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି;” ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।
Koma anthuwo anafunsa Saulo kuti, “Kodi Yonatani afe, iye amene wagwira ntchito iyi yayikulu yopulumutsa Aisraeli? Osatheka! Pali Yehova ngakhale tsitsi ndi limodzi lomwe lapamutu pake silidzathothoka, pakuti wachita zimenezi lero ndi thandizo la Mulungu.” Choncho anthuwo anamupulumutsa Yonatani, ndipo sanaphedwe.
46 ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।
Pambuyo pake Sauli analeka kulondola Afilisti, kenaka anabwerera ku dziko lawo.
47 ଶାଉଲ ଇସ୍ରାଏଲର ରାଜତ୍ୱ ଗ୍ରହଣ କଲା ଉତ୍ତାରେ, ସେ ଆପଣା ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ, ଅର୍ଥାତ୍‍, ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ଇଦୋମ ଓ ସୋବାର ରାଜାଗଣ ଓ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, ଆଉ ସେ ଯେଉଁଆଡ଼େ ଫେରିଲେ, ସେଆଡ଼େ ଦଣ୍ଡ ଦେଲେ।
Sauli ali mtsogoleri wa Israeli, anachita nkhondo ndi adani awa omuzungulira: Mowabu, Amoni, Edomu mafumu a ku Zoba ndi Afilisti. Kulikonse kumene ankapita ankawagonjetsa.
48 ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।
Anachita nkhondo mwamphamvu ndi kugonjetsa Aamaleki. Choncho anapulumutsa Aisraeli mʼmanja mwa anthu amene ankawalanda zinthu zawo.
49 ଯୋନାଥନ ଓ ଯିଶ୍‍ବି ଓ ମଲ୍‍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍‍ ଓ କନିଷ୍ଠାର ନାମ ମୀଖଲ,
Ana aamuna a Sauli anali Yonatani, Isivi ndi Maliki-Suwa. Analinso ndi ana aakazi awiri, dzina la mwana wake wamkulu wamkazi linali Merabi ndipo la mwana wake wamngʼono wamkazi linali Mikala.
50 ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍‍, ସେ ଅହୀମାସର କନ୍ୟା; ପୁଣି, ତାଙ୍କର ସେନାପତିର ନାମ ଅବ୍‍ନର, ସେ ଶାଉଲଙ୍କର ପିତୃବ୍ୟ, ନେର୍‍ର ପୁତ୍ର।
Dzina la mkazi wake linali Ahinoamu. Iyeyu anali mwana wa Ahimaazi. Dzina la mkulu wa ankhondo a Sauli linali Abineri mwana wa Neri, mʼbale wa abambo a Sauli.
51 ଆଉ ଶାଉଲଙ୍କର ପିତା କୀଶ୍‍ ଓ ଅବ୍‍ନରର ପିତା ନେର୍‍, ଏ ଦୁହେଁ ଅବୀୟେଲର ପୁତ୍ର ଥିଲେ।
Kisi abambo a Sauli ndi Neri abambo a Abineri anali ana a Abieli.
52 ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ।
Pa moyo wake wonse, Sauli ankakhalira kuchita nkhondo pakati pa Israeli ndi Afilisti. Ndipo Sauli ankati akaona munthu aliyense wamphamvu kapena wolimba mtima ankamulemba ntchito mu gulu lake lankhondo.

< ପ୍ରଥମ ଶାମୁୟେଲ 14 >