< ପ୍ରଥମ ଶାମୁୟେଲ 14 >

1 ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ।” ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ।
و روزی واقع شد که یوناتان پسر شاول به جوان سلاح دار خود گفت: «بیا تا به قراول فلسطینیان که به آن طرفند بگذریم.» اماپدر خود را خبر نداد.۱
2 ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବ ବୃକ୍ଷ ମୂଳରେ ଥିଲେ; ପୁଣି, ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେ;
و شاول در کناره جبعه زیر درخت اناری که در مغرون است، ساکن بود وقومی که همراهش بودند تخمین ششصد نفربودند.۲
3 ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍‍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବ୍‍ର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।
و اخیا ابن اخیطوب برادر ایخابودبن فینحاس بن عیلی، کاهن خداوند، در شیلوه باایفود ملبس شده بود، و قوم از رفتن یوناتان خبرنداشتند.۳
4 ପୁଣି, ଯୋନାଥନ ଯେଉଁ ଘାଟି ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍‍ସେସ ଓ ଅନ୍ୟର ନାମ ସେନି।
و در میان معبرهایی که یوناتان می خواست از آنها نزد قراول فلسطینیان بگذرد، یک صخره تیز به این طرف و یک صخره تیز به آن طرف بود، که اسم یکی بوصیص و اسم دیگری سنه بود.۴
5 ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତର ଆଡ଼ ମିକ୍‍ମସ୍‍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।
و یکی از این صخره‌ها به طرف شمال در برابر مخماس ایستاده بود، و دیگری به طرف جنوب در برابر جبعه.۵
6 ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”
و یوناتان به جوان سلاحدار خود گفت: «بیانزد قراول این نامختونان بگذریم شاید خداوندبرای ما عمل کند زیرا که خداوند را از رهانیدن باکثیر یا با قلیل مانعی نیست.»۶
7 ତହିଁରେ ତାହାର ଅସ୍ତ୍ରବାହକ କହିଲା, “ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ।”
و سلاحدارش به وی گفت: «هر‌چه در دلت باشد، عمل نما. پیش برو؛ اینک من موافق رای تو با تو هستم.»۷
8 ତେବେ ଯୋନାଥନ କହିଲା, “ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା।
ویوناتان گفت: «اینک ما به طرف این مردمان گذرنماییم و خود را به آنها ظاهر سازیم،۸
9 ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ‘ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା;’ ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ।
اگر به ماچنین گویند: بایستید تا نزد شما برسیم، آنگاه درجای خود خواهیم ایستاد و نزد ایشان نخواهیم رفت.۹
10 ମାତ୍ର ‘ଆମ୍ଭମାନଙ୍କ ନିକଟକୁ ଉଠି ଆସ’ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।”
اما اگر چنین گویند که نزد ما برآیید، آنگاه خواهیم رفت زیرا خداوند ایشان را به‌دست ما تسلیم نموده است و به جهت ما، این علامت خواهد بود.»۱۰
11 ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, “ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।”
پس هر دوی ایشان خویشتن را به قراول فلسطینیان ظاهر ساختند و فلسطینیان گفتند: «اینک عبرانیان از حفره هایی که خود را در آنهاپنهان ساخته‌اند، بیرون می‌آیند.»۱۱
12 ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, “ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା।” ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, “ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।”
و قراولان، یوناتان و سلاحدارش را خطاب کرده، گفتند: «نزد ما برآیید تا چیزی به شما نشان دهیم.» ویوناتان به سلاحدار خود گفت که «در عقب من بیازیرا خداوند ایشان را به‌دست اسرائیل تسلیم نموده است.»۱۲
13 ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।
و یوناتان به‌دست و پای خود نزد ایشان بالارفت و سلاحدارش در عقب وی، و ایشان پیش روی یوناتان افتادند و سلاحدارش در عقب او می کشت.۱۳
14 ଯୋନାଥନ ଓ ତାହାର ଅସ୍ତ୍ରବାହକର କୃତ ଏହି ପ୍ରଥମ ହତ୍ୟାରେ ପ୍ରାୟ ଅର୍ଦ୍ଧ ଏକର ଭୂମିରେ ଊଣାଧିକ କୋଡ଼ିଏ ଜଣ ହତ ହେଲେ।
و این کشتار اول که یوناتان وسلاحدارش کردند به قدر بیست نفر بود در قریب نصف شیار یک جفت گاو زمین.۱۴
15 ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।
و در اردو وصحرا و تمامی قوم تزلزل در‌افتاد و قراولان وتاراج کنندگان نیز لرزان شدند و زمین متزلزل شد، پس تزلزل عظیمی واقع گردید.۱۵
16 ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗିଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।
و دیده بانان شاول در جبعه بنیامین نگاه کردند و اینک آن انبوه گداخته شده، به هر طرف پراکنده می‌شدند.۱۶
17 ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, “ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଅଛି?” ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି।
و شاول به قومی که همراهش بودند، گفت: «الان تفحص کنید و ببینیداز ما که بیرون رفته است؟» پس تفحص کردند که اینک یوناتان و سلاحدارش حاضر نبودند.۱۷
18 ତହୁଁ ଶାଉଲ ଅହୀୟକୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ଏଠାକୁ ଆଣ,” କାରଣ, ସେସମୟରେ ପରମେଶ୍ୱରଙ୍କ ସିନ୍ଦୁକ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେଠାରେ ଥିଲା।
وشاول به اخیا گفت: «تابوت خدا را نزدیک بیاور.» زیرا تابوت خدا در آن وقت همراه بنی‌اسرائیل بود.۱۸
19 ପୁଣି, ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, “କର୍ମ ବନ୍ଦ କର।”
و واقع شد چون شاول با کاهن سخن می‌گفت که اغتشاش در اردوی فلسطینیان زیاده وزیاده می‌شد، و شاول به کاهن گفت: «دست خودرا نگاهدار.»۱۹
20 ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଅଛି ଓ ମହା କୋଳାହଳ ହେଉଅଛି।
و شاول و تمامی قومی که با وی بودندجمع شده، به جنگ آمدند، و اینک شمشیر هرکس به ضد رفیقش بود و قتال بسیار عظیمی بود.۲۰
21 ଆହୁରି, ଯେଉଁ ଏବ୍ରୀୟମାନେ ଚାରିଆଡ଼ସ୍ଥ ଦେଶରୁ ପଲେଷ୍ଟୀୟମାନଙ୍କ ଛାଉଣିକୁ ଯାଇ ପୂର୍ବ ପରି ସେମାନଙ୍କ ସହିତ ଥିଲେ, ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକମାନଙ୍କ ସଙ୍ଗୀ ହେବା ପାଇଁ ଫେରି ଆସିଲେ।
و عبرانیانی که قبل از آن با فلسطینیان بودند وهمراه ایشان از اطراف به اردو آمده بودند، ایشان نیز نزد اسرائیلیانی که با شاول و یوناتان بودند، برگشتند.۲۱
22 ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ।
و تمامی مردان اسرائیل نیز که خودرا در کوهستان افرایم پنهان کرده بودند چون شنیدند که فلسطینیان منهزم شده‌اند، ایشان را درجنگ تعاقب نمودند.۲۲
23 ଏହିରୂପେ ସଦାପ୍ରଭୁ ସେହି ଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା।
پس خداوند در آن روزاسرائیل را نجات داد و جنگ تا بیت آون رسید.۲۳
24 ପୁଣି, ସେହି ଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, “ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍‍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।” ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।
و مردان اسرائیل آن روز در تنگی بودندزیرا که شاول قوم را قسم داده، گفته بود: «تا من ازدشمنان خود انتقام نکشیده باشم ملعون باد کسی که تا شام طعام بخورد.» و تمامی قوم طعام نچشیدند.۲۴
25 ପୁଣି, ସମସ୍ତ ଲୋକମାନେ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା।
و تمامی قوم به جنگلی رسیدند که در آنجا عسل بر روی زمین بود.۲۵
26 ଆଉ ଲୋକମାନେ ବନରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ମହୁର ଝରଣା; ମାତ୍ର କେହି ଆପଣା ମୁହଁକୁ ହାତ ନେଲା ନାହିଁ; କାରଣ ଲୋକମାନେ ସେହି ଶପଥକୁ ଭୟ କଲେ।
و چون قوم به جنگل داخل شدند، اینک عسل می‌چکید امااحدی دست خود را به دهانش نبرد زیرا قوم ازقسم ترسیدند.۲۶
27 ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା।
لیکن یوناتان هنگامی که پدرش به قوم قسم می‌داد نشنیده بود، پس نوک عصایی را که در دست داشت دراز کرده، آن را به‌شان عسل فرو برد، و دست خود را به دهانش برده، چشمان او روشن گردید.۲۷
28 ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ‘ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।’ ମାତ୍ର ଲୋକମାନେ କ୍ଳାନ୍ତ ହୋଇଅଛନ୍ତି।”
و شخصی از قوم به او توجه نموده، گفت: «پدرت قوم را قسم سخت داده، گفت: ملعون بادکسی‌که امروز طعام خورد.» و قوم بی‌تاب شده بودند.۲۸
29 ତହିଁରେ ଯୋନାଥନ କହିଲା, “ମୋʼ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ୱାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛି!
و یوناتان گفت: «پدرم زمین را مضطرب ساخته است، الان ببینید که چشمانم چه قدرروشن شده است که اندکی از این عسل چشیده‌ام.۲۹
30 ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ୱଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାଆନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ।”
و چه قدر زیاده اگر امروز قوم از غارت دشمنان خود که یافته‌اند بی‌ممانعت می‌خوردند، آیا قتال فلسطینیان بسیار زیاده نمی شد؟»۳۰
31 ପୁଣି, ସେଦିନ ସେମାନେ ମିକ୍‍ମସ୍‍ଠାରୁ ଅୟାଲୋନ୍‍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ; ତହିଁରେ ଲୋକମାନେ ଅତିଶୟ କ୍ଳାନ୍ତ ହେଲେ।
و در آن روز فلسطینیان را از مخماس تاایلون منهزم ساختند و قوم بسیار بی‌تاب شدند.۳۱
32 ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।
و قوم بر غنیمت حمله کرده، از گوسفندان وگاوان و گوساله‌ها گرفته، بر زمین کشتند و قوم آنهارا با خون خوردند.۳۲
33 ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, “ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ।”
و شاول را خبر داده، گفتند: «اینک قوم به خداوند گناه ورزیده، با خون می‌خورند.» گفت: «شما خیانت ورزیده‌اید امروزسنگی بزرگ نزد من بغلطانید.»۳۳
34 ଆହୁରି ଶାଉଲ କହିଲେ, “ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଯାଇ ସେମାନଙ୍କୁ କୁହ, ‘ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋʼ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର।’” ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ।
و شاول گفت: «خود را در میان قوم منتشر ساخته، به ایشان بگویید: هر کس گاو خود و هر کس گوسفند خود را نزد من بیاورد و در اینجا ذبح نموده، بخورید وبه خدا گناه نورزیده، با خون مخورید.» و تمامی قوم در آن شب هر کس گاوش را با خود آورده، در آنجا ذبح کردند.۳۴
35 ପୁଣି, ଶାଉଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ନିର୍ମିତ ପ୍ରଥମ ଯଜ୍ଞବେଦି ଏହି।
و شاول مذبحی برای خداوند بنا کرد و این مذبح اول بود که برای خداوند بنا نمود.۳۵
36 ଏଉତ୍ତାରେ ଶାଉଲ କହିଲେ, “ଆସ, ଆମ୍ଭେମାନେ ରାତ୍ରି ବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ଯାଇ ସକାଳ ଆଲୁଅ ପର୍ଯ୍ୟନ୍ତ ସେମାନଙ୍କ ଦ୍ରବ୍ୟ ଲୁଟୁ ଓ ସେମାନଙ୍କର ଜଣକୁ ହିଁ ବାକି ନ ରଖୁ।” ତହିଁରେ ସେମାନେ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ,” ତାହାସବୁ କର। ତେବେ ଯାଜକ କହିଲା, “ଆସ, ଆମ୍ଭେମାନେ ଏହି ସ୍ଥାନରେ ପରମେଶ୍ୱରଙ୍କ ନିକଟରେ ଉପସ୍ଥିତ ହେଉ।”
و شاول گفت: «امشب در عقب فلسطینیان برویم و آنها را تا روشنایی صبح غارت کرده، ازایشان احدی را باقی نگذاریم.» ایشان گفتند: «هرچه در نظرت پسند آید بکن.» و کاهن گفت: «دراینجا به خدا تقرب بجوییم.»۳۶
37 ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ପଛରେ ଯିବି? ତୁମ୍ଭେ କʼଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ?” ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।
و شاول از خداسوال نمود که آیا از عقب فلسطینیان برویم و آیاایشان را به‌دست اسرائیل خواهی داد، اما در آن روز او را جواب نداد.۳۷
38 ତହିଁରେ ଶାଉଲ କହିଲେ, “ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ।
آنگاه شاول گفت: «ای تمامی روسای قوم به اینجا نزدیک شوید و بدانیدو ببینید که امروز این گناه در چه چیز است.۳۸
39 କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ।” ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ।
زیرا قسم به حیات خداوند رهاننده اسرائیل که اگر در پسرم یوناتان هم باشد، البته خواهدمرد.» لیکن از تمامی قوم احدی به او جواب نداد.۳۹
40 ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା।” ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।”
پس به تمامی اسرائیل گفت: «شما به یک طرف باشید و من با پسر خود یوناتان به یک طرف باشیم.» و قوم به شاول گفتند: «هر‌چه در نظرت پسند آید، بکن.»۴۰
41 ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ କହିଲେ, “ଯଥାର୍ଥ (ନିଷ୍ପତ୍ତି) ଦିଅ।” ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ।
و شاول به یهوه، خدای اسرائیل گفت: «قرعه‌ای راست بده.» پس یوناتان و شاول گرفته شدند و قوم رها گشتند.۴۱
42 ଏଉତ୍ତାରେ ଶାଉଲ କହିଲେ, “ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର,” ତହିଁରେ ଯୋନାଥନ ନିର୍ଣ୍ଣୀତ ହେଲା।
و شاول گفت: «در میان من و پسرم یوناتان قرعه بیندازید.» و یوناتان گرفته شد.۴۲
43 ସେତେବେଳେ ଶାଉଲ ଯୋନାଥନକୁ କହିଲେ, “ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ।” ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, “ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।”
و شاول به یوناتان گفت: «مرا خبر ده که چه کرده‌ای؟» و یوناتان به او خبر داده، گفت: «به نوک عصایی که در دست دارم اندکی عسل چشیدم واینک باید بمیرم؟»۴۳
44 ତେବେ ଶାଉଲ କହିଲେ, “ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତାନ୍ତ ମରିବ।”
و شاول گفت: «خدا چنین بلکه زیاده از این بکند‌ای یوناتان! زیرا البته خواهی مرد.»۴۴
45 ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, “ଇସ୍ରାଏଲ ମଧ୍ୟରେ ଯେ ଏହି ମହା ଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି;” ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।
اما قوم به شاول گفتند: «آیایوناتان که نجات عظیم را در اسرائیل کرده است، باید بمیرد؟ حاشا! قسم به حیات خداوند که مویی از سرش به زمین نخواهد افتاد زیرا که امروز با خدا عمل نموده است.» پس قوم یوناتان را خلاص نمودند که نمرد.۴۵
46 ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।
و شاول از تعاقب فلسطینیان باز آمد و فلسطینیان به‌جای خودرفتند.۴۶
47 ଶାଉଲ ଇସ୍ରାଏଲର ରାଜତ୍ୱ ଗ୍ରହଣ କଲା ଉତ୍ତାରେ, ସେ ଆପଣା ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ, ଅର୍ଥାତ୍‍, ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ଇଦୋମ ଓ ସୋବାର ରାଜାଗଣ ଓ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, ଆଉ ସେ ଯେଉଁଆଡ଼େ ଫେରିଲେ, ସେଆଡ଼େ ଦଣ୍ଡ ଦେଲେ।
و شاول عنان سلطنت اسرائیل را به‌دست گرفت و با جمیع دشمنان اطراف خود، یعنی باموآب و بنی عمون و ادوم و ملوک صوبه وفلسطینیان جنگ کرد و به هر طرف که توجه می‌نمود، غالب می‌شد.۴۷
48 ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।
و به دلیری عمل می‌نمود و عمالیقیان را شکست داده، اسرائیل رااز دست تاراج کنندگان ایشان رهانید.۴۸
49 ଯୋନାଥନ ଓ ଯିଶ୍‍ବି ଓ ମଲ୍‍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍‍ ଓ କନିଷ୍ଠାର ନାମ ମୀଖଲ,
و پسران شاول، یوناتان و یشوی و ملکیشوبودند. و اسمهای دخترانش این است: اسم نخست زاده‌اش میرب و اسم کوچک میکال.۴۹
50 ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍‍, ସେ ଅହୀମାସର କନ୍ୟା; ପୁଣି, ତାଙ୍କର ସେନାପତିର ନାମ ଅବ୍‍ନର, ସେ ଶାଉଲଙ୍କର ପିତୃବ୍ୟ, ନେର୍‍ର ପୁତ୍ର।
واسم زن شاول اخینوعام، دختر اخیمعاص، بود واسم سردار لشکرش ابنیر بن نیر، عموی شاول بود.۵۰
51 ଆଉ ଶାଉଲଙ୍କର ପିତା କୀଶ୍‍ ଓ ଅବ୍‍ନରର ପିତା ନେର୍‍, ଏ ଦୁହେଁ ଅବୀୟେଲର ପୁତ୍ର ଥିଲେ।
و قیس پدر شاول بود و نیر پدر ابنیر و پسرابیئیل بود.۵۱
52 ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ।
و در تمامی روزهای شاول با فلسطینیان جنگ سخت بود و هر صاحب قوت و صاحب شجاعت که شاول می‌دید، او را نزد خودمی آورد.۵۲

< ପ୍ରଥମ ଶାମୁୟେଲ 14 >