< ପ୍ରଥମ ଶାମୁୟେଲ 15 >

1 ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।
Sama’ila ya ce wa Shawulu, “Ni ne wanda Ubangiji ya aika in shafe ka ka zama sarki bisa mutanensa Isra’ila. Saurara yanzu ka ji saƙo daga wurin Ubangiji.
2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।
Ga abin da Ubangiji Maɗaukaki ya ce, ‘Zan hori Amalekawa saboda abin da suka yi wa Isra’ila sa’ad da suka ba su wahala yayinda suka fito daga Masar.
3 ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”
Yanzu ka tafi ka yaƙi Amalekawa, ka hallaka kome da yake nasu, kada ka bar su da rai, ka kashe maza, da mata, da yara, da jarirai, da dabbobi, da tumaki, da raƙuma, da kuma jakuna.’”
4 ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,
Sai Shawulu ya tattara sojoji, ya ƙidaya su a Telayim, ya sami su dubu ɗari biyu da dubu goma daga Yahuda.
5 ତହୁଁ ଶାଉଲ ଅମାଲେକ ନଗରକୁ ଆସି ଉପତ୍ୟକାରେ ଛକି ବସିଲେ।
Shawulu ya tafi birnin Amalek ya yi kwanto a kwari.
6 ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ।” ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରିଗଲେ।
Sai Shawulu ya ce wa Keniyawa, “Ku tashi ku bar Amalekawa don kada in hallaka ku tare da su, saboda kun yi wa dukan Isra’ilawa kirki, lokacin da suka fito daga Masar.” Saboda haka Keniyawa suka tashi suka bar Amalekawa.
7 ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।
Sa’an nan Shawulu ya ci Amalekawa da yaƙi tun daga Hawila har zuwa Shur, a gabashin iyakar Masar.
8 ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
Ya kama Agag sarkin Amalekawa da rai. Ya kuma hallaka dukan mutanensa da takobi.
9 ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।
Amma Shawulu da sojojinsa suka bar Agag, da tumaki, da shanu, da’yan maruƙa masu ƙiba da kuma duk abin da yake mai kyau da rai. Waɗannan ba su so su hallaka su gaba ɗaya ba, amma duk abin da ba a so da kuma marar amfani suka hallaka.
10 ଏଉତ୍ତାରେ ଶାମୁୟେଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା;
Sai Ubangiji ya yi magana da Sama’ila ya ce,
11 “ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
“Na damu da na naɗa Shawulu sarki, domin ya juya mini baya, bai kuma bi umarnina ba.” Sama’ila ya damu ƙwarai, ya yi kuka ga Ubangiji dukan dare.
12 ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, “ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।”
Kashegari da sassafe sai Sama’ila ya tashi ya tafi domin yă sadu da Shawulu, amma aka gaya masa cewa Shawulu ya tafi Karmel. A can ya yi wa kansa abin tunawa don yă girmama kansa, daga can kuma ya juya ya gangara zuwa Gilgal.
13 ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।”
Da Sama’ila ya kai wurinsa, sai Shawulu ya ce, “Ubangiji yă albarkace ka, na aikata umarnin Ubangiji.”
14 ତହିଁରେ ଶାମୁୟେଲ କହିଲେ, “ତେବେ ମୋʼ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ?”
Amma Sama’ila ya ce, “Ashe, waɗannan ba kukan tumaki ke nan nake ji a kunnena ba? Wane kuka shanu ke nan nake ji?”
15 ତହୁଁ ଶାଉଲ କହିଲେ, “ସେମାନେ ଅମାଲେକୀୟମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛୁ।”
Shawulu ya amsa ya ce, “Sojoji ne suka kawo su daga Amalekawa. Sun bar tumaki da shanu masu kyau da rai don su yi wa Ubangiji Allahnka hadaya, amma sauran mun hallaka duka.”
16 ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି।” ଏଥିରେ ସେ କହିଲେ, “କୁହ।”
Sama’ila ya ce, “Dakata, bari in faɗa maka abin da Ubangiji ya ce mini jiya da dare.” Shawulu ya ce, “Gaya mini.”
17 ତେଣୁ ଶାମୁୟେଲ କହିଲେ, “କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;
Sama’ila ya ce, “Ko da yake kana ganin kanka kai ba wani abu ne ba, ashe, ba kai ne yanzu shugaban kabilan Isra’ila ba? Ubangiji ya shafe ka ka zama sarkin Isra’ila.
18 ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।’
Shi kuma ya aika, ya umarce ka cewa, ‘Tafi ka hallaka Amalekawa mugayen mutanen nan duka, ka yaƙe su sai ka share su ƙaf.’
19 ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ?”
Me ya sa ba ka bi umarnin Ubangiji ba? Me ya sa ka sa hannu a ganima, ka kuma yi mugun abu a gaban Ubangiji?”
20 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ରବ ଶୁଣିଲି ଓ ସଦାପ୍ରଭୁ ମୋତେ ଯେଉଁ ଯାତ୍ରା କରିବାକୁ ପଠାଇଲେ, ତାହା କଲି ଓ ଅମାଲେକର ରାଜା ଅଗାଗକୁ ଆଣିଲି, ପୁଣି, ଅମାଲେକୀୟମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲି।
Shawulu ya ce, “Amma na bi umarnin Ubangiji. Na bi saƙon da Ubangiji ya ba ni. Na hallaka Amalekawa, na kuma kamo Agag sarkinsu.
21 ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।”
Sojoji suka kawo tumaki da shanu mafi kyau daga cikin ganimar domin a miƙa hadaya ga Ubangiji Allahnka a Gilgal.”
22 ତହିଁରେ ଶାମୁୟେଲ କହିଲେ, “ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
Amma Sama’ila ya ce, “Ubangiji yana murna da sadaka da hadaya fiye da biyayya ga maganar Ubangiji? Yin biyayya ta fi hadaya a kula kuma ta fi ƙibabbun raguna.
23 ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”
Gama tawaye yana kama da zunubi na duba, girman kai kuma yana kama da bautar gumaka. Saboda ka ƙi maganar Ubangiji, shi ma ya ƙi ka da zaman sarki.”
24 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।
Sai Shawulu ya ce wa Sama’ila, “Na yi zunubi, na ƙi bin umarnin Ubangiji, na kuma ƙi bin maganarka. Na ji tsoron mutane ne shi ya sa na bi maganarsu.
25 ଏହେତୁ ବିନୟ କରୁଅଛି, ଏବେ ମୋʼ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”
Yanzu fa, ina roƙonka ka yafe mini zunubina, ka koma tare da ni, domin in yi wa Ubangiji sujada.”
26 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରିଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”
Amma Sama’ila ya ce, “Ba zan koma tare da kai ba. Ka ƙi maganar Ubangiji, Ubangiji kuma ya ƙi ka da zama sarki a bisa Isra’ila.”
27 ଏଥିରେ ଶାଉଲଙ୍କୁ ଚାଲିଯିବା ପାଇଁ ମୁଖ ଫେରାନ୍ତେ, ସେ ତାଙ୍କ ଚୋଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।
Da Sama’ila ya juya zai tafi, sai Shawulu ya kama bakin rigarsa, sai rigar ta yage.
28 ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।
Sama’ila ya ce masa, “Ubangiji ya yage masarautar Isra’ila daga gare ka yau, ya ba wa wani daga cikin maƙwabtanka wanda ya fi ka.
29 ଆହୁରି ଇସ୍ରାଏଲର ବିଶ୍ୱାସଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।”
Shi wanda yake Ɗaukakar Isra’ila ba ya ƙarya ko yă canja zuciyarsa, gama shi ba mutum ba ne da zai canja zuciyarsa.”
30 ତେବେ ସେ କହିଲେ, “ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”
Shawulu ya ce, “Na yi zunubi. Amma ina roƙonka ka ba ni girma a gaban dattawan mutanena da kuma a gaban Isra’ila, ka koma tare da ni domin in yi wa Ubangiji Allahnka sujada.”
31 ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍‍ ଫେରିଯାଆନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ।
Saboda haka sai Sama’ila ya koma tare da Shawulu, Shawulu kuwa ya yi wa Ubangiji sujada.
32 ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ।” ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, “ଅବଶ୍ୟ ମୃତ୍ୟୁର ତିକ୍ତତା ଗଲା।”
Sa’an nan Sama’ila ya ce, “Kawo mini Agag sarkin Amalekawa.” Agag kuwa ya zo wurinsa daure da sarƙa, yana tunani cewa, “Tabbatacce zancen mutuwa dai ya wuce.”
33 ମାତ୍ର ଶାମୁୟେଲ କହିଲେ, “ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ।” ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।
Amma Sama’ila ya ce, “Yadda takobinka ya sa mata suka rasa’ya’ya, haka mahaifiyarka za tă zama marar’ya’ya a cikin mata.” Sama’ila kuwa ya kashe Agag a Gilgal a gaban Ubangiji.
34 ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି, ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ।
Sai Sama’ila ya tafi Rama, amma Shawulu ya haura zuwa gidansa a Gibeya na Shawulu.
35 ମାତ୍ର ଶାଉଲଙ୍କର ମରଣ ଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।
Daga wannan rana Sama’ila bai ƙara saduwa da sarki Shawulu ba, har rasuwar Sama’ila, amma ya yi baƙin ciki sosai a kan Shawulu. Ubangiji kuwa ya damu da ya sa Shawulu ya zama Sarkin Isra’ila ba.

< ପ୍ରଥମ ଶାମୁୟେଲ 15 >