< ପ୍ରଥମ ଶାମୁୟେଲ 16 >

1 ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”
И сказал Господь Самуилу: доколе будешь ты печалиться о Сауле, которого Я отверг, чтоб он не был царем над Израилем? Наполни рог твой елеем и пойди; Я пошлю тебя к Иессею Вифлеемлянину, ибо между сыновьями его Я усмотрел Себе царя.
2 ତହିଁରେ ଶାମୁୟେଲ କହିଲେ, “ମୁଁ କିପରି ଯାଇ ପାରିବି? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ।” ଆଉ ସଦାପ୍ରଭୁ କହିଲେ, “ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ‘ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ।’
И сказал Самуил: как я пойду? Саул услышит и убьет меня. Господь сказал: возьми в руку твою телицу из стада и скажи: “я пришел для жертвоприношения Господу”;
3 ପୁଣି, ଯିଶୀକୁ ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା, ପୁଣି, ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ।”
и пригласи Иессея и сыновей его к жертве; Я укажу тебе, что делать тебе, и ты помажешь Мне того, о котором Я скажу тебе.
4 ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, “ଆପଣଙ୍କ ଆଗମନ କୁଶଳ?”
И сделал Самуил так, как сказал ему Господь. Когда пришел он в Вифлеем, то старейшины города с трепетом вышли навстречу ему и сказали: мирен ли приход твой?
5 ସେ କହିଲେ, କୁଶଳ; “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋʼ ସଙ୍ଗେ ବଳିଦାନ କରିବାକୁ ଆସ।” ଏଉତ୍ତାରେ ସେ ଯିଶୀକୁ ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।
И отвечал он: мирен, для жертвоприношения Господу пришел я; освятитесь и идите со мною к жертвоприношению. И освятил Иессея и сыновей его и пригласил их к жертве.
6 ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍‍ ପ୍ରତି ଦୃଷ୍ଟି କରି କହିଲେ, “ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ।”
И когда они пришли, он, увидев Елиава, сказал: верно, сей пред Господом помазанник Его!
7 ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”
Но Господь сказал Самуилу: не смотри на вид его и на высоту роста его; Я отринул его; Я смотрю не так, как смотрит человек; ибо человек смотрит на лице, а Господь смотрит на сердце.
8 ଏଉତ୍ତାରେ ଯିଶୀ ଅବୀନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, “ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି।”
И позвал Иессей Аминадава и подвел его к Самуилу, и сказал Самуил: и этого не избрал Господь.
9 ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, “ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି।”
И подвел Иессей Самму, и сказал Самуил: и этого не избрал Господь.
10 ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକୁ କହିଲେ, “ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।”
Так подводил Иессей к Самуилу семерых сыновей своих, но Самуил сказал Иессею: никого из этих не избрал Господь.
11 ଏଉତ୍ତାରେ ଶାମୁୟେଲ ଯିଶୀକୁ କହିଲେ, “ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି?” ସେ କହିଲା, “କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି।” ତହିଁରେ ଶାମୁୟେଲ ଯିଶୀକୁ କହିଲେ, “ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।”
И сказал Самуил Иессею: все ли дети здесь? И отвечал Иессей: есть еще меньший; он пасет овец. И сказал Самуил Иессею: пошли и возьми его, ибо мы не сядем обедать, доколе не придет он сюда.
12 ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, “ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।”
И послал Иессей и привели его. Он был белокур, с красивыми глазами и приятным лицем. И сказал Господь: встань, помажь его, ибо это он.
13 ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।
И взял Самуил рог с елеем и помазал его среди братьев его, и почивал Дух Господень на Давиде с того дня и после; Самуил же встал и отошел в Раму.
14 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି, ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା।
А от Саула отступил Дух Господень, и возмущал его злой дух от Господа.
15 ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ପରମେଶ୍ୱରଙ୍କଠାରୁ ଏକ ମନ୍ଦ ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି।
И сказали слуги Сауловы ему: вот, злой дух от Бога возмущает тебя;
16 ଏଣୁ ଜଣେ ନିପୁଣ ବୀଣାବାଦକ ଅନ୍ୱେଷଣ କରିବା ପାଇଁ ଆମ୍ଭମାନଙ୍କ ପ୍ରଭୁ ଆପଣା ସମ୍ମୁଖସ୍ଥ ଦାସମାନଙ୍କୁ ଆଜ୍ଞା କରନ୍ତୁ; ତହିଁରେ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଆପଣଙ୍କ ଉପରେ ଥିବା ବେଳେ, ସେ ଲୋକ ଆପଣା ହାତରେ ବଜାଇଲେ ଆପଣ ଭଲ ହୋଇଯିବେ।”
пусть господин наш прикажет слугам своим, которые пред тобою, поискать человека, искусного в игре на гуслях, и когда придет на тебя злой дух от Бога, то он, играя рукою своею, будет успокаивать тебя.
17 ତହୁଁ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ଆଚ୍ଛା, ଯେ ଭଲ ବଜାଇ ପାରେ, ଏପରି ଏକ ଜଣ ମୋʼ ପାଇଁ ଦେଖି ତାହାକୁ ମୋʼ ନିକଟକୁ ଆଣ।”
И отвечал Саул слугам своим: найдите мне человека, хорошо играющего, и представьте его ко мне.
18 ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; “ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।”
Тогда один из слуг его сказал: вот, я видел у Иессея Вифлеемлянина сына, умеющего играть, человека храброго и воинственного, и разумного в речах и видного собою, и Господь с ним.
19 ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, “ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋʼ ନିକଟକୁ ପଠାଇଦିଅ।”
И послал Саул вестников к Иессею и сказал: пошли ко мне Давида, сына твоего, который при стаде.
20 ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।
И взял Иессей осла с хлебом и мех с вином и одного козленка, и послал с Давидом, сыном своим, к Саулу.
21 ତହୁଁ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ; ତହିଁରେ ସେ ତାଙ୍କର ଅସ୍ତ୍ରବାହକ ହେଲେ।
И пришел Давид к Саулу и служил пред ним, и очень понравился ему и сделался его оруженосцем.
22 ଏଉତ୍ତାରେ ଶାଉଲ ଯିଶୀକୁ କହି ପଠାଇଲେ, ବିନୟ କରୁଅଛି, “ଦାଉଦଙ୍କୁ ମୋʼ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛି।”
И послал Саул сказать Иессею: пусть Давид служит при мне, ибо он снискал благоволение в глазах моих.
23 ଏଣୁ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ୱାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି, ମନ୍ଦ ଆତ୍ମା ତାଙ୍କୁ ଛାଡ଼ିଯାଏ।
И когда дух от Бога бывал на Сауле, то Давид, взяв гусли, играл, - и отраднее и лучше становилось Саулу, и дух злой отступал от него.

< ପ୍ରଥମ ଶାମୁୟେଲ 16 >