< ପ୍ରଥମ ଶାମୁୟେଲ 17 >
1 ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।
Now the Philistines gathered together their armies to battle; and they were gathered together at Socoh, which belongs to Judah, and encamped between Socoh and Azekah in Ephesdammim.
2 ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।
Saul and the men of Israel were gathered together, and encamped in the valley of Elah, and set the battle in array against the Philistines.
3 ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି, ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।
The Philistines stood on the mountain on the one side, and Israel stood on the mountain on the other side: and there was a valley between them.
4 ଏଥିରେ ଗାଥ୍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।
A champion out of the camp of the Philistines named Goliath of Gath, whose height was six cubits and a span went out.
5 ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।
He had a helmet of bronze on his head, and he wore a coat of mail; and the weight of the coat was five thousand shekels of bronze.
6 ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।
He had bronze shin armour on his legs and a bronze javelin between his shoulders.
7 ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।
The staff of his spear was like a weaver’s beam; and his spear’s head weighed six hundred shekels of iron. His shield bearer went before him.
8 ଆଉ ସେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟଶ୍ରେଣୀ ଆଡ଼େ ଡାକି ସେମାନଙ୍କୁ କହିଲା, “ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଅଛ? ମୁଁ କି ସେହି ପଲେଷ୍ଟୀୟ ଲୋକ ନୁହେଁ? ଓ ତୁମ୍ଭେମାନେ କି ଶାଉଲର ଦାସ ନୁହଁ? ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋହର କତିକି ଓହ୍ଲାଇ ଆସୁ।
He stood and cried to the armies of Israel, and said to them, “Why have you come out to set your battle in array? Am I not a Philistine, and you servants to Saul? Choose a man for yourselves, and let him come down to me.
9 ସେ ଯେବେ ମୋʼ ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ।”
If he is able to fight with me and kill me, then will we be your servants; but if I prevail against him and kill him, then you will be our servants and serve us.”
10 ଆହୁରି ସେ ପଲେଷ୍ଟୀୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।”
The Philistine said, “I defy the armies of Israel today! Give me a man, that we may fight together!”
11 ପୁଣି, ଶାଉଲ ଓ ସମୁଦାୟ ଇସ୍ରାଏଲ ସେହି ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ, ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।
When Saul and all Israel heard those words of the Philistine, they were dismayed and greatly afraid.
12 ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।
Now David was the son of that Ephrathite of Bethlehem Judah, whose name was Jesse; and he had eight sons. The man was an elderly old man in the days of Saul.
13 ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।
The three oldest sons of Jesse had gone after Saul to the battle; and the names of his three sons who went to the battle were Eliab the firstborn, and next to him Abinadab, and the third Shammah.
14 କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ।
David was the youngest; and the three oldest followed Saul.
15 ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯାʼଆସ କରୁଥାଆନ୍ତି।
Now David went back and forth from Saul to feed his father’s sheep at Bethlehem.
16 ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।
The Philistine came near morning and evening, and presented himself forty days.
17 ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, “ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନିଯାଅ।
Jesse said to David his son, “Now take for your brothers an efah of this parched grain and these ten loaves, and carry them quickly to the camp to your brothers;
18 ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।
and bring these ten cheeses to the captain of their thousand; and see how your brothers are doing, and bring back news.”
19 ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।”
Now Saul, and they, and all the men of Israel were in the valley of Elah, fighting with the Philistines.
20 ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।
David rose up early in the morning and left the sheep with a keeper, and took the provisions and went, as Jesse had commanded him. He came to the place of the wagons as the army which was going out to the fight shouted for the battle.
21 ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।
Israel and the Philistines put the battle in array, army against army.
22 ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ିଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।
David left his baggage in the hand of the keeper of the baggage and ran to the army, and came and greeted his brothers.
23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ।
As he talked with them, behold, the champion, the Philistine of Gath, Goliath by name, came up out of the ranks of the Philistines, and said the same words; and David heard them.
24 ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।
All the men of Israel, when they saw the man, fled from him and were terrified.
25 ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।”
The men of Israel said, “Have you seen this man who has come up? He has surely come up to defy Israel. The king will give great riches to the man who kills him, and will give him his daughter, and will make his father’s house tax-free in Israel.”
26 ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”
David spoke to the men who stood by him, saying, “What shall be done to the man who kills this Philistine and takes away the reproach from Israel? For who is this uncircumcised Philistine, that he should defy the armies of the living God?”
27 ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।
The people answered him in this way, saying, “So shall it be done to the man who kills him.”
28 ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍ ଶୁଣିଲା; ତହିଁରେ ଇଲୀୟାବ୍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।”
Eliab his oldest brother heard when he spoke to the men; and Eliab’s anger burnt against David, and he said, “Why have you come down? With whom have you left those few sheep in the wilderness? I know your pride and the evil of your heart; for you have come down that you might see the battle.”
29 ଏଥିରେ ଦାଉଦ କହିଲେ, “ମୁଁ ଏବେ କଅଣ କଲି? ଏଥିରେ କି କୌଣସି କାରଣ ନାହିଁ?”
David said, “What have I now done? Is there not a cause?”
30 ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।
He turned away from him towards another, and spoke like that again; and the people answered him again the same way.
31 ଦାଉଦଙ୍କର ଏହିସବୁ କଥା ଶୁଣାଯାʼନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।
When the words were heard which David spoke, they rehearsed them before Saul; and he sent for him.
32 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।”
David said to Saul, “Let no man’s heart fail because of him. Your servant will go and fight with this Philistine.”
33 ତହିଁରେ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।”
Saul said to David, “You are not able to go against this Philistine to fight with him; for you are but a youth, and he a man of war from his youth.”
34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ,
David said to Saul, “Your servant was keeping his father’s sheep; and when a lion or a bear came and took a lamb out of the flock,
35 ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।
I went out after him, struck him, and rescued it out of his mouth. When he arose against me, I caught him by his beard, struck him, and killed him.
36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”
Your servant struck both the lion and the bear. This uncircumcised Philistine shall be as one of them, since he has defied the armies of the living God.”
37 ଆହୁରି ଦାଉଦ କହିଲେ, “ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ।” ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।”
David said, “The LORD, who delivered me out of the paw of the lion and out of the paw of the bear, will deliver me out of the hand of this Philistine.” Saul said to David, “Go! The LORD will be with you.”
38 ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।
Saul dressed David with his clothing. He put a helmet of bronze on his head, and he clad him with a coat of mail.
39 ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, “ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ।” ଏଣୁ ଦାଉଦ ତାହା କାଢ଼ି ରଖିଲେ।
David strapped his sword on his clothing and he tried to move, for he had not tested it. David said to Saul, “I can’t go with these, for I have not tested them.” Then David took them off.
40 ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।
He took his staff in his hand, and chose for himself five smooth stones out of the brook, and put them in the pouch of his shepherd’s bag which he had. His sling was in his hand; and he came near to the Philistine.
41 ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।
The Philistine walked and came near to David; and the man who bore the shield went before him.
42 ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।
When the Philistine looked around and saw David, he disdained him; for he was but a youth, and ruddy, and had a good looking face.
43 ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ?” ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।
The Philistine said to David, “Am I a dog, that you come to me with sticks?” The Philistine cursed David by his gods.
44 ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।”
The Philistine said to David, “Come to me, and I will give your flesh to the birds of the sky and to the animals of the field.”
45 ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, “ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।
Then David said to the Philistine, “You come to me with a sword, with a spear, and with a javelin; but I come to you in the name of the LORD of Hosts, the God of the armies of Israel, whom you have defied.
46 ଆଜି ଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।
Today, the LORD will deliver you into my hand. I will strike you and take your head from off you. I will give the dead bodies of the army of the Philistines today to the birds of the sky and to the wild animals of the earth, that all the earth may know that there is a God in Israel,
47 ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।”
and that all this assembly may know that the LORD doesn’t save with sword and spear; for the battle is the LORD’s, and he will give you into our hand.”
48 ଏଉତ୍ତାରେ ସେହି ପଲେଷ୍ଟୀୟ ଉଠି ଦାଉଦଙ୍କ ସଙ୍ଗେ ଭେଟିବାକୁ ଆସି ନିକଟବର୍ତ୍ତୀ ହୁଅନ୍ତେ, ଦାଉଦ ଶୀଘ୍ର ସେହି ପଲେଷ୍ଟୀୟ ସହିତ ଭେଟିବାକୁ ସୈନ୍ୟଶ୍ରେଣୀ ଆଡ଼େ ଦୌଡ଼ିଲେ।
When the Philistine arose, and walked and came near to meet David, David hurried and ran towards the army to meet the Philistine.
49 ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।
David put his hand in his bag, took a stone and slung it, and struck the Philistine in his forehead. The stone sank into his forehead, and he fell on his face to the earth.
50 ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।
So David prevailed over the Philistine with a sling and with a stone, and struck the Philistine and killed him; but there was no sword in David’s hand.
51 ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।
Then David ran, stood over the Philistine, took his sword, drew it out of its sheath, killed him, and cut off his head with it. When the Philistines saw that their champion was dead, they fled.
52 ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍ ପଥରେ ଗାଥ୍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।
The men of Israel and of Judah arose and shouted, and pursued the Philistines as far as Gai and to the gates of Ekron. The wounded of the Philistines fell down by the way to Shaaraim, even to Gath and to Ekron.
53 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।
The children of Israel returned from chasing after the Philistines, and they plundered their camp.
54 ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।
David took the head of the Philistine and brought it to Jerusalem, but he put his armour in his tent.
55 ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍ନରକୁ କହିଲେ; “ଅବ୍ନର, ଏ ଯୁବା କାହାର ପୁଅ?” ଅବ୍ନର କହିଲା, “ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।”
When Saul saw David go out against the Philistine, he said to Abner, the captain of the army, “Abner, whose son is this youth?” Abner said, “As your soul lives, O king, I can’t tell.”
56 ତହିଁରେ ରାଜା କହିଲେ, “ପଚାର, ଏ ଭେଣ୍ଡିଆଟି କାହାର ପୁଅ?”
The king said, “Enquire whose son the young man is!”
57 ଆଉ ଦାଉଦ ପଲେଷ୍ଟୀୟକୁ ବଧ କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍ନର ତାଙ୍କୁ ନେଇ ଶାଉଲଙ୍କ ସମ୍ମୁଖକୁ ଆଣିଲା।
As David returned from the slaughter of the Philistine, Abner took him and brought him before Saul with the head of the Philistine in his hand.
58 ତହୁଁ ଶାଉଲ ତାଙ୍କୁ ପଚାରିଲେ, “ହେ ଯୁବକ, ତୁମ୍ଭେ କାହାର ପୁଅ?” ଦାଉଦ ଉତ୍ତର ଦେଲେ, “ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।”
Saul said to him, “Whose son are you, you young man?” David answered, “I am the son of your servant Jesse the Bethlehemite.”