< ପ୍ରଥମ ଶାମୁୟେଲ 17 >

1 ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।
و فلسطینیان لشکر خود را برای جنگ جمع نموده، در سوکوه که در یهودیه است، جمع شدند، و در میان سوکوه و عزیقه درافس دمیم اردو زدند.۱
2 ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।
و شاول و مردان اسرائیل جمع شده، در دره ایلاه اردو زده، به مقابله فلسطینیان صف آرایی کردند.۲
3 ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି, ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।
و فلسطینیان برکوه از یک طرف ایستادند، و اسرائیلیان بر کوه به طرف دیگر ایستادند، و دره در میان ایشان بود.۳
4 ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।
و از اردوی فلسطینیان مرد مبارزی مسمی به جلیات که از شهر جت بود بیرون آمد، و قدش شش ذراع و یک وجب بود.۴
5 ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।
و بر سر خود، خودبرنجینی داشت و به زره فلسی ملبس بود، و وزن زره‌اش پنج هزار مثقال برنج بود.۵
6 ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।
و بر ساقهایش ساق بندهای برنجین و در میان کتفهایش مزراق برنجین بود.۶
7 ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।
و چوب نیزه‌اش مثل نوردجولاهگان و سرنیزه‌اش ششصد مثقال آهن بود، و سپردارش پیش او می‌رفت.۷
8 ଆଉ ସେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟଶ୍ରେଣୀ ଆଡ଼େ ଡାକି ସେମାନଙ୍କୁ କହିଲା, “ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଅଛ? ମୁଁ କି ସେହି ପଲେଷ୍ଟୀୟ ଲୋକ ନୁହେଁ? ଓ ତୁମ୍ଭେମାନେ କି ଶାଉଲର ଦାସ ନୁହଁ? ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋହର କତିକି ଓହ୍ଲାଇ ଆସୁ।
و او ایستاده، افواج اسرائیل را صدا زد و به ایشان گفت: «چرابیرون آمده، صف آرایی نمودید؟ آیا من فلسطینی نیستم و شما بندگان شاول؟ برای خودشخصی برگزینید تا نزد من درآید.۸
9 ସେ ଯେବେ ମୋʼ ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ।”
اگر او بتواندبا من جنگ کرده، مرا بکشد، ما بندگان شماخواهیم شد، و اگر من بر او غالب آمده، او رابکشم شما بندگان ما شده، ما را بندگی خواهیدنمود.»۹
10 ଆହୁରି ସେ ପଲେଷ୍ଟୀୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।”
و فلسطینی گفت: «من امروز فوجهای اسرائیل را به ننگ می‌آورم، شخصی به من بدهیدتا با هم جنگ نماییم.»۱۰
11 ପୁଣି, ଶାଉଲ ଓ ସମୁଦାୟ ଇସ୍ରାଏଲ ସେହି ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ, ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।
و چون شاول و جمیع اسرائیلیان این سخنان فلسطینی را شنیدندهراسان شده، بسیار بترسیدند.۱۱
12 ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।
و داود پسر آن مرد افراتی بیت لحم یهودابود که یسا نام داشت، و او را هشت پسر بود، و آن مرد در ایام شاول در میان مردمان پیر و سالخورده بود.۱۲
13 ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍‍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍‍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।
و سه پسر بزرگ یسا روانه شده، در عقب شاول به جنگ رفتند و اسم سه پسرش که به جنگ رفته بودند: نخست زاده‌اش الیاب و دومش ابیناداب و سوم شماه بود.۱۳
14 କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ।
و داود کوچکتر بودو آن سه بزرگ در عقب شاول رفته بودند.۱۴
15 ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯାʼଆସ କରୁଥାଆନ୍ତି।
و داود از نزد شاول آمد و رفت می‌کرد تا گوسفندان پدر خود را در بیت لحم بچراند.۱۵
16 ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।
و آن فلسطینی صبح و شام می‌آمد و چهل روز خود راظاهر می‌ساخت.۱۶
17 ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, “ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନିଯାଅ।
و یسا به پسر خود داود گفت: «الان به جهت برادرانت یک ایفه از این غله برشته و این ده قرص نان را بگیر و به اردو نزد برادرانت بشتاب.۱۷
18 ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।
و این ده قطعه پنیر را برای سردار هزاره ایشان ببر و از سلامتی برادرانت بپرس و از ایشان نشانی‌ای بگیر.»۱۸
19 ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।”
و شاول و آنها و جمیع مردان اسرائیل دردره ایلاه بودند و با فلسطینیان جنگ می‌کردند.۱۹
20 ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।
پس داود بامدادان برخاسته، گله را به‌دست چوپان واگذاشت و برداشته، چنانکه یسا او را امرفرموده بود برفت، و به سنگر اردو رسید وقتی که لشکر به میدان بیرون رفته، برای جنگ نعره می‌زدند.۲۰
21 ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।
و اسرائیلیان و فلسطینیان لشکر به مقابل لشکر صف آرایی کردند.۲۱
22 ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ିଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।
و داود اسبابی را که داشت به‌دست نگاهبان اسباب سپرد و به سوی لشکر دویده، آمد و سلامتی برادران خودرا بپرسید.۲۲
23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍‍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ।
و چون با ایشان گفتگو می‌کرد اینک آن مرد مبارز فلسطینی جتی که اسمش جلیات بود از لشکر فلسطینیان برآمده، مثل پیش سخن گفت و داود شنید.۲۳
24 ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।
و جمیع مردان اسرائیل چون آن مرد رادیدند، از حضورش فرار کرده، بسیار ترسیدند.۲۴
25 ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।”
و مردان اسرائیل گفتند: «آیا این مرد را که برمی آید، دیدید؟ یقین برای به ننگ‌آوردن اسرائیل برمی آید و هر‌که او را بکشد، پادشاه اورا از مال فراوان دولتمند سازد، و دختر خود را به او دهد، و خانه پدرش را در اسرائیل آزاد خواهدساخت.»۲۵
26 ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”
و داود کسانی را که نزد او ایستاده بودند خطاب کرده، گفت: «به شخصی که این فلسطینی را بکشد و این ننگ را از اسرائیل برداردچه خواهد شد؟ زیرا که این فلسطینی نامختون کیست که لشکرهای خدای حی را به ننگ‌آورد؟»۲۶
27 ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।
و قوم او را به همین سخنان خطاب کرده، گفتند: «به شخصی که او را بکشد، چنین خواهد شد.»۲۷
28 ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।”
و چون با مردمان سخن می‌گفتند برادربزرگش الیاب شنید و خشم الیاب بر داودافروخته شده، گفت: «برای چه اینجا آمدی و آن گله قلیل را در بیابان نزد که گذاشتی؟ من تکبر وشرارت دل تو را می‌دانم زیرا برای دیدن جنگ آمده‌ای.»۲۸
29 ଏଥିରେ ଦାଉଦ କହିଲେ, “ମୁଁ ଏବେ କଅଣ କଲି? ଏଥିରେ କି କୌଣସି କାରଣ ନାହିଁ?”
داود گفت: «الان چه کردم آیا سببی نیست؟»۲۹
30 ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।
پس از وی به طرف دیگری روگردانیده، به همین طور گفت و مردمان او را مثل پیشتر جواب دادند.۳۰
31 ଦାଉଦଙ୍କର ଏହିସବୁ କଥା ଶୁଣାଯାʼନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।
و چون سخنانی که داود گفت، مسموع شد، شاول را مخبر ساختند و او وی را طلبید.۳۱
32 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।”
و داود به شاول گفت: «دل کسی به‌سبب اونیفتد. بنده ات می‌رود و با این فلسطینی جنگ می‌کند.»۳۲
33 ତହିଁରେ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।”
شاول به داود گفت: «تو نمی توانی به مقابل این فلسطینی بروی تا با وی جنگ نمایی زیرا که تو جوان هستی و او از جوانیش مردجنگی بوده است.»۳۳
34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ,
داود به شاول گفت: «بنده ات گله پدر خود را می‌چراند که شیر وخرسی آمده، بره‌ای از گله ربودند.۳۴
35 ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।
و من آن راتعاقب نموده، کشتم و از دهانش رهانیدم و چون به طرف من بلند شد، ریش او را گرفته، او را زدم وکشتم.۳۵
36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”
بنده ات هم شیر و هم خرس را کشت، واین فلسطینی نامختون مثل یکی از آنها خواهدبود، چونکه لشکرهای خدای حی را به تنگ آورده است.۳۶
37 ଆହୁରି ଦାଉଦ କହିଲେ, “ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ।” ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।”
و داود گفت: خداوند که مرا از چنگ شیر و از چنگ خرس رهانید، مرا از دست این فلسطینی خواهد رهانید.» و شاول به داودگفت: «برو و خداوند با تو باد.»۳۷
38 ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।
و شاول لباس خود را به داود پوشانید وخود برنجینی بر سرش نهاد و زره‌ای به اوپوشانید.۳۸
39 ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, “ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ।” ଏଣୁ ଦାଉଦ ତାହା କାଢ଼ି ରଖିଲେ।
و داود شمشیرش را بر لباس خودبست و می‌خواست که برود زیرا که آنها رانیازموده بود و داود به شاول گفت: «با اینهانمی توانم رفت چونکه نیازموده‌ام.» پس داود آنهارا از بر خود بیرون آورد.۳۹
40 ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।
و چوب دستی خودرا به‌دست گرفته، پنج سنگ مالیده، از نهر سواکرد، و آنها را در کیسه شبانی که داشت، یعنی درانبان خود گذاشت و فلاخنش را به‌دست گرفته، به آن فلسطینی نزدیک شد.۴۰
41 ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।
و آن فلسطینی همی آمد تا به داود نزدیک شد و مردی که سپرش را برمی داشت پیش رویش می‌آمد.۴۱
42 ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।
و فلسطینی نظر افکنده، داودرا دید و او را حقیر شمرد زیرا جوانی خوشرو ونیکومنظر بود.۴۲
43 ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ?” ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।
و فلسطینی به داود گفت: «آیامن سگ هستم که با چوب دستی نزد من می‌آیی؟» و فلسطینی داود را به خدایان خود لعنت کرد.۴۳
44 ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।”
و فلسطینی به داود گفت: «نزد من بیا تا گوشت تو را به مرغان هوا و درندگان صحرا بدهم.»۴۴
45 ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, “ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।
داود به فلسطینی گفت: «تو با شمشیر و نیزه و مزراق نزد من می‌آیی اما من به اسم یهوه صبایوت، خدای لشکرهای اسرائیل که او را به ننگ‌آورده‌ای نزد تو می‌آیم.۴۵
46 ଆଜି ଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।
و خداوند امروزتو را به‌دست من تسلیم خواهد کرد و تو را زده، سر تو را از تنت جدا خواهم کرد، و لاشه های لشکر فلسطینیان را امروز به مرغان هوا و درندگان زمین خواهم داد تا تمامی زمین بدانند که دراسرائیل خدایی هست.۴۶
47 ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।”
و تمامی این جماعت خواهند دانست که خداوند به شمشیر و نیزه خلاصی نمی دهد زیرا که جنگ از آن خداونداست و او شما را به‌دست ما خواهد داد.»۴۷
48 ଏଉତ୍ତାରେ ସେହି ପଲେଷ୍ଟୀୟ ଉଠି ଦାଉଦଙ୍କ ସଙ୍ଗେ ଭେଟିବାକୁ ଆସି ନିକଟବର୍ତ୍ତୀ ହୁଅନ୍ତେ, ଦାଉଦ ଶୀଘ୍ର ସେହି ପଲେଷ୍ଟୀୟ ସହିତ ଭେଟିବାକୁ ସୈନ୍ୟଶ୍ରେଣୀ ଆଡ଼େ ଦୌଡ଼ିଲେ।
و چون فلسطینی برخاسته، پیش آمد و به مقابله داود نزدیک شد، داود شتافته، به مقابله فلسطینی به سوی لشکر دوید.۴۸
49 ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।
و داود دست خود را به کیسه‌اش برد و سنگی از آن گرفته، ازفلاخن انداخت و به پیشانی فلسطینی زد، و سنگ به پیشانی او فرو رفت که بر روی خود بر زمین افتاد.۴۹
50 ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।
پس داود بر فلسطینی با فلاخن و سنگ غالب آمده، فلسطینی را زد و کشت و در دست داود شمشیری نبود.۵۰
51 ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।
و داود دویده، بر آن فلسطینی‌ایستاد، و شمشیر او را گرفته، ازغلافش کشید و او را کشته، سرش را با آن از تنش جدا کرد، و چون فلسطینیان، مبارز خود را کشته دیدند، گریختند.۵۱
52 ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍‍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍‍ ପଥରେ ଗାଥ୍‍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।
و مردان اسرائیل و یهودابرخاستند و نعره زده، فلسطینیان را تا جت و تادروازه های عقرون تعاقب نمودند و مجروحان فلسطینیان به راه شعریم تا به جت و عقرون افتادند.۵۲
53 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।
و بنی‌اسرائیل از تعاقب نمودن فلسطینیان برگشتند و اردوی ایشان را غارت نمودند.۵۳
54 ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।
و داود سر فلسطینی را گرفته، به اورشلیم آورد اما اسلحه او را در خیمه خودگذاشت.۵۴
55 ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; “ଅବ୍‍ନର, ଏ ଯୁବା କାହାର ପୁଅ?” ଅବ୍‍ନର କହିଲା, “ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।”
و چون شاول داود را دید که به مقابله فلسطینی بیرون می‌رود، به‌سردار لشکرش ابنیرگفت: «ای ابنیر، این جوان پسر کیست؟» ابنیر گفت: «ای پادشاه به‌جان تو قسم که نمی دانم.»۵۵
56 ତହିଁରେ ରାଜା କହିଲେ, “ପଚାର, ଏ ଭେଣ୍ଡିଆଟି କାହାର ପୁଅ?”
پادشاه گفت: «بپرس که این جوان پسر کیست.»۵۶
57 ଆଉ ଦାଉଦ ପଲେଷ୍ଟୀୟକୁ ବଧ କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍‍ନର ତାଙ୍କୁ ନେଇ ଶାଉଲଙ୍କ ସମ୍ମୁଖକୁ ଆଣିଲା।
و چون داود از کشتن فلسطینی برگشت، ابنیراو را گرفته، به حضور شاول آورد، و سر آن فلسطینی در دستش بود.۵۷
58 ତହୁଁ ଶାଉଲ ତାଙ୍କୁ ପଚାରିଲେ, “ହେ ଯୁବକ, ତୁମ୍ଭେ କାହାର ପୁଅ?” ଦାଉଦ ଉତ୍ତର ଦେଲେ, “ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।”
و شاول وی را گفت: «ای جوان تو پسر کیستی؟» داود گفت: «پسربنده ات، یسای بیت لحمی، هستم.»۵۸

< ପ୍ରଥମ ଶାମୁୟେଲ 17 >