< ପ୍ରଥମ ଶାମୁୟେଲ 18 >

1 ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।
After David had finished speaking with Saul, the souls of Jonathan and David were knit together, and Jonathan loved him as himself.
2 ପୁଣି, ଶାଉଲ ସେହି ଦିନ ତାଙ୍କୁ ଗ୍ରହଣ କରି ତାଙ୍କର ପିତୃଗୃହକୁ ଆଉ ଯିବାକୁ ଦେଲେ ନାହିଁ।
And from that day Saul kept David with him and did not let him return to his father’s house.
3 ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।
Then Jonathan made a covenant with David because he loved him as himself.
4 ପୁଣି, ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।
And Jonathan removed the robe he was wearing and gave it to David, along with his tunic, his sword, his bow, and his belt.
5 ଆଉ ଶାଉଲ ଦାଉଦଙ୍କୁ ଯେକୌଣସି ସ୍ଥାନକୁ ପଠାନ୍ତି, ସେ ସେଠାକୁ ଯାଇ ବୁଦ୍ଧିରେ କାର୍ଯ୍ୟ କରନ୍ତି, ଏହେତୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ସମସ୍ତ ଲୋକଙ୍କ ଦୃଷ୍ଟିରେ ଓ ଶାଉଲଙ୍କ ଦାସମାନଙ୍କ ଦୃଷ୍ଟିରେ ମଧ୍ୟ ଉତ୍ତମ ଦେଖାଗଲା।
So David marched out and prospered in everything Saul sent him to do, and Saul set him over the men of war. And this was pleasing in the sight of all the people, and of Saul’s officers as well.
6 ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ୱନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ।
As the troops were returning home after David had killed the Philistine, the women came out of all the cities of Israel to meet King Saul with singing and dancing, with joyful songs, and with tambourines and other instruments.
7 ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: “ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।”
And as the women danced, they sang out: “Saul has slain his thousands, and David his tens of thousands.”
8 ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି?”
And Saul was furious and resented this song. “They have ascribed tens of thousands to David,” he said, “but only thousands to me. What more can he have but the kingdom?”
9 ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।
And from that day forward Saul kept a jealous eye on David.
10 ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା।
The next day a spirit of distress sent from God came upon Saul, and he prophesied inside the house while David played the harp as usual. Now Saul was holding a spear,
11 ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, “ମୁଁ ଦାଉଦଙ୍କୁ କାନ୍ଥରେ ଫୋଡ଼ିବି।” ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇ ଥର ଘୁଞ୍ଚିଗଲେ।
and he hurled it, thinking, “I will pin David to the wall.” But David eluded him twice.
12 ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।
So Saul was afraid of David, because the LORD was with David but had departed from Saul.
13 ଏହେତୁ ଶାଉଲ ଆପଣା ନିକଟରୁ ତାଙ୍କୁ ଅନ୍ତର କରି ତାଙ୍କୁ ସହସ୍ର ଉପରେ ଆପଣାର ସେନାପତି କଲେ; ଆଉ ସେ ଲୋକମାନଙ୍କ ସମ୍ମୁଖରେ ଗତାୟାତ କଲେ।
Therefore Saul sent David away and gave him command of a thousand men. David led the troops out to battle and back,
14 ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।
and he continued to prosper in all his ways, because the LORD was with him.
15 ପୁଣି, ଯେତେବେଳେ ଶାଉଲ ତାଙ୍କୁ ଅତି ବୁଦ୍ଧିମାନ ଦେଖିଲେ, ସେ ତାଙ୍କ ବିଷୟରେ ଭୀତ ହେଲେ।
When Saul saw that David was very successful, he was afraid of him.
16 ମାତ୍ର ସମସ୍ତ ଇସ୍ରାଏଲ ଓ ଯିହୁଦା ଦାଉଦଙ୍କୁ ପ୍ରେମ କଲେ; କାରଣ ସେ ସେମାନଙ୍କ ସମ୍ମୁଖରେ ଗତାୟାତ କଲେ।
But all Israel and Judah loved David, because he was leading them out to battle and back.
17 ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, “ମେରବ୍‍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର।” ଶାଉଲ ମନେ କଲେ, “ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।”
Then Saul said to David, “Here is my older daughter Merab. I will give her to you in marriage. Only be valiant for me and fight the LORD’s battles.” But Saul was thinking, “I need not raise my hand against him; let the hand of the Philistines be against him.”
18 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି?”
And David said to Saul, “Who am I, and what is my family or my father’s clan in Israel, that I should become the son-in-law of the king?”
19 ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍‍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା।
So when it was time to give Saul’s daughter Merab to David, she was given in marriage to Adriel of Meholah.
20 ପୁଣି, ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେ କଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା।
Now Saul’s daughter Michal loved David, and when this was reported to Saul, it pleased him.
21 ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ଆଜି ଦ୍ୱିତୀୟ ଥର ମୋର ଜୁଆଁଇ ହେବ।”
“I will give her to David,” Saul thought, “so that she may be a snare to him, and the hand of the Philistines may be against him.” So Saul said to David, “For a second time now you can be my son-in-law.”
22 ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ‘ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।’”
Then Saul ordered his servants, “Speak to David privately and tell him, ‘Behold, the king is pleased with you, and all his servants love you. Now therefore, become his son-in-law.’”
23 ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, “ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।”
But when Saul’s servants relayed these words to David, he replied, “Does it seem trivial in your sight to be the son-in-law of the king? I am a poor man and lightly esteemed.”
24 ଏଥିରେ ଦାଉଦ ଏପରି ଏପରି କହିଲେ ବୋଲି ଶାଉଲଙ୍କ ଦାସମାନେ ତାଙ୍କୁ ଜଣାଇ କହିଲେ।
And the servants told Saul what David had said.
25 ତହିଁରେ ଶାଉଲ କହିଲେ, “ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ‘ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ ଚାହାନ୍ତି।’” ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।
Saul replied, “Say to David, ‘The king desires no other dowry but a hundred Philistine foreskins as revenge on his enemies.’” But Saul intended to cause David’s death at the hands of the Philistines.
26 ପୁଣି, ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା।
When the servants reported these terms to David, he was pleased to become the king’s son-in-law. Before the wedding day arrived,
27 ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ।
David and his men went out and killed two hundred Philistines. He brought their foreskins and presented them as payment in full to become the king’s son-in-law. Then Saul gave his daughter Michal to David in marriage.
28 ଆଉ ସଦାପ୍ରଭୁ ଦାଉଦଙ୍କର ସଙ୍ଗରେ ଅଛନ୍ତି; ଏହା ଶାଉଲ ଦେଖିଲେ ଓ ଜାଣିଲେ; ମଧ୍ୟ ଶାଉଲଙ୍କର କନ୍ୟା ମୀଖଲ ତାଙ୍କୁ ପ୍ରେମ କଲା।
When Saul realized that the LORD was with David and that his daughter Michal loved David,
29 ଏହେତୁ ଶାଉଲ ଦାଉଦଙ୍କର ବିଷୟରେ ଅଧିକ ଭୀତ ହେଲେ; ଆଉ ଶାଉଲ ସର୍ବଦା ଦାଉଦଙ୍କର ଶତ୍ରୁ ହେଲେ।
he grew even more afraid of David. So from then on Saul was David’s enemy.
30 ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି, ସେମାନେ ଯେତେ ଥର ବାହାରିଲେ, ସେତେଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା।
Every time the Philistine commanders came out for battle, David was more successful than all of Saul’s officers, so that his name was highly esteemed.

< ପ୍ରଥମ ଶାମୁୟେଲ 18 >