< ପ୍ରଥମ ଶାମୁୟେଲ 19 >
1 ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।
Y HABLÓ Saúl á Jonathán su hijo, y á todos sus criados, para que matasen á David; mas Jonathán hijo de Saúl amaba á David en gran manera.
2 ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, “ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;
Y dió aviso á David, diciendo: Saúl mi padre procura matarte; por tanto mira ahora por ti hasta la mañana, y estáte en paraje oculto, y escóndete:
3 ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି।”
Y yo saldré y estaré junto á mi padre en el campo donde estuvieres: y hablaré de ti á mi padre, y te haré saber lo que notare.
4 ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, “ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;
Y Jonathán habló bien de David á Saúl su padre, y díjole: No peque el rey contra su siervo David, pues que ninguna cosa ha cometido contra ti: antes sus obras te han sido muy buenas;
5 କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”
Porque él puso su alma en su palma, é hirió al Filisteo, y Jehová hizo una gran salud á todo Israel. Tú lo viste, y te holgaste: ¿por qué pues pecarás contra la sangre inocente, matando á David sin causa?
6 ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, “ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।”
Y oyendo Saúl la voz de Jonathán, juró: Vive Jehová, que no morirá.
7 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।
Llamando entonces Jonathán á David, declaróle todas estas palabras; y él mismo presentó á David á Saúl, y estuvo delante de él como antes.
8 ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।
Y tornó á hacerse guerra: y salió David y peleó contra los Filisteos, é hiriólos con grande estrago, y huyeron delante de él.
9 ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,
Y el espíritu malo de parte de Jehová fué sobre Saúl: y estando sentado en su casa tenía una lanza á mano, mientras David estaba tañendo con su mano.
10 ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।
Y Saúl procuró enclavar á David con la lanza en la pared; mas él se apartó de delante de Saúl, el cual hirió con la lanza en la pared; y David huyó, y escapóse aquella noche.
11 ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, “ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।”
Saúl envió luego mensajeros á casa de David para que lo guardasen, y lo matasen á la mañana. Mas Michâl su mujer lo descubrió á David, diciendo: Si no salvares tu vida esta noche, mañana serás muerto.
12 ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।
Y descolgó Michâl á David por una ventana; y él se fué, y huyó, y escapóse.
13 ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।
Tomó luego Michâl una estatua, y púsola sobre la cama, y acomodóle por cabecera una almohada de pelos de cabra, y cubrióla con una ropa.
14 ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, “ସେ ପୀଡ଼ିତ ଅଛନ୍ତି।”
Y cuando Saúl envió mensajeros que tomasen á David, ella respondió: Está enfermo.
15 ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।”
Y tornó Saúl á enviar mensajeros para que viesen á David, diciendo: Traédmelo en la cama para que lo mate.
16 ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।
Y como los mensajeros entraron, he aquí la estatua estaba en la cama, y una almohada de pelos de cabra por cabecera.
17 ଏଣୁ ଶାଉଲ ମୀଖଲକୁ କହିଲେ, “ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା?” ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, “ସେ ମୋତେ କହିଲେ, ‘ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?’”
Entonces Saúl dijo á Michâl: ¿Por qué me has así engañado, y has dejado escapar á mi enemigo? Y Michâl respondió á Saúl: Porque él me dijo: Déjame ir; si no, yo te mataré.
18 ଏଥିମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହାସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।
Huyó pues David, y escapóse, y vino á Samuel en Rama, y díjole todo lo que Saúl había hecho con él. Y fuéronse él y Samuel, y moraron en Najoth.
19 ଏଉତ୍ତାରେ ଶାଉଲଙ୍କୁ ଜଣାଇ ଦିଆଗଲା, ଦେଖ, ଦାଉଦ ରାମାସ୍ଥିତ ନାୟୋତରେ ଅଛନ୍ତି।
Y fué dado aviso á Saúl, diciendo: He aquí que David está en Najoth en Rama.
20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Y envió Saúl mensajeros que trajesen á David, los cuales vieron una compañía de profetas que profetizaban, y á Samuel que estaba [allí], y los presidía. Y fué el espíritu de Dios sobre los mensajeros de Saúl, y ellos también profetizaron.
21 ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Y hecho que fué saber á Saúl, él envió otros mensajeros, los cuales también profetizaron. Y Saúl volvió á enviar por tercera vez mensajeros, y ellos también profetizaron.
22 ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଏଥିରେ ଜଣେ କହିଲା, “ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”
Entonces él mismo vino á Rama; y llegando al pozo grande que está en Sochô, preguntó diciendo: ¿Dónde están Samuel y David? Y fuéle respondido: He aquí están en Najoth en Rama.
23 ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Y fué allá á Najoth en Rama; y también vino sobre él el espíritu de Dios, é iba profetizando, hasta que llegó á Najoth en Rama.
24 ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?”
Y él también se desnudó sus vestidos, y profetizó igualmente delante de Samuel, y cayó desnudo todo aquel día y toda aquella noche. De aquí se dijo: ¿También Saúl entre los profetas?