< ପ୍ରଥମ ଶାମୁୟେଲ 19 >
1 ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।
Sauli akamwambia Yonathani mwanawe na watumishi wake wote kwamba wanapaswa kumuua Daudi. Lakini Yonathani, mwana wa Sauli, alitamani sana akae na Daudi.
2 ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, “ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;
Hivyo Yonathani akamwambia Daudi, “Baba yangu Sauli anatafuta kukuua. Kwa hiyo uwe macho wakati wa asubuhi na jifiche mahali pa siri.
3 ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି।”
Nami nitatoka nje na kusimama kando ya baba yangu huko shambani uliko wewe, na nitazungumza na baba yangu kuhusu wewe. Kama nikijua jambo lolote nitakuambia.”
4 ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, “ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;
Yonathani alimsifia Daudi mbele ya Sauli baba yake akisema, “Mfalme asije akafanya dhambi dhidi ya mtumishi wake Daudi. Maana yeye hajakutenda dhambi, mambo aliyofanya yamekusaidia sana.
5 କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”
Maana alijitoa maisha yake na kumuua yule Mfilisti, naye BWANA akawaletea Waisraeli wote wokovu mkuu. Tena uliuona na kufurahi. Kwa nini utende dhambi juu damu isiyo na hatia kwa kumuua Daudi bila sababu?”
6 ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, “ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।”
Sauli alimsikiliza Yonathani. Sauli akaapa, “Kama BWANA aishivyo, Yonathani hatauawa.”
7 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।
Ndipo Yonathani akamwita Daudi na kumwambia mambo hayo yote. Na Yonathani akamleta Daudi kwa Sauli, naye Daudi akawa mbele zake kama zamani.
8 ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।
Baadaye kukawa na vita tena. Daudi akatoka na kupigana na Wafilisti na kuwashinda kwa mauaji makubwa mno. Nao wakakimbia mbele yake.
9 ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,
Yule roho wa ubaya kutoka kwa BWANA ikamjia Sauli alipokuwa ameketi nyumbani mwake na mkuki mkononi mwake, na Daudi akiwa anapiga chombo chake.
10 ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।
Sauli alijaribu kumpigilia Daudi ukutani kwa mkuki wake, lakini akaponyoka kutoka machoni pake, na kwamba Sauli akashindilia mkuki ndani ya ukuta. Daudi alikimbia na kutoroka usiku huo.
11 ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, “ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।”
Bado Sauli aliwatuma wajumbe nyumbani kwa Daudi wamvizie kusudi aweze kumuua asubuhi. Mkewe Daudi, Mikali, akamwambia, “Usipoyaokoa maisha yako usiku huu, kesho utauwawa.”
12 ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।
Hivyo Mikali akamteremsha Daudi kupita dirishani. Naye akaenda, akakimbia na kutoroka.
13 ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।
Mikali alichukua kinyago na kukilaza juu ya kitanda. Kisha akaweka mto wa singa za mbuzi kichwani pake, na akakifunika na nguo.
14 ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, “ସେ ପୀଡ଼ିତ ଅଛନ୍ତି।”
Sauli alipowatuma wajumbe kumchukua Daudi, mkewe akasema, “Daudi ni mgonjwa.”
15 ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।”
Kisha Sauli akawatuma wajumbe kumtazama; akisema, “Mleteni kwangu akiwa kitandani, ili nimuue.”
16 ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।
Wale wajumbe walipoingia ndani, tazama, kile kinyago kilikuwa kitandani pamoja na mto wa singa za mbuzi kichwani.
17 ଏଣୁ ଶାଉଲ ମୀଖଲକୁ କହିଲେ, “ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା?” ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, “ସେ ମୋତେ କହିଲେ, ‘ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?’”
Sauli akamuuliza Mikali, “Kwa nini umenidanganya na kumwachilia adui yangu aende, na tena ametoroka?” Mikali akamjibu Sauli, “Aliniambia, 'Acha niende. Kwa nini nikuuwe?”'
18 ଏଥିମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହାସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।
Basi Daudi akakimbia na kutoroka, na akaenda kwa Samweli huko Rama na kumweleza yote ambayo Sauli amemtendea. Ndipo yeye na Samweli wakaenda na kukaa Nayothi.
19 ଏଉତ୍ତାରେ ଶାଉଲଙ୍କୁ ଜଣାଇ ଦିଆଗଲା, ଦେଖ, ଦାଉଦ ରାମାସ୍ଥିତ ନାୟୋତରେ ଅଛନ୍ତି।
Naye Sauli akaambiwa kwamba, “Tazama, Daudi yuko huko Nayothi iliyoko Rama.”
20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Kisha Sauli akawatuma wajumbe kumkamata Daudi. Nao walipowaona kundi la manabii wakitabiri, na Samweli akisimama kama kiongozi wao, Roho wa Mungu akawaingia wale wajumbe wa Sauli, nao pia wakatabiri.
21 ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Sauli alipoambiwa hivyo, akawatuma wajumbe wengine, nao pia wakatabiri. Basi Sauli aliwatuma tena wajumbe kwa mara ya tatu, na hao pia wakatabiri.
22 ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଏଥିରେ ଜଣେ କହିଲା, “ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”
Kisha naye akaenda Rama na kufika katika kisima kirefu kilichoko huko Seku. Akauliza, “Samweli na Daudi wako wapi?” Mtu mmoja akasema, “Angalia, Wako Nayothi huko Rama.”
23 ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Hivyo Sauli akaenda Nayothi huko Rama. Ndipo Roho wa Mungu pia akaja juu yake, naye alipokuwa akienda alitabiri, hadi alipofika Nayothi huko Rama.
24 ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?”
Na yeye pia, alirarua mavazi yake, naye pia akatabiri mbele ya Samweli siku hiyo akilala uchi mchana kutwa na usiku kucha. Kwa sababu ya jambo hili, watu husema, “Je, Sauli pia ni miongoni mwa manabii?”