< ପ୍ରଥମ ଶାମୁୟେଲ 2 >

1 ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; “ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହା ଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।
וַתִּתְפַּלֵּל חַנָּה וַתֹּאמַר עָלַץ לִבִּי בַּֽיהוָה רָמָה קַרְנִי בַּֽיהוָה רָחַב פִּי עַל־אוֹיְבַי כִּי שָׂמַחְתִּי בִּישׁוּעָתֶֽךָ׃
2 ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।
אֵין־קָדוֹשׁ כַּיהוָה כִּי אֵין בִּלְתֶּךָ וְאֵין צוּר כֵּאלֹהֵֽינוּ׃
3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।
אַל־תַּרְבּוּ תְדַבְּרוּ גְּבֹהָה גְבֹהָה יֵצֵא עָתָק מִפִּיכֶם כִּי אֵל דֵּעוֹת יְהוָה ולא וְלוֹ נִתְכְּנוּ עֲלִלֽוֹת׃
4 ବୀରମାନଙ୍କର ଧନୁ ଭଙ୍ଗା ଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି।
קֶשֶׁת גִּבֹּרִים חַתִּים וְנִכְשָׁלִים אָזְרוּ חָֽיִל׃
5 ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି।
שְׂבֵעִים בַּלֶּחֶם נִשְׂכָּרוּ וּרְעֵבִים חָדֵלּוּ עַד־עֲקָרָה יָלְדָה שִׁבְעָה וְרַבַּת בָּנִים אֻמְלָֽלָה׃
6 ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି। (Sheol h7585)
יְהוָה מֵמִית וּמְחַיֶּה מוֹרִיד שְׁאוֹל וַיָּֽעַל׃ (Sheol h7585)
7 ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
יְהוָה מוֹרִישׁ וּמַעֲשִׁיר מַשְׁפִּיל אַף־מְרוֹמֵֽם׃
8 ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।
מֵקִים מֵעָפָר דָּל מֵֽאַשְׁפֹּת יָרִים אֶבְיוֹן לְהוֹשִׁיב עִם־נְדִיבִים וְכִסֵּא כָבוֹד יַנְחִלֵם כִּי לַֽיהוָה מְצֻקֵי אֶרֶץ וַיָּשֶׁת עֲלֵיהֶם תֵּבֵֽל׃
9 ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।
רַגְלֵי חסידו חֲסִידָיו יִשְׁמֹר וּרְשָׁעִים בַּחֹשֶׁךְ יִדָּמּוּ כִּֽי־לֹא בְכֹחַ יִגְבַּר־אִֽישׁ׃
10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।”
יְהוָה יֵחַתּוּ מריבו מְרִיבָיו עלו עָלָיו בַּשָּׁמַיִם יַרְעֵם יְהוָה יָדִין אַפְסֵי־אָרֶץ וְיִתֶּן־עֹז לְמַלְכּוֹ וְיָרֵם קֶרֶן מְשִׁיחֽוֹ׃
11 ଏଉତ୍ତାରେ ଇଲ୍‍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା।
וַיֵּלֶךְ אֶלְקָנָה הָרָמָתָה עַל־בֵּיתוֹ וְהַנַּעַר הָיָה מְשָׁרֵת אֶת־יְהוָה אֶת־פְּנֵי עֵלִי הַכֹּהֵֽן׃
12 ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।
וּבְנֵי עֵלִי בְּנֵי בְלִיָּעַל לֹא יָדְעוּ אֶת־יְהוָֽה׃
13 ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ;
וּמִשְׁפַּט הַכֹּהֲנִים אֶת־הָעָם כָּל־אִישׁ זֹבֵחַ זֶבַח וּבָא נַעַר הַכֹּהֵן כְּבַשֵּׁל הַבָּשָׂר וְהַמַּזְלֵג שְׁלֹשׁ־הַשִּׁנַּיִם בְּיָדֽוֹ׃
14 ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ।
וְהִכָּה בַכִּיּוֹר אוֹ בַדּוּד אוֹ בַקַּלַּחַת אוֹ בַפָּרוּר כֹּל אֲשֶׁר יַעֲלֶה הַמַּזְלֵג יִקַּח הַכֹּהֵן בּוֹ כָּכָה יַעֲשׂוּ לְכָל־יִשְׂרָאֵל הַבָּאִים שָׁם בְּשִׁלֹֽה׃
15 ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, “ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ।”
גַּם בְּטֶרֶם יַקְטִרוּן אֶת־הַחֵלֶב וּבָא ׀ נַעַר הַכֹּהֵן וְאָמַר לָאִישׁ הַזֹּבֵחַ תְּנָה בָשָׂר לִצְלוֹת לַכֹּהֵן וְלֹֽא־יִקַּח מִמְּךָ בָּשָׂר מְבֻשָּׁל כִּי אִם־חָֽי׃
16 ଏଥିରେ ଯେବେ ସେ ଲୋକ ତାହାକୁ କହେ, “ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ;” ତେବେ ସେ ଉତ୍ତର କରେ, “ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି।”
וַיֹּאמֶר אֵלָיו הָאִישׁ קַטֵּר יַקְטִירוּן כַּיּוֹם הַחֵלֶב וְקַח־לְךָ כַּאֲשֶׁר תְּאַוֶּה נַפְשֶׁךָ וְאָמַר ׀ לו לֹא כִּי עַתָּה תִתֵּן וְאִם־לֹא לָקַחְתִּי בְחָזְקָֽה׃
17 ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।
וַתְּהִי חַטַּאת הַנְּעָרִים גְּדוֹלָה מְאֹד אֶת־פְּנֵי יְהוָה כִּי נִֽאֲצוּ הָֽאֲנָשִׁים אֵת מִנְחַת יְהוָֽה׃
18 ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।
וּשְׁמוּאֵל מְשָׁרֵת אֶת־פְּנֵי יְהוָה נַעַר חָגוּר אֵפוֹד בָּֽד׃
19 ଆହୁରି ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ତାଙ୍କ ପାଇଁ ଗୋଟିଏ ସାନ ଚୋଗା ବନାଇ ତାଙ୍କ କତିକି ଆଣିଥାଏ।
וּמְעִיל קָטֹן תַּעֲשֶׂה־לּוֹ אִמּוֹ וְהַעַלְתָה לוֹ מִיָּמִים ׀ יָמִימָה בַּֽעֲלוֹתָהּ אֶת־אִישָׁהּ לִזְבֹּחַ אֶת־זֶבַח הַיָּמִֽים׃
20 ପୁଣି, ଏଲି ଇଲ୍‍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, “ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ।”
וּבֵרַךְ עֵלִי אֶת־אֶלְקָנָה וְאֶת־אִשְׁתּוֹ וְאָמַר יָשֵׂם יְהוָה לְךָ זֶרַע מִן־הָאִשָּׁה הַזֹּאת תַּחַת הַשְּׁאֵלָה אֲשֶׁר שָׁאַל לַֽיהוָה וְהָלְכוּ לִמְקֹמֽוֹ׃
21 ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥିମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।
כִּֽי־פָקַד יְהוָה אֶת־חַנָּה וַתַּהַר וַתֵּלֶד שְׁלֹשָֽׁה־בָנִים וּשְׁתֵּי בָנוֹת וַיִּגְדַּל הַנַּעַר שְׁמוּאֵל עִם־יְהוָֽה׃
22 ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।
וְעֵלִי זָקֵן מְאֹד וְשָׁמַע אֵת כָּל־אֲשֶׁר יַעֲשׂוּן בָּנָיו לְכָל־יִשְׂרָאֵל וְאֵת אֲשֶֽׁר־יִשְׁכְּבוּן אֶת־הַנָּשִׁים הַצֹּבְאוֹת פֶּתַח אֹהֶל מוֹעֵֽד׃
23 ତହୁଁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏପରି କଥା କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣୁଅଛି।
וַיֹּאמֶר לָהֶם לָמָּה תַעֲשׂוּן כַּדְּבָרִים הָאֵלֶּה אֲשֶׁר אָנֹכִי שֹׁמֵעַ אֶת־דִּבְרֵיכֶם רָעִים מֵאֵת כָּל־הָעָם אֵֽלֶּה׃
24 ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଙ୍ଘନ କରାଉଅଛ।
אַל בָּנָי כִּי לֽוֹא־טוֹבָה הַשְּׁמֻעָה אֲשֶׁר אָנֹכִי שֹׁמֵעַ מַעֲבִרִים עַם־יְהוָֽה׃
25 ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ?” ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।
אִם־יֶחֱטָא אִישׁ לְאִישׁ וּפִֽלְלוֹ אֱלֹהִים וְאִם לַֽיהוָה יֽ͏ֶחֱטָא־אִישׁ מִי יִתְפַּלֶּל־לוֹ וְלֹא יִשְׁמְעוּ לְקוֹל אֲבִיהֶם כִּֽי־חָפֵץ יְהוָה לַהֲמִיתָֽם׃
26 ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।
וְהַנַּעַר שְׁמוּאֵל הֹלֵךְ וְגָדֵל וָטוֹב גַּם עִם־יְהוָה וְגַם עִם־אֲנָשִֽׁים׃
27 ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ
וַיָּבֹא אִישׁ־אֱלֹהִים אֶל־עֵלִי וַיֹּאמֶר אֵלָיו כֹּה אָמַר יְהוָה הֲנִגְלֹה נִגְלֵיתִי אֶל־בֵּית אָבִיךָ בִּֽהְיוֹתָם בְּמִצְרַיִם לְבֵית פַּרְעֹֽה׃
28 ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?
וּבָחֹר אֹתוֹ מִכָּל־שִׁבְטֵי יִשְׂרָאֵל לִי לְכֹהֵן לַעֲלוֹת עַֽל־מִזְבְּחִי לְהַקְטִיר קְטֹרֶת לָשֵׂאת אֵפוֹד לְפָנָי וָֽאֶתְּנָה לְבֵית אָבִיךָ אֶת־כָּל־אִשֵּׁי בְּנֵי יִשְׂרָאֵֽל׃
29 ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ?’
לָמָּה תִבְעֲטוּ בְּזִבְחִי וּבְמִנְחָתִי אֲשֶׁר צִוִּיתִי מָעוֹן וַתְּכַבֵּד אֶת־בָּנֶיךָ מִמֶּנִּי לְהַבְרִֽיאֲכֶם מֵרֵאשִׁית כָּל־מִנְחַת יִשְׂרָאֵל לְעַמִּֽי׃
30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।
לָכֵן נְאֻם־יְהוָה אֱלֹהֵי יִשְׂרָאֵל אָמוֹר אָמַרְתִּי בֵּֽיתְךָ וּבֵית אָבִיךָ יִתְהַלְּכוּ לְפָנַי עַד־עוֹלָם וְעַתָּה נְאֻם־יְהוָה חָלִילָה לִּי כִּֽי־מְכַבְּדַי אֲכַבֵּד וּבֹזַי יֵקָֽלּוּ׃
31 ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।
הִנֵּה יָמִים בָּאִים וְגָֽדַעְתִּי אֶת־זְרֹעֲךָ וְאֶת־זְרֹעַ בֵּית אָבִיךָ מִֽהְיוֹת זָקֵן בְּבֵיתֶֽךָ׃
32 ପୁଣି, ପରମେଶ୍ୱର ଇସ୍ରାଏଲକୁ ଯେ ଯେ ମଙ୍ଗଳ ପ୍ରଦାନ କରିବେ, ସେସବୁ ମଧ୍ୟରେ ତୁମ୍ଭେ ଆମ୍ଭ ଆବାସରେ ବିପତ୍ତି ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବ ନାହିଁ।
וְהִבַּטְתָּ צַר מָעוֹן בְּכֹל אֲשֶׁר־יֵיטִיב אֶת־יִשְׂרָאֵל וְלֹֽא־יִהְיֶה זָקֵן בְּבֵיתְךָ כָּל־הַיָּמִֽים׃
33 ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।
וְאִישׁ לֹֽא־אַכְרִית לְךָ מֵעִם מִזְבְּחִי לְכַלּוֹת אֶת־עֵינֶיךָ וְלַאֲדִיב אֶת־נַפְשֶׁךָ וְכָל־מַרְבִּית בֵּיתְךָ יָמוּתוּ אֲנָשִֽׁים׃
34 ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।
וְזֶה־לְּךָ הָאוֹת אֲשֶׁר יָבֹא אֶל־שְׁנֵי בָנֶיךָ אֶל־חָפְנִי וּפִֽינְחָס בְּיוֹם אֶחָד יָמוּתוּ שְׁנֵיהֶֽם׃
35 ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି, ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ।
וַהֲקִימֹתִי לִי כֹּהֵן נֶאֱמָן כַּאֲשֶׁר בִּלְבָבִי וּבְנַפְשִׁי יַעֲשֶׂה וּבָנִיתִי לוֹ בַּיִת נֶאֱמָן וְהִתְהַלֵּךְ לִפְנֵֽי־מְשִׁיחִי כָּל־הַיָּמִֽים׃
36 ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ।’”
וְהָיָה כָּל־הַנּוֹתָר בְּבֵיתְךָ יָבוֹא לְהִשְׁתַּחֲוֺת לוֹ לַאֲגוֹרַת כֶּסֶף וְכִכַּר־לָחֶם וְאָמַר סְפָחֵנִי נָא אֶל־אַחַת הַכְּהֻנּוֹת לֶאֱכֹל פַּת־לָֽחֶם׃

< ପ୍ରଥମ ଶାମୁୟେଲ 2 >