< ପ୍ରଥମ ଶାମୁୟେଲ 21 >

1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍‍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍‍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?”
Dawuda ya tafi Nob a wurin Ahimelek firist. Da Ahimelek ya gan shi sai ya firgita ya ce, “Me ya sa kai kaɗai ne? Me ya sa ba wani tare da kai?”
2 ଏଥିରେ ଦାଉଦ ଅହୀମେଲକ୍‍ ଯାଜକକୁ କହିଲେ, “ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ‘ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ;’ ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି।
Dawuda ya ce wa Ahimelek firist, “Na zo aikin sarki ne, ya kuwa ce kada in sanar wa kowa abin da ya sa in yi. Na faɗa wa mutanena inda za su same ni.
3 ଏବେ ତୁମ୍ଭ ହସ୍ତରେ କଅଣ ଅଛି? ପାଞ୍ଚୋଟି ରୁଟି, ଅବା ଯାହା କିଛି ଅଛି, ତାହା ମୋʼ ହସ୍ତରେ ଦିଅ।”
Yanzu, me kake da shi a hannu? Ka ba ni burodi guda biyar, ko wani abu da kake da shi a nan.”
4 ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, “ମୋʼ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।”
Amma firist ya ce wa Dawuda, “Ba ni da burodi iri na kowa da kowa, sai dai akwai burodin da aka tsarkake. Za ka iya ɗauka ku ci idan mutanenka ba su kwana da mata ba.”
5 ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, “ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?”
Dawuda ya ce, “Lalle ne a keɓe muke daga mata. Mutanena sukan keɓe kansu a koyaushe suka tashi’yar tafiya, balle fa a yau!”
6 ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।
Don haka firist ya ba shi keɓaɓɓen burodi, tun da yake babu wani burodi a can sai dai burodin Kasancewa da aka cire daga gaban Ubangiji, aka sa burodi mai zafi a maimakon wanda aka cire a ranar.
7 ସେହି ଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍‍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
A ranar kuwa, ɗaya daga cikin bayin Shawulu yana can, a tsare a gaban Ubangiji, sunansa Doyeg, mutumin Edom, shugaban makiyayan Shawulu.
8 ପୁଣି, ଦାଉଦ ଅହୀମେଲକ୍‍କୁ କହିଲେ, “ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ୍ଗ ନାହିଁ? କାରଣ ମୁଁ ଆପଣା ଖଡ୍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା।”
Dawuda ya ce wa Ahimelek, “Ba ka da māshi ko takobi a nan? Ban kawo māshina ko wani makami ba gama saƙon sarki ya zo mini da gaggawa.”
9 ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”
Sai firist ya ce, “Takobin Goliyat Bafilistin nan wanda ka kashe a Kwarin Ela yana nan. An naɗe shi da ƙyallen aka ajiye a bayan Efod, in kana so, sai ka ɗauka. Ba wani takobi kuma sai wancan.” Dawuda ya ce, “Ba ni shi, ai, ba wani kamar sa.”
10 ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହି ଦିନ ପଳାଇ ଗାଥ୍‍ର ରାଜା ଆଖୀଶ୍‍ ନିକଟକୁ ଗଲେ।
A ranar, Dawuda ya gudu daga wajen Shawulu ya tafi wuri Akish sarkin Gat.
11 ତହିଁରେ ଆଖୀଶ୍‍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”
Amma bayin Akish suka ce masa, “Wannan ba shi ne Dawuda sarkin ƙasar ba? Ashe, ba shi ne aka yi ta yin waƙoƙi a kansa, ana raye-raye, ana cewa, “Shawulu ya kashe dubbai, Dawuda kuwa ya kashe dubun dubbai?”
12 ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି, ଗାଥ୍‍ର ରାଜା ଆଖୀଶ୍‍କୁ ବଡ଼ ଭୟ କଲେ।
Dawuda ya riƙe waɗannan kalmomi a zuciyarsa, ya kuma ji tsoron Akish sarkin Gat sosai.
13 ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।
Don haka sai ya yi kamar ya taɓu a gabansu. A duk lokacin da yake tare da su, sai yă yi kamar ya haukace. Ya yi ta zāne-zāne a ƙofofi, ya bar miyau yana ta bin gemunsa.
14 ତହିଁରେ ଆଖୀଶ୍‍ ଆପଣା ଦାସମାନଙ୍କୁ କହିଲା, “ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ?
Akish ya ce wa bayinsa, “Duba, wannan mutum yana hauka. Me ya sa kuka kawo shi a wurina?
15 ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?”
Na rasa masu hauka ne da za ku kawo mini wannan mutum yă yi ta hauka a gabana? Dole ne wannan mutum yă shiga gidana?”

< ପ୍ରଥମ ଶାମୁୟେଲ 21 >