< ପ୍ରଥମ ଶାମୁୟେଲ 21 >

1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍‍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍‍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?”
И пришел Давид в Номву к Ахимелеху священнику, и смутился Ахимелех при встрече с Давидом и сказал ему: почему ты один, и никого нет с тобою?
2 ଏଥିରେ ଦାଉଦ ଅହୀମେଲକ୍‍ ଯାଜକକୁ କହିଲେ, “ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ‘ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ;’ ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି।
И сказал Давид Ахимелеху священнику: царь поручил мне дело и сказал мне: “пусть никто не знает, за чем я послал тебя и что поручил тебе”; поэтому людей я оставил на известном месте;
3 ଏବେ ତୁମ୍ଭ ହସ୍ତରେ କଅଣ ଅଛି? ପାଞ୍ଚୋଟି ରୁଟି, ଅବା ଯାହା କିଛି ଅଛି, ତାହା ମୋʼ ହସ୍ତରେ ଦିଅ।”
итак, что есть у тебя под рукою, дай мне, хлебов пять, или что найдется.
4 ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, “ମୋʼ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।”
И отвечал священник Давиду, говоря: нет у меня под рукою простого хлеба, а есть хлеб священный; если только люди твои воздержались от женщин, пусть съедят.
5 ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, “ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?”
И отвечал Давид священнику и сказал ему: женщин при нас не было ни вчера, ни третьего дня, со времени, как я вышел, и сосуды отроков чисты, а если дорога нечиста, то хлеб останется чистым в сосудах.
6 ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।
И дал ему священник священного хлеба; ибо не было у него хлеба, кроме хлебов предложения, которые взяты были от лица Господа, чтобы по снятии их положить теплые хлебы.
7 ସେହି ଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍‍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
Там находился в тот день пред Господом один из слуг Сауловых, по имени Доик, Идумеянин, начальник пастухов Сауловых.
8 ପୁଣି, ଦାଉଦ ଅହୀମେଲକ୍‍କୁ କହିଲେ, “ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ୍ଗ ନାହିଁ? କାରଣ ମୁଁ ଆପଣା ଖଡ୍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା।”
И сказал Давид Ахимелеху: нет ли здесь у тебя под рукою копья или меча? ибо я не взял с собою ни меча, ни другого оружия, так как поручение царя было спешное.
9 ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”
И сказал священник: вот меч Голиафа Филистимлянина, которого ты поразил в долине дуба, завернутый в одежду, позади ефода; если хочешь, возьми его; другого кроме этого нет здесь. И сказал Давид: нет ему подобного, дай мне его.
10 ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହି ଦିନ ପଳାଇ ଗାଥ୍‍ର ରାଜା ଆଖୀଶ୍‍ ନିକଟକୁ ଗଲେ।
И встал Давид, и убежал в тот же день от Саула, и пришел к Анхусу, царю Гефскому.
11 ତହିଁରେ ଆଖୀଶ୍‍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”
И сказали Анхусу слуги его: не это ли Давид, царь той страны? не ему ли пели в хороводах и говорили: “Саул поразил тысячи, а Давид десятки тысяч”?
12 ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି, ଗାଥ୍‍ର ରାଜା ଆଖୀଶ୍‍କୁ ବଡ଼ ଭୟ କଲେ।
Давид положил слова эти в сердце своем и сильно боялся Анхуса, царя Гефского.
13 ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।
И изменил лице свое пред ними, и притворился безумным в их глазах, и чертил на дверях, и пускал слюну по бороде своей.
14 ତହିଁରେ ଆଖୀଶ୍‍ ଆପଣା ଦାସମାନଙ୍କୁ କହିଲା, “ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ?
И сказал Анхус рабам своим: видите, он человек сумасшедший; для чего вы привели его ко мне?
15 ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?”
разве мало у меня сумасшедших, что вы привели его, чтобы он юродствовал предо мною? неужели он войдет в дом мой?

< ପ୍ରଥମ ଶାମୁୟେଲ 21 >