< ପ୍ରଥମ ଶାମୁୟେଲ 21 >
1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?”
David fue a la ciudad de Nob para ver al sacerdote Ahimelec. Cuando se encontró con David, Ahimelec temblaba de miedo, y le preguntó: “¿Por qué estás aquí solo? ¿Por qué no hay nadie contigo?”.
2 ଏଥିରେ ଦାଉଦ ଅହୀମେଲକ୍ ଯାଜକକୁ କହିଲେ, “ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ‘ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ;’ ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି।
“El rey me ha dado un encargo”, respondió David. “Me dijo: ‘Nadie debe saber nada de la misión que te he enviado a cumplir’. En cuanto a mis hombres, les he dicho dónde encontrarme.
3 ଏବେ ତୁମ୍ଭ ହସ୍ତରେ କଅଣ ଅଛି? ପାଞ୍ଚୋଟି ରୁଟି, ଅବା ଯାହା କିଛି ଅଛି, ତାହା ମୋʼ ହସ୍ତରେ ଦିଅ।”
¿Qué tienes a la mano para comer? Dame cinco panes, o lo que puedas encontrar”.
4 ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, “ମୋʼ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।”
“No hay pan ordinario”, le dijo el sacerdote a David, “pero hay pan sagrado, siempre que tus hombres no se hayan acostado con ninguna mujer últimamente”.
5 ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, “ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?”
“No nos hemos acostado con ninguna mujer”, respondió David. “De hecho, esa es la norma cuando dirijo las tropas en misión. Se mantienen puros incluso durante las misiones ordinarias, y con mayor razón en este momento”.
6 ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।
Entonces el sacerdote le dio el pan sagrado, ya que allí no tenían otro pan que el “Pan de la Presencia”, que había sido retirado de la presencia del Señor ese día y lo sustituyeron por pan fresco.
7 ସେହି ଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
Uno de los siervos de Saúl estaba allí ese día, tratando de enmendarse con el Señor. Era Doeg el edomita, el pastor principal de Saúl.
8 ପୁଣି, ଦାଉଦ ଅହୀମେଲକ୍କୁ କହିଲେ, “ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ୍ଗ ନାହିଁ? କାରଣ ମୁଁ ଆପଣା ଖଡ୍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା।”
“¿Tienes aquí una lanza o una espada?” le preguntó David a Ahimelec. “No traje mi espada ni ninguna de mis armas, porque lo que el rey necesitaba que hiciera era urgente”.
9 ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”
Entonces el sacerdote respondió: “Tengo aquí la espada de Goliat, el filisteo que mataste en el Valle de Ela. Está envuelta en un paño detrás del efod. Puedes cogerla si quieres. Es el único que hay aquí”. “¡Es mejor que cualquier otra espada! Por favor, dámela”, respondió David.
10 ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହି ଦିନ ପଳାଇ ଗାଥ୍ର ରାଜା ଆଖୀଶ୍ ନିକଟକୁ ଗଲେ।
Ese día David huyó de Saúl y se dirigió a Aquis, rey de Gat.
11 ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”
Pero los oficiales de Aquis preguntaron al rey: “¿No es éste David, el rey de ese país? ¿No cantaban sobre él en sus danzas: ‘Saúl ha matado a sus miles, y David a sus decenas de miles’”?
12 ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି, ଗାଥ୍ର ରାଜା ଆଖୀଶ୍କୁ ବଡ଼ ଭୟ କଲେ।
David escuchó atentamente lo que decían y esto le hizo temer mucho a Aquis, el rey de Gat.
13 ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।
Así que cambió su forma de actuar con ellos y se hizo el loco. Hizo marcas en las puertas de la ciudad y dejó que su saliva corriera por su barba.
14 ତହିଁରେ ଆଖୀଶ୍ ଆପଣା ଦାସମାନଙ୍କୁ କହିଲା, “ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ?
Aquis les dijo a sus oficiales: “¡Como ven, ese hombre está completamente loco! ¿Por qué me lo han traído?
15 ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?”
¿Acaso necesito más locos para que me traigan a este hombre y que se vuelva loco delante de mí? ¿Creen que voy a dejar que entre en mi casa?”