< ପ୍ରଥମ ଶାମୁୟେଲ 22 >
1 ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।
Då begav sig David därifrån och flydde undan till Adullams grotta. Och när hans bröder och hela hans faders hus fingo höra detta, kommo de ditned till honom.
2 ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ।
Och till honom församlade sig alla slags män som voro i något trångmål, alla som ansattes av fordringsägare och alla missnöjda, och han blev deras hövding; vid pass fyra hundra man slöto sig så till honom.
3 ଏଥିଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପେକୁ ଗଲେ; ପୁଣି, ସେ ମୋୟାବର ରାଜାକୁ କହିଲେ, “ମୁଁ ବିନୟ କରୁଅଛି, ପରମେଶ୍ୱର ମୋʼ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ।”
Därifrån begav sig David till Mispe i Moab. Och han sade till konungen i Moab: »Låt min fader och min moder få komma hitöver och vara hos eder till dess jag får veta vad Gud vill göra med mig.»
4 ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ।
Och han förde dem fram inför konungen i Moab; och de fingo stanna hos denne, så länge David var på borgen.
5 ଏଥିମଧ୍ୟରେ ଭବିଷ୍ୟଦ୍ବକ୍ତା ଗାଦ୍ ଦାଉଦଙ୍କୁ କହିଲା, “ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ।” ତେବେ ଦାଉଦ ପ୍ରସ୍ଥାନ କରି ହେରତ୍ ବଣରେ ଉପସ୍ଥିତ ହେଲେ।
Men profeten Gad sade till David: »Du skall icke stanna här på borgen; drag bort härifrån och begiv dig in i Juda land.» Då drog David bort därifrån och kom till Heretskogen.
6 ଏଥିଉତ୍ତାରେ ଶାଉଲ ଶୁଣିଲେ ଯେ, ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କର ସନ୍ଧାନ ମିଳିଅଛି; ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବୀୟାସ୍ଥିତ ରାମାରେ ଝାଉଁଗଛ ତଳେ ବସିଥିଲେ ଓ ତାଙ୍କର ଚାରିଆଡ଼େ ତାଙ୍କର ଦାସ ସମସ୍ତେ ଠିଆ ହୋଇଥିଲେ।
Och Saul fick höra att man hade fått spaning på David och de män som voro med honom. Då nu Saul en dag satt i Gibea under tamarisken på höjden, med sitt spjut i handen, under det att alla hans tjänare stodo omkring honom,
7 ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କʼଣ ତୁମ୍ଭମାନଙ୍କ ପ୍ରତି ଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କʼଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,
sade han till sina tjänare, där de stodo omkring honom: »Hören, I benjaminiter. Skall då också Isais son åt eder alla giva åkrar och vingårdar och göra eder alla till över- och underhövitsmän?
8 ଏଥିପାଇଁ କʼଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋʼ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ?”
Ty I haven ju alla sammansvurit eder mot mig, och ingen har uppenbarat för mig att min son har slutit förbund med Isais son. Ingen av eder bekymrar sig så mycket om mig, att han har uppenbarat det för mig. Min son har ju uppeggat min tjänare till att stämpla mot mig, såsom nu sker.»
9 ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍ ଉତ୍ତର ଦେଇ କହିଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବ୍ର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି।
Edoméen Doeg, som ock stod där bland Sauls tjänare, svarade då och sade: »Jag har sett Isais son komma till Ahimelek, Ahitubs son, i Nob.
10 ପୁଣି, ଅହୀମେଲକ୍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଦେଲା।”
Denne frågade då HERREN för honom och gav honom reskost; han gav honom ock filistéen Goljats svärd.»
11 ତହୁଁ ରାଜା ଅହୀଟୂବ୍ର ପୁତ୍ର ଅହୀମେଲକ୍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେମାନେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।
Då sände konungen och lät kalla till sig prästen Ahimelek, Ahitubs son, och hela hans faders hus, prästerna i Nob. Och de kommo alla till konungen.
12 ଏଥିରେ ଶାଉଲ କହିଲେ, “ହେ ଅହୀଟୂବ୍ର ପୁତ୍ର, ତୁମ୍ଭେ ଶୁଣ।” ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମୁଁ ଏଠାରେ ଅଛି।”
Då sade Saul: »Hör mig, du Ahitubs son.» Han svarade: »Jag hör dig, min herre.»
13 ପୁଣି, ଶାଉଲ ତାହାକୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜିର ପରି ଯିଶୀର ପୁତ୍ର ମୋʼ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।”
Saul sade till honom: »Varför haven I sammansvurit eder mot mig, du och Isais son, i det att du har givit honom bröd och svärd och frågat Gud för honom, så att han skulle kunna sätta sig upp mot mig och stämpla mot mig, såsom nu sker?»
14 ଏଥିରେ ଅହୀମେଲକ୍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।
Ahimelek svarade konungen och sade: »Vem bland alla dina tjänare är väl så betrodd som David, han som därtill är konungens måg och hövding för din livvakt och högt ärad i ditt hus?
15 ମୁଁ କʼଣ ପରମେଶ୍ୱରଙ୍କ ନିକଟରେ ତାହା ଲାଗି ପଚାରିବାକୁ ଆଜି ଆରମ୍ଭ କଲି? ତାହା ମୋʼ ଠାରୁ ଦୂର ହେଉ; ମହାରାଜ ଆପଣାର ଏହି ଦାସକୁ ବା ମୋହର ସମସ୍ତ ପିତୃଗୃହକୁ କୌଣସି ଦୋଷ ନ ଦେଉନ୍ତୁ; କାରଣ ଆପଣଙ୍କ ଦାସ ଏସବୁ ବିଷୟରେ ଅଳ୍ପ କି ବହୁତ କିଛି ଜାଣେ ନାହିଁ।
Är det då nu för första gången som jag har frågat Gud för honom? Bort det! Icke må konungen lägga mig, sin tjänare, och hela min faders hus något till last, ty din tjänare visste alls intet om allt detta.»
16 ଏଥିରେ ରାଜା କହିଲେ, “ହେ ଅହୀମେଲକ୍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ।”
Men konungen sade: »Du måste döden dö, Ahimelek, du själv och hela din faders hus.»
17 ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, “ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ।” ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।
Och konungen sade till drabanterna som stodo där omkring honom: »Träden fram och döden HERRENS präster; ty också de hålla med David; och fastän de visste att han flydde, uppenbarade de det icke för mig.» Men konungens tjänare ville icke uträcka sina händer till att stöta ned HERRENS präster.
18 ଏଣୁ ରାଜା ଦୋୟେଗ୍କୁ କହିଲେ, “ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର।” ତହିଁରେ ଇଦୋମୀୟ ଦୋୟେଗ୍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହି ଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଅଶୀ ଜଣଙ୍କୁ ବଧ କଲା।
Då sade konungen till Doeg: »Träd du fram och stöt ned prästerna.» Edoméen Doeg trädde då fram och stötte ned prästerna och dödade på den dagen åttiofem män som buro linne-efod.
19 ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।
Och invånarna i präststaden Nob blevo slagna med svärdsegg, både män och kvinnor, både barn och spenabarn; också fäkreatur, åsnor och får blevo slagna med svärdsegg.
20 ସେହି ସମୟରେ ଅହୀଟୂବ୍ର ପୁତ୍ର ଅହୀମେଲକ୍ର ପୁତ୍ରମାନଙ୍କ ମଧ୍ୟରୁ ଅବୀୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା।
Allenast en son till Ahimelek, Ahitubs son, vid namn Ebjatar, kom undan, och denne flydde bort till David.
21 ପୁଣି, ଅବୀୟାଥର ଦାଉଦଙ୍କୁ ଜଣାଇଲା ଯେ, ଶାଉଲ ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କରିଅଛି।
Och Ebjatar omtalade för David att Saul hade dräpt HERRENS präster.
22 ତହୁଁ ଦାଉଦ ଅବୀୟାଥରକୁ କହିଲେ, “ଇଦୋମୀୟ ଦୋୟେଗ୍ ସେଠାରେ ଥିବା ବେଳେ ମୁଁ ସେହି ଦିନ ଜାଣିଲି ଯେ, ସେ ନିଶ୍ଚୟ ଶାଉଲଙ୍କୁ ଜଣାଇବ; ମୁଁ ତୁମ୍ଭ ପିତୃଗୃହସ୍ଥ ସମସ୍ତ ପ୍ରାଣୀଙ୍କର ମୃତ୍ୟୁୁ ଘଟାଇଅଛି।
Då sade David till Ebjatar: »Jag förstod redan då att edoméen Doeg, eftersom han var där, skulle omtala allt för Saul. Det är jag som är orsaken till att hela din faders hus har förgåtts.
23 ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋʼ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ।”
Bliv kvar hos mig, frukta intet; ty den som står efter mitt liv, han står ock efter ditt liv. Hos mig är du i gott förvar.»