< ପ୍ରଥମ ଶାମୁୟେଲ 23 >
1 ଏଥିଉତ୍ତାରେ ଲୋକମାନେ ଦାଉଦଙ୍କୁ ଜଣାଇ କହିଲେ, ଦେଖ, ପଲେଷ୍ଟୀୟମାନେ କିୟୀଲା ନଗର ବିରୁଦ୍ଧରେ ଯୁଦ୍ଧ କରି ଖଳାରୁ ଶସ୍ୟ ଲୁଟୁଅଛନ୍ତି।
Davide atawuzidwa kuti “Onani, Afilisti akuthira nkhondo mzinda wa Keila ndi kulanda zokolola zawo za mʼnkhokwe,”
2 ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।”
anafunsa Yehova kuti, “Kodi ndipite ndikamenyane nawo Afilistiwa?” Yehova anamuyankha kuti, “Pita, kamenyane nawo Afilisti ndi kupulumutsa mzinda wa Keila.”
3 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?”
Koma anthu amene anali ndi Davide anati, “Ngati tikuchita mantha ku Yuda konkuno, nanji kupita ku Keila kukamenyana ndi ankhondo a Afilisti!”
4 ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
Davide anafunsanso Yehova, ndipo Yehova anamuyankha kuti, “Pita ku Keila pakuti ndapereka Afilisti mʼdzanja lako.”
5 ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।
Choncho Davide ndi anthu ake anapita ku Keila kukamenyana ndi Afilisti. Anapha Afilisti ambiri ndi kutenga ziweto zawo. Choncho anapulumutsa anthu a ku Keila.
6 ଯେତେବେଳେ ଅହୀମେଲକ୍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।
(Pamene Abiatara mwana wa Ahimeleki anathawira kwa Davide anabwera ndi efodi mʼmanja mwake).
7 ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, “ପରମେଶ୍ୱର ତାହାକୁ ମୋʼ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।”
Sauli atamva kuti Davide wapita ku Keila anati, “Mulungu wamupereka kwa ine, pakuti Davide wadzitsekera yekha mʼndende polowa mu mzinda umene uli ndi zipata ndi zotsekera zake.”
8 ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।
Choncho Sauli anasonkhanitsa ankhondo ake nawatuma ku Keila kuti akamuzungulire Davide ndi anthu ake.
9 ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, “ଏଠାକୁ ଏଫୋଦ ଆଣ।”
Davide atadziwa kuti Sauli akufuna kumuchita chiwembu, anawuza Abiatara wansembe uja kuti, “Bwera nayo efodiyo.”
10 ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, “ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।
Tsono Davide anayankhula ndi Yehova kuti, “Inu Yehova Mulungu wa Israeli, ine mtumiki wanu ndamva ndithu kuti Sauli akufuna kubwera ku Keila ndi kudzawononga mzindawu chifukwa cha ine.
11 କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ।” ତହିଁରେ ସଦାପ୍ରଭୁ କହିଲେ, “ସେ ଆସିବ।”
Kodi anthu a Keila adzandipereka mʼmanja mwa Sauli? Kodi Sauli abweradi monga ndamvera ine mtumiki wanu? Inu Yehova Mulungu wa Israeli, chonde, ndiwuzeni ine mtumiki wanu.” Ndipo Yehova anati, “Sauli abweradi.”
12 ତେବେ ଦାଉଦ କହିଲେ, “କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ?” ତହିଁରେ ସଦାପ୍ରଭୁ କହିଲେ, “ସେମାନେ ତୁମ୍ଭକୁ ସମର୍ପଣ କରିବେ।”
Davide anafunsanso, “Kodi anthu a ku Keila adzapereka ine ndi anthu angawa kwa Sauli?” Ndipo Yehova anayankha, “Iwo adzakuperekanidi.”
13 ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷାନ୍ତ ହେଲେ।
Choncho Davide ndi anthu ake, omwe analipo 600, anachoka ku Keila namayenda mothawathawa. Sauli atamva kuti Davide wathawa ku Keila, sanatumizeko ankhondo ake aja.
14 ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ।
Davide ankakhala mʼmapanga mʼdziko lamapiri ku chipululu cha Zifi. Sauli ankamufufuza tsiku ndi tsiku, koma Mulungu sanapereke Davide mʼmanja mwake.
15 ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍ ପ୍ରାନ୍ତରସ୍ଥ ବଣରେ ଥିଲେ।
Davide anaona kuti Sauli akufunafuna kuti amuphe. Nthawiyi nʼkuti Davide ali mʼchipululu cha Zifi ku Horesi.
16 ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।
Ndipo Yonatani mwana wa Sauli anapita kwa Davide ku Horesi ndipo anamulimbitsa mtima pomuwuza kuti Yehova ali naye.
17 ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।”
Iye anamuwuza kuti, “Usaope, abambo anga sadzakupha. Iwe udzakhala mfumu ya Israeli ndipo ine ndidzakhala wachiwiri wako. Ngakhale abambo anga Sauli akudziwa zimenezi.”
18 ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।
Awiriwa anachita pangano pamaso pa Yehova. Ndipo Yonatani anabwerera kwawo, koma Davide anakhalabe ku Horesi.
19 ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ?
Anthu a ku Zifi anapita kwa Sauli ku Gibeya ndipo anamuwuza kuti, “Davide akubisala kwathu, mʼmapanga a ku Horesi, mʼphiri la Hakila, kummwera kwa Yesimoni.
20 ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।”
Tsopano inu, mubwere nthawi iliyonse imene mukufuna, ndipo ife tidzamupereka kwa mfumu.”
21 ତହୁଁ ଶାଉଲ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋʼ ପ୍ରତି କୃପା କଲ।
Sauli anayankha kuti, “Yehova akudalitseni pakuti mwandichitira chifundo.
22 ମୁଁ ବିନୟ କରୁଅଛି, ତୁମ୍ଭେମାନେ ଯାଇ ଆହୁରି ସ୍ଥିର କର ଓ କେଉଁଠାରେ ତାହାର ଖୋଜ ପଡ଼ିଅଛି, କିଏ ତାହାକୁ ସେଠାରେ ଦେଖିଅଛି, ଏହା ବୁଝି ଦେଖ; କାରଣ ମୋତେ କୁହାଯାଇଅଛି ଯେ, ସେ ଅତି ସତର୍କ ହୋଇ ଚଳୁଅଛି।
Pitani mukatsimikizire. Mukaone kumene amakhala ndiponso mupeze munthu amene wamuona. Anthu amandiwuza kuti ndi wochenjera kwambiri.
23 ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋʼ କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।”
Kafufuzeni ndithu malo onse kumene amabisalako, ndipo mubwerenso kuno mudzandiwuze chenicheni. Pambuyo pake ine ndidzapita nanu. Ngatidi ali mʼderalo ndidzamusaka pakati pa mabanja onse a Yuda.”
24 ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍ ପ୍ରାନ୍ତରରେ ଥିଲେ।
Kotero iwo ananyamuka ndi kupita ku Zifi, koma Sauli asananyamuke. Nthawi imeneyi Davide ndi anthu ake anali ku chipululu cha Maoni, ku Araba kummwera kwa Yesimoni.
25 ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।
Sauli ndi anthu ake anapita kukamufufuza Davide. Koma Davide atamva izi anathawa ndi kukabisala ku thanthwe la chipululu cha Maoni. Sauli atamva kuti Davide anathawira ku Maoni anamutsatira ku chipululu komweko.
26 ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।
Sauli amayenda mbali ina ya phirilo, ndipo Davide ndi anthu ake nawonso anali mbali ina ya phirilo. Koma Davide ndi anthu ake anafulumira kumuthawa Sauli pamene Sauliyo ndi anthu ake ali pafupi kuwagwira.
27 ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, “ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି।”
Nthawi yomweyo munthu wina wamthenga anabwera kudzamuwuza Sauli kuti, “Bwerani msanga! Afilisti akuthira nkhondo dzikoli.”
28 ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍ (ବିଭାଗକାରୀ ଶୈଳ) ରଖିଲେ।
Choncho Sauli analeka kuthamangitsa Davide ndipo anapita kukamenyana ndi Afilisti. Nʼchifukwa chake malowa amatchedwa Mwala wa Malekano.
29 ଏଉତ୍ତାରେ ଦାଉଦ ସେହି ସ୍ଥାନରୁ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ।
Ndipo Davide anachoka kumeneko ndi kukakhala ku mapanga a ku Eni Gedi.