< ପ୍ରଥମ ଶାମୁୟେଲ 23 >

1 ଏଥିଉତ୍ତାରେ ଲୋକମାନେ ଦାଉଦଙ୍କୁ ଜଣାଇ କହିଲେ, ଦେଖ, ପଲେଷ୍ଟୀୟମାନେ କିୟୀଲା ନଗର ବିରୁଦ୍ଧରେ ଯୁଦ୍ଧ କରି ଖଳାରୁ ଶସ୍ୟ ଲୁଟୁଅଛନ୍ତି।
Then they tolde Dauid, saying, Beholde, the Philistims fight against Keilah, and spoyle the barnes.
2 ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।”
Therfore Dauid asked counsel of the Lord, saying, Shal I goe and smite these Philistims? And the Lord answered Dauid, Go and smite the Philistims, and saue Keilah.
3 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?”
And Dauids men said vnto him, See, we be afrayde here in Iudah, howe much more if we come to Keilah against the hoste of ye Philistims?
4 ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
Then Dauid asked counsell of the Lord againe. And the Lord answered him, and sayd, Arise, go downe to Keilah: for I wil deliuer the Philistims into thine hand.
5 ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।
So Dauid and his men went to Keilah, and fought with the Philistims, and brought away their cattel, and smote them with a great slaughter: thus Dauid saued the inhabitants of Keilah.
6 ଯେତେବେଳେ ଅହୀମେଲକ୍‍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।
(And when Abiathar the sonne of Ahimelech fled to Dauid to Keilah, he brought an Ephod with him)
7 ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, “ପରମେଶ୍ୱର ତାହାକୁ ମୋʼ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।”
And it was tolde Saul that Dauid was come to Keilah, and Saul sayd, God hath deliuered him into mine hand: for he is shut in, seeing he is come into a citie that hath gates and barres.
8 ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।
Then Saul called all the people together to warre, for to go downe to Keilah, and to besiege Dauid and his men.
9 ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, “ଏଠାକୁ ଏଫୋଦ ଆଣ।”
And Dauid hauing knowledge that Saul imagined mischiefe against him, saide to Abiathar the Priest, Bring the Ephod.
10 ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, “ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।
Then sayde Dauid, O Lord God of Israel, thy seruat hath heard, that Saul is about to come to Keilah to destroy the citie for my sake.
11 କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ।” ତହିଁରେ ସଦାପ୍ରଭୁ କହିଲେ, “ସେ ଆସିବ।”
Wil the lordes of Keilah deliuer me vp into his hand? and will Saul come downe, as thy seruant hath heard? O Lord God of Israel, I beseech thee, tell thy seruant. And the Lord sayde, He will come downe.
12 ତେବେ ଦାଉଦ କହିଲେ, “କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ?” ତହିଁରେ ସଦାପ୍ରଭୁ କହିଲେ, “ସେମାନେ ତୁମ୍ଭକୁ ସମର୍ପଣ କରିବେ।”
Then said Dauid, Will the lords of Keilah deliuer me vp, and the men that are with me, into the hand of Saul? And the Lord sayde, They will deliuer thee vp.
13 ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷାନ୍ତ ହେଲେ।
Then Dauid and his men, which were about sixe hundreth, arose, and departed out of Keilah, and went whither they coulde. And it was tolde Saul, that Dauid was fled from Keilah, and he left off his iourney.
14 ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍‍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ।
And Dauid abode in the wildernesse in holdes, and remayned in a mountaine in the wildernes of Ziph. And Saul sought him euery day, but God deliuered him not into his hand.
15 ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍‍ ପ୍ରାନ୍ତରସ୍ଥ ବଣରେ ଥିଲେ।
And Dauid sawe that Saul was come out for to seeke his life: and Dauid was in the wildernes of Ziph in the wood.
16 ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।
And Ionathan Sauls sonne arose and went to Dauid into the wood, and comforted him in God,
17 ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।”
And said vnto him, Feare not: for the hand of Saul my father shall not finde thee, and thou shalt be King ouer Israel, and I shalbe next vnto thee: and also Saul my father knoweth it.
18 ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।
So they twaine made a couenant before ye Lord: and Dauid did remaine in the wood: but Ionathan went to his house.
19 ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ?
Then came vp the Ziphims to Saul to Gibeah, saying, Doeth not Dauid hide himselfe by vs in holdes, in the wood in the hill of Hachilah, which is on the right side of Ieshimon?
20 ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।”
Nowe therefore, O King, come downe according to all that thine heart can desire, and our part shall be to deliuer him into the Kinges handes.
21 ତହୁଁ ଶାଉଲ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋʼ ପ୍ରତି କୃପା କଲ।
Then Saul said, Be ye blessed of the Lord: for ye haue had compassion on mee.
22 ମୁଁ ବିନୟ କରୁଅଛି, ତୁମ୍ଭେମାନେ ଯାଇ ଆହୁରି ସ୍ଥିର କର ଓ କେଉଁଠାରେ ତାହାର ଖୋଜ ପଡ଼ିଅଛି, କିଏ ତାହାକୁ ସେଠାରେ ଦେଖିଅଛି, ଏହା ବୁଝି ଦେଖ; କାରଣ ମୋତେ କୁହାଯାଇଅଛି ଯେ, ସେ ଅତି ସତର୍କ ହୋଇ ଚଳୁଅଛି।
Goe, I pray you, and prepare ye yet better: know and see his place where he haunteth, and who hath seene him there: for it is sayd to me, He is subtile, and craftie.
23 ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋʼ କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।”
See therefore and know all the secret places where he hideth himselfe, and come ye againe to me with the certaintie, and I will goe with you: and if he be in the lande, I will searche him out throughout all the thousands of Iudah.
24 ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍‍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍‍ ପ୍ରାନ୍ତରରେ ଥିଲେ।
Then they arose and went to Ziph before Saul, but Dauid and his men were in the wildernesse of Maon, in the playne on the right hande of Ieshimon.
25 ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍‍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍‍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।
Saul also and his men went to seeke him, and they told Dauid: wherefore he came downe vnto a rocke, and abode in the wildernesse of Maon. And when Saul heard that, he folowed after Dauid in the wildernes of Maon.
26 ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।
And Saul and his men went on the one side of the mountaine, and Dauid and his men on the other side of the mountaine: and Dauid made haste to get from the presence of Saul: for Saul and his men compassed Dauid and his men round about, to take them.
27 ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, “ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି।”
But there came a messenger to Saul, saying, Haste thee, and come: for the Philistims haue inuaded the land.
28 ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍‍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍‍ (ବିଭାଗକାରୀ ଶୈଳ) ରଖିଲେ।
Wherefore Saul returned from pursuing Dauid, and went against the Philistims. Therefore they called that place, Sela-hammahlekoth.
29 ଏଉତ୍ତାରେ ଦାଉଦ ସେହି ସ୍ଥାନରୁ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ।
And Dauid went thence, and dwelt in holdes at En-gedi.

< ପ୍ରଥମ ଶାମୁୟେଲ 23 >