< ପ୍ରଥମ ଶାମୁୟେଲ 25 >

1 ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ ପ୍ରାନ୍ତରକୁ ଗଲେ।
Samuel died. Everyone in Israel gathered to mourn for him, and they buried him at his home in Ramah. David left and went to the Desert of Paran.
2 ସେହି ସମୟରେ ମାୟୋନ୍‌ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।
A man from Maon was very wealthy. He had property in Carmel and owned one thousand goats and three thousand sheep. He was in Carmel shearing them.
3 ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।
The man's name was Nabal, and his wife's name was Abigail. She was a wise and beautiful woman, but her husband was cruel and treated people badly. He was a descendant of Caleb.
4 ଆଉ ନାବଲ ଆପଣା ମେଷର ଲୋମ ଛେଦନ କରୁଅଛି ବୋଲି ଦାଉଦ ପ୍ରାନ୍ତରରେ ଶୁଣିଲେ।
David was in the wilderness, and he heard that Nabal was shearing sheep.
5 ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, “ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ।
So David sent ten of his young men and told them, “Go and see Nabal at Carmel. Greet him in my name, and say hello from me.
6 ପୁଣି, ତାହାକୁ ଏପରି କୁହ, ‘ତୁମ୍ଭେ ଚିରଜୀବୀ ହୁଅ, ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ ଓ ତୁମ୍ଭ ସର୍ବସ୍ୱର ମଙ୍ଗଳ ହେଉ।
Tell him, ‘I wish you a long life! Peace to you and your family, and may everything you do prosper.
7 ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ।
Now I've heard that you are busy shearing. When your shepherds were with us, we didn't mistreat them, and nothing belonging to them was stolen all the time they were in Carmel.
8 ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।’”
Check with your men and they'll confirm it. Please be kind to my men, especially since we've come on this day of celebration. Please give whatever food you can to us and to your good friend David.’”
9 ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷାନ୍ତ ହେଲେ।
David's young men arrived, gave Nabal this message from David, and waited for his reply.
10 ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି।
“Who does this ‘David, son of Jesse’ think he is?” Nabal replied. “Nowadays there are many servants on the run from their masters!
11 ତେବେ ମୁଁ କʼଣ ଆପଣା ରୁଟି ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି?”
Why should I take the bread and water I've supplied, and the meat I've slaughtered for my shearers, and hand it over to these strangers? I don't even know where they're from!”
12 ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରିଗଲେ ଓ ତାଙ୍କ ନିକଟକୁ ଆସି ସେହି ସବୁ କଥା ତାଙ୍କୁ ଜଣାଇଲେ।
So David's men turned around and went back the way they came. When they got back they told David everything Nabal had said.
13 ଏଥିରେ ଦାଉଦ ଆପଣା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧ।” ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧିଲେ ଓ ଦାଉଦ ହିଁ ଆପଣା ଖଡ୍ଗ ବାନ୍ଧିଲେ; ତହୁଁ ଦାଉଦଙ୍କର ପଛରେ ଊଣାଧିକ ଚାରି ଶହ ଲୋକ ଗମନ କଲେ; ପୁଣି, ଦୁଇ ଶହ ଲୋକ ସାମଗ୍ରୀ ପାଖରେ ରହିଲେ।
“Everyone, put on your swords!” David ordered. They all put on their swords, and David did too. About four hundred followed David, while two hundred remained behind to guard their gear.
14 ଏଥିମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, “ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ।
In the meantime one of Nabal's men told Abigail, Nabal's wife, “David sent some messengers from the wilderness to bring greetings to our master, but he only insulted them.
15 ମାତ୍ର ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ପୁଣି, ଆମ୍ଭେମାନେ କ୍ଷେତ୍ରରେ ସେମାନଙ୍କ ସଙ୍ଗେ ଥିବାଯାଏ ଆମ୍ଭମାନଙ୍କର କୌଣସି ଅପକାର ହୋଇ ନାହିଁ, କି ଆମ୍ଭେମାନେ କିଛି ହରାଇ ନାହୁଁ।
David's men were always very good to us and they never mistreated us. All the time we were out in the fields with them nothing was stolen from us.
16 ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ୱରୂପ ଥିଲେ।
They were like a protective wall to us, both day and night, during the whole time we were with them looking after the sheep.
17 ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।”
You should know what happened and consider what you should do about it. Disaster is about to strike our master and his whole family, but he's so obnoxious no one can talk sense into him!”
18 ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।
Abigail quickly gathered together two hundred loaves of bread, two skins of wine, five sheep already slaughtered, five seahs of roasted grain, a hundred raisin cakes, and two hundred fig cakes, and then loaded everything on donkeys.
19 ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, “ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି।” ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ।
She told her men, “Go on ahead. I'll follow you.” But she didn't say anything to her husband Nabal.
20 ଏରୂପେ ସେ ଗର୍ଦ୍ଦଭ ଉପରେ ଚଢ଼ି ପର୍ବତ ଉହାଡ଼ ନିକଟକୁ ଆସନ୍ତେ, ଦେଖ, ଦାଉଦ ଓ ତାଙ୍କର ଲୋକମାନେ ଅବୀଗଲ ସମ୍ମୁଖରେ ଉପସ୍ଥିତ ହେଲେ ଓ ସେ ସେମାନଙ୍କୁ ଭେଟିଲା।
As Abigail was riding her donkey through a mountain valley, she saw David and his men descending towards her, and she met them.
21 ପୂର୍ବରେ ଦାଉଦ କହିଥିଲେ, “ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି।
David had just been complaining, “So much for my protecting everything that belonged to this man in the wilderness! Nothing at all was stolen from him, and yet what does he do? Pay me back evil for good!
22 ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
May God punish me very severely if I leave even a single one of his men alive by morning!”
23 ଏଣୁ ଅବୀଗଲ ଦାଉଦଙ୍କୁ ଦେଖନ୍ତେ, ଶୀଘ୍ର ଗର୍ଦ୍ଦଭରୁ ଓହ୍ଲାଇ ଦାଉଦଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ଭୂମିଷ୍ଠ ପ୍ରଣାମ କଲା।
When Abigail saw David, she quickly got off the donkey, and bowed before him, her face to the ground.
24 ପୁଣି, ତାଙ୍କ ଚରଣରେ ପଡ଼ି କହିଲା, “ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକୁ ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ।
Falling at his feet in respect, she said, “Sir, I accept full responsibility for what's happened. Please listen to what I, your servant, have to say.
25 ବିନୟ କରୁଅଛି, ମୋହର ପ୍ରଭୋ, ସେହି ଦୁଷ୍ଟ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।
Please don't concern yourself with this worthless man Nabal. His name means ‘fool,’ and he is really foolish! As for me, your servant, I didn't even see the men you sent.
26 ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ।
Now, sir, as the Lord lives and as you live, the Lord has kept you from shedding blood and from taking your own revenge. Sir, may your enemies and those who want to do you harm be like Nabal.
27 ଏଣୁ ଆପଣଙ୍କ ଦାସୀ ମୋର ପ୍ରଭୁଙ୍କ ନିକଟକୁ ଯେଉଁ ଭେଟି ଆଣିଅଛି, ତାହା ମୋର ପ୍ରଭୁଙ୍କ ଅନୁଗାମୀ ଯୁବାମାନଙ୍କୁ ଦିଆଯାଉ।
Please accept this present that I, your servant, have brought to you, sir, and give it to your men.
28 ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ।
Please forgive any offense that I, your servant, have committed, for the Lord is sure to set up a dynasty for you that will last for a long time, because you, sir, fight the battles of the Lord. Wickedness should not be found in you as long as you live.
29 ପୁଣି, ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିଲୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।
If anyone pursues you and tries to kill you, then your life will remain bound up with those the Lord your God looks after, safe in his care. But he will throw away the lives of your enemies like stones from a sling.
30 ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ,
So when the Lord has done for you, sir, everything good he promised, and has made you ruler over Israel,
31 ସେତେବେଳେ ଆପଣ ଅକାରଣରେ ରକ୍ତପାତ କଲେ, କିଅବା ମୋର ପ୍ରଭୁ ନିଜେ ଆତ୍ମ-ପ୍ରତିକାର କଲେ ବୋଲି ଆପଣଙ୍କର ବିଘ୍ନ କି ହୃଦୟର ବ୍ୟସ୍ତତା ଜନ୍ମିବ ନାହିଁ; ମାତ୍ର ସଦାପ୍ରଭୁ ମୋର ପ୍ରଭୁଙ୍କ ମଙ୍ଗଳ କରିବା ବେଳେ ଆପଣଙ୍କର ଏହି ଦାସୀକୁ ସ୍ମରଣ କରିବେ।”
you won't have feelings of remorse or a guilty conscience over unnecessary bloodshed or of taking your own revenge. And when the Lord has done these good things for you, sir, please remember me, your maidservant.”
32 ଏଥିରେ ଦାଉଦ ଅବୀଗଲକୁ କହିଲେ, “ଆଜି ଯେ ମୋʼ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ;
Then David said to Abigail, “Praise the Lord, the God of Israel, who sent you to meet me today!
33 ପୁଣି, ତୁମ୍ଭର ସୁବିଚାର ଧନ୍ୟ ହେଉ ଓ ଆଜି ମୋତେ ରକ୍ତପାତ ଦୋଷରୁ ଓ ମୋର ନିଜ ହସ୍ତରେ ଆତ୍ମ-ପ୍ରତିକାରରୁ ନିବୃତ୍ତ କଲ ଯେ ତୁମ୍ଭେ, ତୁମ୍ଭେ ଧନ୍ୟା ହୁଅ।
May you be rewarded for your wise decisions, for preventing me from shedding blood today and taking my own revenge.
34 କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା।”
On the contrary, as the Lord, the God of Israel, lives, who has kept me from harming you, if you hadn't rushed to meet me, then definitely not a single one of Nabal's men would have been left alive by dawn.”
35 ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାହାକୁ କହିଲେ, “କୁଶଳରେ ଆପଣା ଗୃହକୁ ଯାଅ; ଦେଖ, ମୁଁ ତୁମ୍ଭ ରବ ଶୁଣିଲି ଓ ତୁମ୍ଭକୁ ଗ୍ରାହ୍ୟ କଲି।”
David accepted from Abigail what she had brought him, and told her, “You may go home in peace, because I agree with your advice and grant your request.”
36 ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।
When Abigail got back home to Nabal, he was in the house, partying like a king. He was feeling very merry, and he was very drunk. So she didn't tell him anything until the morning.
37 ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହି ସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।
When Nabal had sobered up the next morning, his wife told him what had happened. When he heard what she had to say he had a heart attack and was paralyzed.
38 ଏଥିଉତ୍ତାରେ ଊଣାଧିକ ଦଶ ଦିନ ଉତ୍ତାରେ ସଦାପ୍ରଭୁ ନାବଲକୁ ଆଘାତ କରନ୍ତେ, ସେ ମଲା।
About ten days later the Lord struck Nabal down and he died.
39 ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।
When David heard that Nabal was dead, he said, “Praise the Lord who has supported me against Nabal's insult and has kept me from doing evil. For the Lord made Nabal's wickedness fall back on himself.” Then David sent a message to Abigail, asking for her to marry him.
40 ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, “ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି।”
When David's men arrived at Carmel, they said to Abigail, “David has sent us to you to bring you back to become his wife.”
41 ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, “ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।”
She stood up, then bowed down low, and said, “I am David's maidservant. I am prepared to serve and to wash the feet of my master's servants.”
42 ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍‍ଗମନ କରି ତାଙ୍କର ଭାର୍ଯ୍ୟା ହେଲା।
Abigail quickly got on a donkey and, with her five female servants, went back with David's men and became his wife.
43 ମଧ୍ୟ ଦାଉଦ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ; ତହିଁରେ ସେ ଦୁହେଁ ତାଙ୍କର ଭାର୍ଯ୍ୟା ହେଲେ।
David had also married Ahinoam of Jezreel. So they both were his wives.
44 ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍ଟିକୁ ଦେଇଥିଲେ।
However, Saul had given his daughter Michal, David's wife, to Paltiel, son of Laish. He was from Gallim.

< ପ୍ରଥମ ଶାମୁୟେଲ 25 >