< ପ୍ରଥମ ଶାମୁୟେଲ 26 >
1 ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, “ଦାଉଦ କʼଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।”
ジフ人ギベアにきたりサウルの許にいたりてひけるはダビデは曠野のまへなるハキラの山にかくれをるにあらずやと
2 ଏଥିରେ ଶାଉଲ ଉଠି ସୀଫ୍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍ ପ୍ରାନ୍ତରକୁ ଗଲେ।
サウルすなはち起ちジフの野にダビデを尋ねんとイスラエルの中より選みたる三千の人をしたがへてジフの野にくだる
3 ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।
サウルは曠野のまへなるハキラの山において路のほとりに陣を取るダビデは曠野に居てサウルのおのれをおふて曠野にきたるをさとりければ
4 ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।
ダビデ斥候を出してサウルの誠に來しをしれり
5 ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍ର ପୁତ୍ର ଅବ୍ନରର ଶୟନ ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।
ここにおいてダビデたちてサウルの陣をとれるところにいたりサウルおよび其軍の長ネルの子アブネルの寝たるところを見たりすなはちサウルは車營の中に寝ぬ民其まはりに陣をはれり
6 ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”
ダビデ答へてヘテ人アヒメレクおよびゼルヤの子にしてヨアブの兄弟なるアビシヤイにいひけるは誰か我とともにサウルの陣にくだらんかとアビシヤイいふ我汝とともに下らん
7 ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।
ダビデとアビシヤイすなはち夜にいりて民の所にいたるに視よサウルは車營のうちに寝臥し其槍地にさして枕邊にありアブネルと民は其まはりに寝たり
8 ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, “ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।”
アビシヤイ、ダビデにいひけるは神今日爾の敵を爾の手にわたしたまふ請ふいま我に槍をもてかれを一度地にさしとほさしめよ再びするにおよばじ
9 ଏଥିରେ ଦାଉଦ ଅବୀଶୟକୁ କହିଲେ, “ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?”
ダビデ、アビシヤイにいふ彼をころすなかれ誰かヱホバの膏そそぎし者に敵して其手をのべて罪なからんや
10 ଆହୁରି ଦାଉଦ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।
ダビデまたいひけるはヱホバは生くヱホバかれを撃たまはんあるひはその死ぬる日來らんあるひは戰ひにくだりて死うせん
11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।”
わがヱホバのあぶらそそぎしものに敵して手をのぶることはきはめて善らずヱホバ禁じたまふされどいま請ふ爾そのまくらもとの槍と水の瓶をとれしかして我らさりゆかんと
12 ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।
ダビデ、サウルの枕邊より槍と水の瓶を取りてかれらさりゆきしが誰も見ず誰もしらず誰も目を醒さざりき其はかれら皆眠り居たればなり即ちヱホバかれらをふかく睡らしめたまふ
13 ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତ ଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।
かくてダビデは彼旁にわたりて遥に山の頂にたてり彼と此とのへだたり大なり
14 ଆଉ ଦାଉଦ ଲୋକମାନଙ୍କୁ ଓ ନେର୍ର ପୁତ୍ର ଅବ୍ନରକୁ ଡାକି କହିଲେ, “ହେ ଅବ୍ନର, ତୁମ୍ଭେ କʼଣ ଉତ୍ତର ଦେବ ନାହିଁ?” ତେବେ ଅବ୍ନର ଉତ୍ତର ଦେଇ କହିଲା, “ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ?”
ダビデ民とネルの子アブネルによばはりいひけるはアブネルよ爾こたへざるかアブネルこたへていふ王をよぶ爾はたれなるや
15 ଏଥିରେ ଦାଉଦ ଅବ୍ନରକୁ କହିଲେ, “ତୁମ୍ଭେ କି ଜଣେ ପୁରୁଷ ନୁହଁ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।
ダビデ、アブネルにいひけるは爾は勇士ならずやイスラエルの中にて誰か爾に如ものあらんしかるに爾なんぞ爾の主なる王をまもらざるや民のひとり爾の主なる王を殺さんとていりぬ
16 ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ?”
爾がなせる此事よからずヱホバは生くなんぢらの罪死にあたれり爾らヱホバの膏そそぎし爾らの主をまもらざればなり今王の槍と王の枕邊にありし水の瓶はいづくにあるかを見よ
17 ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, “ହେ ମୋର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହିଁରେ ଦାଉଦ କହିଲେ, “ମୋହର ରବ, ମୋହର ପ୍ରଭୁ, ମହାରାଜ।”
サウル、ダビデの聲をしりていひけるはわが子ダビデよ是は爾の聲なるかダビデいひけるは王わが主よわが聲なり
18 ଆହୁରି ସେ କହିଲେ, “ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି?
ダビデまたいひけるはわが主なにゆゑに斯くその僕をおふや我なにをなせしや何の惡き事わが手にあるや
19 ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’
王わが主よ請ふいま僕の言を聽きたまへ若しヱホバ爾を我に敵せしめたまふならばねがはくはヱホバ禮物をうけたまへされど若し人ならばねがはくは其人々ヱホバのまへにのろはれよ其は彼等爾ゆきて他の神につかへよといひて今日我を追ひヱホバの產業に連なることをえざらしむるが故なり
20 ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।”
ねがはくは我血をしてヱホバのまへをはなれて地におちしむるなかれそは人の山にて鷓鴣をおふがごとくイスラエルの王一の蚤をたづねにいでたればなり
21 ଏଥିରେ ଶାଉଲ କହିଲେ, “ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।”
サウルいひけるは我罪ををかせりわが子ダビデよ歸れわが生命今日爾の目に寶と見なされたる故により我々かさねて爾に害を加へざるべし嗚呼われ愚なることをなして甚だしく過てり
22 ତହିଁରେ ଦାଉଦ ଉତ୍ତର ଦେଇ କହିଲେ, “ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।
ダビデこたへていひけるは王よ槍を視よ請ひとりの少者をしてわたりてこれを取しめよ
23 ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।
ねがはくはヱホバおのおのに其義と眞實とにしたがひて報いたまへ共はヱホバ今日爾をわが手にわたしたまひしに我ヱホバの受膏者に敵してわが手をのぶることをせざればなり
24 ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।”
爾の生命を今日わがおもんぜしごとくねがはくはヱホバわが生命をおもんじて諸の艱難のうちより我をすくひいだしたまへ
25 ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ।” ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରିଗଲେ।
サウル、ダビデにいひけるはわが子ダビデよ爾はほむべきかな爾大なる事を爲さん亦かならず勝をえんとしかしてダビデは其道にさりサウルはおのれの所にかへれり