< ପ୍ରଥମ ଶାମୁୟେଲ 26 >

1 ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, “ଦାଉଦ କʼଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।”
et venerunt Ziphei ad Saul in Gabaa dicentes ecce David absconditus est in colle Achilae quae est ex adverso solitudinis
2 ଏଥିରେ ଶାଉଲ ଉଠି ସୀଫ୍‍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍‍ ପ୍ରାନ୍ତରକୁ ଗଲେ।
et surrexit Saul et descendit in desertum Ziph et cum eo tria milia virorum de electis Israhel ut quaereret David in deserto Ziph
3 ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।
et castrametatus est Saul in Gabaa Achilae quae erat ex adverso solitudinis in via David autem habitabat in deserto videns autem quod venisset Saul post se in desertum
4 ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।
misit exploratores et didicit quod venisset certissime
5 ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍‍ର ପୁତ୍ର ଅବ୍‍ନରର ଶୟନ ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।
et surrexit David et venit ad locum ubi erat Saul cumque vidisset locum in quo dormiebat Saul et Abner filius Ner princeps militiae eius Saulem dormientem in tentorio et reliquum vulgus per circuitum eius
6 ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”
ait David ad Ahimelech Cettheum et Abisai filium Sarviae fratrem Ioab dicens quis descendet mecum ad Saul in castra dixitque Abisai ego descendam tecum
7 ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍‍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।
venerunt ergo David et Abisai ad populum nocte et invenerunt Saul iacentem et dormientem in tentorio et hastam fixam in terra ad caput eius Abner autem et populum dormientes in circuitu eius
8 ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, “ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।”
dixitque Abisai ad David conclusit Deus hodie inimicum tuum in manus tuas nunc ergo perfodiam eum lancea in terra semel et secundo opus non erit
9 ଏଥିରେ ଦାଉଦ ଅବୀଶୟକୁ କହିଲେ, “ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?”
et dixit David ad Abisai ne interficias eum quis enim extendit manum suam in christum Domini et innocens erit
10 ଆହୁରି ଦାଉଦ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।
et dixit David vivit Dominus quia nisi Dominus percusserit eum aut dies eius venerit ut moriatur aut in proelium descendens perierit
11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।”
propitius mihi sit Dominus ne extendam manum meam in christum Domini nunc igitur tolle hastam quae est ad caput eius et scyphum aquae et abeamus
12 ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।
tulit ergo David hastam et scyphum aquae qui erat ad caput Saul et abierunt et non erat quisquam qui videret et intellegeret et vigilaret sed omnes dormiebant quia sopor Domini inruerat super eos
13 ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତ ଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।
cumque transisset David ex adverso et stetisset in vertice montis de longe et esset grande intervallum inter eos
14 ଆଉ ଦାଉଦ ଲୋକମାନଙ୍କୁ ଓ ନେର୍‍ର ପୁତ୍ର ଅବ୍‍ନରକୁ ଡାକି କହିଲେ, “ହେ ଅବ୍‍ନର, ତୁମ୍ଭେ କʼଣ ଉତ୍ତର ଦେବ ନାହିଁ?” ତେବେ ଅବ୍‍ନର ଉତ୍ତର ଦେଇ କହିଲା, “ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ?”
clamavit David ad populum et ad Abner filium Ner dicens nonne respondebis Abner et respondens Abner ait quis es tu qui clamas et inquietas regem
15 ଏଥିରେ ଦାଉଦ ଅବ୍‍ନରକୁ କହିଲେ, “ତୁମ୍ଭେ କି ଜଣେ ପୁରୁଷ ନୁହଁ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।
et ait David ad Abner numquid non vir tu es et quis alius similis tui in Israhel quare ergo non custodisti dominum tuum regem ingressus est enim unus de turba ut interficeret regem dominum tuum
16 ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ?”
non est bonum hoc quod fecisti vivit Dominus quoniam filii mortis estis vos qui non custodistis dominum vestrum christum Domini nunc ergo vide ubi sit hasta regis et ubi scyphus aquae qui erat ad caput eius
17 ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, “ହେ ମୋର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହିଁରେ ଦାଉଦ କହିଲେ, “ମୋହର ରବ, ମୋହର ପ୍ରଭୁ, ମହାରାଜ।”
cognovit autem Saul vocem David et dixit num vox tua est haec fili mi David et David vox mea domine mi rex
18 ଆହୁରି ସେ କହିଲେ, “ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି?
et ait quam ob causam dominus meus persequitur servum suum quid feci aut quod est in manu mea malum
19 ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’
nunc ergo audi oro domine mi rex verba servi tui si Dominus incitat te adversum me odoretur sacrificium si autem filii hominum maledicti sunt in conspectu Domini qui eiecerunt me hodie ut non habitem in hereditate Domini dicentes vade servi diis alienis
20 ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।”
et nunc non effundatur sanguis meus in terra coram Domino quia egressus est rex Israhel ut quaerat pulicem unum sicut persequitur perdix in montibus
21 ଏଥିରେ ଶାଉଲ କହିଲେ, “ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।”
et ait Saul peccavi revertere fili mi David nequaquam enim ultra male tibi faciam eo quod pretiosa fuerit anima mea in oculis tuis hodie apparet quod stulte egerim et ignoraverim multa nimis
22 ତହିଁରେ ଦାଉଦ ଉତ୍ତର ଦେଇ କହିଲେ, “ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।
et respondens David ait ecce hasta regis transeat unus de pueris et tollat eam
23 ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।
Dominus autem retribuet unicuique secundum iustitiam suam et fidem tradidit enim te Dominus hodie in manu mea et nolui levare manum meam in christum Domini
24 ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।”
et sicuti magnificata est anima tua hodie in oculis meis sic magnificetur anima mea in oculis Domini et liberet me de omni angustia
25 ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ।” ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରିଗଲେ।
ait ergo Saul ad David benedictus tu fili mi David et quidem faciens facies et potens poteris abiit autem David in viam suam et Saul reversus est in locum suum

< ପ୍ରଥମ ଶାମୁୟେଲ 26 >