< ପ୍ରଥମ ଶାମୁୟେଲ 27 >
1 ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।”
And Dauid seide in his herte, Sumtyme Y schal falle in o dai in the hond of Saul; whether it is not betere, that Y fle, and be sauyd in the lond of Filisteis, that Saul dispeire, and cesse to seke me in alle the endis of Israel; therfor fle we hise hondis.
2 ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍ ନାମକ ଗାଥ୍ର ରାଜା ନିକଟକୁ ଗଲେ।
And Dauid roos, and yede, he and sixe hundrid men with hym, to Achis, the sone of Maoth, kyng of Geth.
3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।
And Dauid dwellide with Achis in Geth, he, and hise men, and his hows; Dauid, and hise twei wyues, Achynoem of Jezrael, and Abigail, the wijf of Nabal of Carmele.
4 ଏଣୁ ଦାଉଦ ଗାଥ୍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ।
And it was teld to Saul, that Dauid fledde in to Geth; and he addide no more `that he schulde seke Dauid.
5 ଏଥିଉତ୍ତାରେ ଦାଉଦ ଆଖୀଶ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?”
Forsothe Dauid seide to Achis, If Y haue founden grace in thin iyen, a place be youun to me in oon of the citees of this cuntrey, that Y dwelle there; for whi dwellith thi seruaunt in the citee of the kyng with thee?
6 ତହିଁରେ ଆଖୀଶ୍ ସେହି ଦିନ ତାହାକୁ ସିକ୍ଲଗ୍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।
Therfor Achis yaf to hym Sichelech in that dai, for which cause Sichelech was maad in to the possessioun of the kyngis of Juda `til in to this dai.
7 ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା।
Forsothe the noumbre of daies, in whiche Dauid dwellide in the cuntrei of Filisteis, was of foure monethis.
8 ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।
And Dauid stiede, and hise men, and token preies of Gethsuri, and of Gethri, and of men of Amalech; for these townes weren enhabitid bi eld tyme in the lond, to men goynge to Sur, `til to the lond of Egipt.
9 ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି।
And Dauid smoot al the lond of hem, and lefte not man `lyuynge and womman; and he took scheep, and oxun, and assis, and camels, and clothis, and turnede ayen, and cam to Achis.
10 ଏଥିରେ “ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ” ବୋଲି ଆଖୀଶ୍ ପଚାରନ୍ତେ, ଦାଉଦ କହନ୍ତି, “ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।”
Sotheli Achis seide to hym, `In to whom `hurliden ye to dai? Dauid answeride, Ayens the south of Juda, and ayens the south of Hiramel, and ayens the south of Ceney.
11 ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, “ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ” ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।
Dauid left not quik man and womman, nether brouyte `in to Geth, and se ide, Lest perauenture thei speken ayens vs. Dauid dide these thingis, and this was his doom, in alle daies in whiche he dwellide in the cuntrei of Filisteis.
12 ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।”
Therfor Achis bileuyde to Dauid, and seide, Forsothe he wrouyte many yuelis ayens his puple Israel, therfor he schal be euerlastynge seruaunt to me.