< ପ୍ରଥମ ଶାମୁୟେଲ 27 >

1 ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।”
Na Dawid dwenee ho sɛ, “Ɛda bi, mɛtɔ wɔ Saulo nsa ano. Na deɛ mɛyɛ a ɛbɛyɛ pa ara ne sɛ, mɛdwane akɔ Filistifoɔ nkyɛn. Ɛba saa a, Saulo bɛgyae mʼakyi die na mɛnya banbɔ.”
2 ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍‍ ନାମକ ଗାଥ୍‍ର ରାଜା ନିକଟକୁ ଗଲେ।
Na Dawid ne mmarima ahansia tutu kɔtenaa Gat kɔhyɛɛ Maok babarima ɔhene Akis ase.
3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍‍ ନିକଟରେ ଗାଥ୍‍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।
Na Dawid de ne yerenom baanu a wɔyɛ Ahinoam a ɔfiri Yesreel ne Abigail a ɔfiri Karmel a na ɔyɛ Nabal kunabaa no kɔeɛ.
4 ଏଣୁ ଦାଉଦ ଗାଥ୍‍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ।
Saulo tee sɛ Dawid adwane kɔ Gat no, wanni nʼakyi anhwehwɛ no bio.
5 ଏଥିଉତ୍ତାରେ ଦାଉଦ ଆଖୀଶ୍‍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?”
Na Dawid ka kyerɛɛ Akis sɛ, “Sɛ ɛrenha wo a, ma yɛn baabi wɔ nkuro no bi so na yɛnkɔtena hɔ sene sɛ yɛbɛtena ahenkuro yi mu.”
6 ତହିଁରେ ଆଖୀଶ୍‍ ସେହି ଦିନ ତାହାକୁ ସିକ୍ଲଗ୍‍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍‍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।
Enti, Akis de Siklag kuro maa no, (na ɛfiri saa ɛda no, ɛhɔ abɛyɛ Yuda ahemfo atenaeɛ de bɛsi ɛnnɛ),
7 ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା।
na wɔtenaa Filistifoɔ no mu afe ne abosome ɛnan.
8 ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।
Afei, Dawid ne ne dɔm kɔto hyɛɛ Gesurfoɔ, Girsifoɔ ne Amalekfoɔ so. Saa nnipa yi na na kane no, wɔtete asase a ɛtene kɔ Sur a ɛwɔ Misraim ɛkwan so no.
9 ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍‍ ନିକଟକୁ ଫେରି ଆସନ୍ତି।
Dawid annya onipa baako anikann wɔ nkura a ɔkɔto hyɛɛ wɔn so no mu. Ɔfaa nnwan, anantwie, mfunumu, nyoma ne ntadeɛ nyinaa ansa na ɔsane akɔ Akis nkyɛn.
10 ଏଥିରେ “ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ” ବୋଲି ଆଖୀଶ୍‍ ପଚାରନ୍ତେ, ଦାଉଦ କହନ୍ତି, “ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।”
Akis bisaa Dawid sɛ, “Ɛhe na ɛnnɛ mofom nneɛma kɔduruiɛ?” Dawid buaa sɛ, “Yɛkɔɔ Yuda anafoɔ fam, kɔto hyɛɛ Yerahmeelfoɔ ne Kenifoɔ so.”
11 ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, “ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ” ବୋଲି ଭାବି ଦାଉଦ ଗାଥ୍‍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।
Dawid kumm wɔn nyinaa. Wannya obiara a ɔbɛtumi aba Gat abɛkyerɛ faako a ɔkɔeɛ. Saa adeɛ yi kɔɔ so ara wɔ ɛberɛ a na Dawid te Filistifoɔ mu no.
12 ଏହେତୁ ଆଖୀଶ୍‍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।”
Akis gyee Dawid diiɛ, na ɔdwenee ne tirim sɛ, “Saa ɛberɛ yi deɛ, Israelfoɔ bɛkyiri no kɔkɔɔkɔ. Ɛsɛ sɛ ɔtena ha, na ɔsom me afebɔɔ.”

< ପ୍ରଥମ ଶାମୁୟେଲ 27 >