< ପ୍ରଥମ ଶାମୁୟେଲ 28 >

1 ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ। ଏଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋʼ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।”
و واقع شد در آن ایام که فلسطینیان لشکرهای خود را برای جنگ فراهم آوردند تا با اسرائیل مقاتله نمایند، و اخیش به داود گفت: «یقین بدان که تو و کسانت همراه من به اردو بیرون خواهید آمد.»۱
2 ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।”
داود به اخیش گفت: «به تحقیق خواهی دانست که بنده تو چه خواهدکرد.» اخیش به داود گفت: «از این جهت تو راهمیشه اوقات نگاهبان سرم خواهم ساخت.»۲
3 ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।
و سموئیل وفات نموده بود، و جمیع اسرائیل به جهت او نوحه گری نموده، او را درشهرش رامه دفن کرده بودند، و شاول تمامی اصحاب اجنه و فالگیران را از زمین بیرون کرده بود.۳
4 ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍‍ବୋୟରେ ଛାଉଣି ସ୍ଥାପନ କଲେ।
و فلسطینیان جمع شده، آمدند و در شونیم اردو زدند، و شاول تمامی اسرائیل را جمع کرده، در جلبوع اردو زدند.۴
5 ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।
و چون شاول لشکرفلسطینیان را دید، بترسید و دلش بسیار مضطرب شد.۵
6 ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍‍ ଦ୍ୱାରା, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା।
و شاول از خداوند سوال نمود و خداوند اورا جواب نداد، نه به خوابها و نه به اوریم و نه به انبیا.۶
7 ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି।” ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ଐନ୍‍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।”
و شاول به خادمان خود گفت: «زنی را که صاحب اجنه باشد، برای من بطلبید تا نزد او رفته، از او مسالت نمایم.» خادمانش وی را گفتند: «اینک زنی صاحب اجنه در عین دور می‌باشد.»۷
8 ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, “ତୁମ୍ଭେ ଭୂତ ଦ୍ୱାରା ମୋʼ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋʼ କତିକି ଉଠାଇ ଆଣ।”
و شاول صورت خویش را تبدیل نموده، لباس دیگر پوشید و دو نفر همراه خود برداشته، رفت و شبانگاه نزد آن زن آمده، گفت: «تمنا اینکه به واسطه جن برای من فالگیری نمایی و کسی راکه به تو بگویم از برایم برآوری.»۸
9 ଏଥିରେ ସେ ସ୍ତ୍ରୀ କହିଲା, “ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ?”
آن زن وی راگفت: «اینک آنچه شاول کرده است می‌دانی که چگونه اصحاب اجنه و فالگیران را از زمین منقطع نموده است، پس تو چرا برای جانم دام می‌گذاری تا مرا به قتل رسانی؟»۹
10 ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।”
و شاول برای وی به یهوه قسم خورده، گفت: «به حیات یهوه قسم که از این امر به تو هیچ بدی نخواهد رسید.»۱۰
11 ସେତେବେଳେ ସେହି ସ୍ତ୍ରୀ କହିଲା, “ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି?” ସେ କହିଲେ, “ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ।”
آن زن گفت: «از برایت که را برآورم؟» او گفت: «سموئیل را برای من برآور.»۱۱
12 ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚସ୍ୱରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, “ଆପଣ କାହିଁକି ମୋତେ ପ୍ରତାରଣା କଲେ? କାରଣ ଆପଣ ଶାଉଲ।”
و چون آن زن سموئیل را دید به آواز بلند صدا زد و زن، شاول را خطاب کرده، گفت: «برای چه مرا فریب دادی زیرا تو شاول هستی.»۱۲
13 ତହୁଁ ରାଜା ତାହାକୁ କହିଲେ, “ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, “ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।”
پادشاه وی را گفت: «مترس! چه دیدی؟» آن زن در جواب شاول گفت: «خدایی را می‌بینم که از زمین بر می‌آید.»۱۳
14 ଏଥିରେ ଶାଉଲ ତାହାକୁ ପଚାରିଲେ, “ତାହାର ରୂପ କି ପ୍ରକାର?” ସେ କହିଲା, “ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ!” ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।
او وی را گفت: «صورت او چگونه است؟» زن گفت: «مردی پیر بر می‌آید و به ردایی ملبس است.» پس شاول دانست که سموئیل است و روبه زمین خم شده، تعظیم کرد.۱۴
15 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”
و سموئیل به شاول گفت: «چرا مرابرآورده، مضطرب ساختی؟» شاول گفت: «درشدت تنگی هستم چونکه فلسطینیان با من جنگ می‌نمایند و خدا از من دور شده، مرا نه به واسطه انبیا و نه به خوابها دیگر جواب می‌دهد، لهذا تو راخواندم تا مرا اعلام نمایی که چه باید بکنم.»۱۵
16 ଏଥିରେ ଶାମୁୟେଲ କହିଲେ, “ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ?
سموئیل گفت: «پس چرا از من سوال می‌نمایی و حال آنکه خداوند از تو دور شده، دشمنت گردیده است.۱۶
17 ସଦାପ୍ରଭୁ ମୋʼ ଦ୍ୱାରା ଯେପରି କହିଥିଲେ, ସେ ଆପଣା ପାଇଁ ସେପରି କରିଅଛନ୍ତି; ପୁଣି, ସଦାପ୍ରଭୁ ତୁମ୍ଭ ହସ୍ତରୁ ରାଜତ୍ୱ ଟାଣି ଚିରିଅଛନ୍ତି ଓ ତୁମ୍ଭ ପ୍ରତିବାସୀ ଦାଉଦଙ୍କୁ ତାହା ଦେଇଅଛନ୍ତି।
و خداوند به نحوی که به زبان من گفته بود، برای خود عمل نموده است، زیراخداوند سلطنت را از دست تو دریده، آن را به همسایه ات داود داده است.۱۷
18 ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ଡ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି।
چونکه آوازخداوند را نشنیدی و شدت غضب او را برعمالیق به عمل نیاوردی، بنابراین خداوند امروزاین عمل را به تو نموده است.۱۸
19 ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ।”
و خداونداسرائیل را نیز با تو به‌دست فلسطینیان خواهدداد، و تو و پسرانت فردا نزد من خواهید بود، و خداوند اردوی اسرائیل را نیز به‌دست فلسطینیان خواهد داد.»۱۹
20 ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ସାରାଦିନ ଓ ସାରାରାତ୍ରି କିଛି ଭୋଜନ କରି ନ ଥିଲେ।
و شاول فور به تمامی قامتش بر زمین افتاد، و از سخنان سموئیل بسیار بترسید. وچونکه تمامی روز و تمامی شب نان نخورده بود، هیچ قوت نداشت.۲۰
21 ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, “ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି।
و چون آن زن نزد شاول آمده، دید که بسیار پریشان حال است وی راگفت: «اینک کنیزت آواز تو را شنید و جانم را به‌دست خود گذاشتم و سخنانی را که به من گفتی اطاعت نمودم.۲۱
22 ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।”
پس حال تمنا اینکه تو نیز آوازکنیز خود را بشنوی تا لقمه‌ای نان به حضورت بگذارم و بخوری تا قوت یافته، به راه خودبروی.»۲۲
23 ମାତ୍ର ସେ ଅସମ୍ମତ ହୋଇ କହିଲେ, “ମୁଁ ଭୋଜନ କରିବି ନାହିଁ।” ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।
اما او انکار نموده، گفت: «نمی خورم.» لیکن چون خادمانش و آن زن نیز اصرار نمودند، آواز ایشان را بشنید و از زمین برخاسته، بر بسترنشست.۲۳
24 ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।
و آن زن گوساله‌ای پرواری در خانه داشت. پس تعجیل نموده، آن را ذبح کرد و آردگرفته، خمیر ساخت و قرصهای نان فطیر پخت.۲۴
25 ତହୁଁ ସେ ଶାଉଲଙ୍କ ସମ୍ମୁଖକୁ ଓ ତାଙ୍କର ଦାସମାନଙ୍କ ସମ୍ମୁଖକୁ ତାହା ଆଣନ୍ତେ, ସେମାନେ ଭୋଜନ କଲେ। ତହିଁ ଉତ୍ତାରେ ସେହି ରାତ୍ରିରେ ସେମାନେ ଉଠି ଚାଲିଗଲେ।
و آنها را نزد شاول و خادمانش گذاشت که خوردند. پس برخاسته، در آن شب روانه شدند.۲۵

< ପ୍ରଥମ ଶାମୁୟେଲ 28 >