< ପ୍ରଥମ ଶାମୁୟେଲ 3 >
1 ସେସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।
El niño Samuel ministraba a Yahvé ante Elí. La palabra de Yahvé era rara en aquellos días. No había entonces muchas visiones.
2 ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ
En aquel tiempo, cuando Elí estaba acostado en su lugar (ahora sus ojos habían comenzado a oscurecerse, de modo que no podía ver),
3 ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,
y la lámpara de Dios aún no se había apagado, y Samuel se había acostado en el templo de Yahvé donde estaba el arca de Dios,
4 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, “ମୁଁ ଏଠାରେ ଅଛି।”
Yahvé llamó a Samuel. Le dijo: “Aquí estoy”.
5 ପୁଣି, ସେ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ କହିଲେ, “ମୁଁ ଡାକି ନାହିଁ; ଫେରିଯାଇ ଶୁଅ।” ତହୁଁ ସେ ଯାଇ ଶୋଇଲେ;
Corrió hacia Elí y le dijo: “Aquí estoy, porque me has llamado”. Dijo: “No he llamado. Acuéstate de nuevo”. Fue y se acostó.
6 ଏଉତ୍ତାରେ ସଦାପ୍ରଭୁ “ଶାମୁୟେଲ” ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ ଉତ୍ତର ଦେଲେ, “ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।”
Yahvé volvió a llamar: “¡Samuel!” Samuel se levantó y se dirigió a Elí y le dijo: “Aquí estoy, porque me has llamado”. Respondió: “No he llamado, hijo mío. Vuelve a acostarte”.
7 ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।
Samuel aún no conocía a Yahvé ni se le había revelado la palabra de Yahvé.
8 ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।
Yahvé volvió a llamar a Samuel por tercera vez. Se levantó y fue a Elí y le dijo: “Aquí estoy, porque me has llamado”. Elí percibió que Yahvé había llamado al niño.
9 ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, “ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୋ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି।’” ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।
Por eso Elí dijo a Samuel: “Ve, acuéstate. Si te llama, dirás: ‘Habla, Yahvé, porque tu siervo escucha’”. Entonces Samuel fue y se acostó en su lugar.
10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି “ଶାମୁୟେଲ, ଶାମୁୟେଲ,” ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, “କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।”
Llegó Yahvé, se puso de pie y llamó como otras veces: “¡Samuel! Samuel!” Entonces Samuel dijo: “Habla, que tu siervo oye”.
11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
El Señor dijo a Samuel: “He aquí que yo haré en Israel una cosa que hará vibrar los oídos de todo el que la oiga.
12 ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହି ଦିନ ସଫଳ କରିବା।
En aquel día cumpliré contra Elí todo lo que he dicho sobre su casa, desde el principio hasta el fin.
13 ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶପ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।
Porque le he dicho que juzgaré a su casa para siempre por la iniquidad que él conoció, porque sus hijos trajeron una maldición sobre sí mismos, y él no los refrenó.
14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।”
Por eso he jurado a la casa de Elí que la iniquidad de la casa de Elí no se quitará con sacrificio ni con ofrenda para siempre.”
15 ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ।
Samuel se acostó hasta la mañana y abrió las puertas de la casa de Yahvé. Samuel tenía miedo de mostrarle a Elí la visión.
16 ପୁଣି, “ହେ ମୋହର ପୁତ୍ର ଶାମୁୟେଲ,” ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”
Entonces Elí llamó a Samuel y le dijo: “¡Samuel, hijo mío!” Dijo: “Aquí estoy”.
17 ତେବେ ସେ ପଚାରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼ ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼ ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।”
Él dijo: “¿Qué es lo que te ha dicho? Por favor, no me lo ocultes. Dios te lo haga, y más aún, si me ocultas algo de todo lo que te ha hablado”.
18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, “ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।”
Samuel le contó todo y no le ocultó nada. Dijo: “Es Yahvé. Que haga lo que le parezca bien”.
19 ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।
Samuel crecía, y el Señor estaba con él y no dejaba que ninguna de sus palabras cayera en tierra.
20 ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ।
Todo Israel, desde Dan hasta Beerseba, sabía que Samuel había sido establecido como profeta de Yahvé.
21 ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।
Yahvé volvió a aparecer en Silo; porque Yahvé se reveló a Samuel en Silo por palabra de Yahvé.