< ପ୍ରଥମ ଶାମୁୟେଲ 3 >

1 ସେସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।
Yule mtoto Samweli alimtumikia BWANA chini ya uangalizi wa Eli. Neno la BWANA halikupatikana kwa wingi siku hizo; hapakuwa na maono ya mara kwa mara ya kinabii.
2 ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ
Wakati huo, nguvu ya macho ya Eli ilikuwa imefifia kiasi cha kutoweza kuona vizuri, na alikuwa amelala kitandani mwake.
3 ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,
Ile taa ya BWANA bado ilikuwa bado inawaka, na Samweli alikuwa amelala katika nyumba ya BWANA, palipokuwa na sanduku la Mungu.
4 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, “ମୁଁ ଏଠାରେ ଅଛି।”
BWANA akamwita Samweli, naye akaitika, “Niko hapa”
5 ପୁଣି, ସେ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ କହିଲେ, “ମୁଁ ଡାକି ନାହିଁ; ଫେରିଯାଇ ଶୁଅ।” ତହୁଁ ସେ ଯାଇ ଶୋଇଲେ;
Samweli alimwedea Eli na kusema, “Niko hapa, sababu uliniita.” Eli akasema, “Sikukuita; kalale tena.” Hivyo Samweli akarudi na kulala.
6 ଏଉତ୍ତାରେ ସଦାପ୍ରଭୁ “ଶାମୁୟେଲ” ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ ଉତ୍ତର ଦେଲେ, “ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।”
BWANA akamwita tena, “Samweli.” Saamweli aliamka tena na kwenda kwa Eli na kusema, Niko hapa, sababu umeniita.” Eli akajibu, “Sijakuita, mwanangu; kalale tu tena.” 8
7 ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।
Basi Samweli bado hakuwa na uzoefu kuhusu Bwana, wala hakuwahi kupata ujumbe wowote kutoka kwa BWANA ukifunuliwa kwake.
8 ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।
BWANA akamwita tena Samweli kwa mara ya tatu. Samweli alinyanyuka tena na kwenda kwa Eli na kusema, “Niko hapa, sababu uliniita,” Ndipo Eli alitambua kwamba BWANA alimwita kijana.
9 ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, “ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୋ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି।’” ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।
Kisha Eli aka, mwambia Samweli, “Nenda ukalale tena; ikiwa atakuita tena, sharti useme, 'Sema, BWANA, maana mtumwa wako anasikiliza.”' Hivyo Samweli akaenda na kulala mahali pake tena.
10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି “ଶାମୁୟେଲ, ଶାମୁୟେଲ,” ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, “କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।”
BWANA alikuja na kusimama; akaita vilevile kama vile mwanzoni, “Samweli, Samweli.” Ndipo Samweli akasema, “Nena, kwa sababu mtumwa wako anasikiliza.”
11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
BWANA akasema na Samweli, “Tazama, Niko tayari kufanya jambo katika Israeli ambalo masikio ya kila mmoja akisikia atashtuka. -14
12 ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହି ଦିନ ସଫଳ କରିବା।
Siku hiyo nitatimiza kila kitu nilichokisema dhidi ya Eli kuhusu nyumba yake, kutoka mwanzo hadi mwisho.
13 ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶପ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।
Nimemwambia kwamba niko tayari kuhukumu nyumba yake mara moja kwa ile dhambi aliyoifahamu, kwa sababu watoto wake walijiletea laana juu yao wenyewe na hakuwazuia.
14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।”
Hii ndiyo sababu nimeapa kwa nyumba ya Eli, kwamba dhambi za nyumba yake hazitasahehewa kwa dhabihu au kwa sadaka kamwe.” 16
15 ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ।
Samweli akalala hadi asubuhi; baadaye alifungua milango ya nyumba ya BWANA. Lakini Samweli aliogopa kumwambia Eli kuhusu maono hayo.
16 ପୁଣି, “ହେ ମୋହର ପୁତ୍ର ଶାମୁୟେଲ,” ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”
Kisha Eli akamwita Samweli na kusema, “Samweli, mwanangu.” Samweli akasema, “Niko hapa.” 18
17 ତେବେ ସେ ପଚାରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼ ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼ ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।”
Akamuuliza, “Ni neno gani alilokusemesha? Tafadhali usinifiche jambo hilo. Mungu akutendee hivyo na kukuzidishia, endapo utanificha kitu chochote kati ya yote ambayo amesema nawe.”
18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, “ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।”
Samweli akamweleza kila kitu; hakumficha jambo lolote. Eli akasema, “Ni BWANA. Na afanye linaloonekana jema kwake.”
19 ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।
Samweli akakua, na BWANA alikuwa pamoja naye na hakuacha kutimiza maneno yake ya unabii.
20 ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ।
Israeli yote tokea Dani hadi Beersheba walijua kwamba Samweli aliteuliwa kuwa nabii wa BWANA.
21 ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।
Naye BWANA alionekana tena huko Shilo, maana alijifunua mwenyewe kwa Samweli huko Shilo kwa neno lake.

< ପ୍ରଥମ ଶାମୁୟେଲ 3 >