< ପ୍ରଥମ ଶାମୁୟେଲ 30 >

1 ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍‍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍‍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍‍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।
Pa tsiku lachitatu, Davide ndi anthu ake anakafika ku Zikilagi. Tsono anapeza Aamaleki atawononga kale dera la Negevi ndi Zikilagi. Anathira nkhondo mzinda wa Zikilagi ndi kuwutentha ndi moto.
2 ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।
Anatenga akazi ndi onse amene anali mʼmenemo akuluakulu ndi angʼono omwe kuti akakhale akapolo. Sanaphe aliyense koma anawatenga amoyo napita nawo.
3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।
Davide ndi anthu ake atafika ku Zikilagi anapeza kuti mzindawo watenthedwa ndi moto ndipo akazi awo, ana awo, amuna ndi akazi atengedwa ukapolo.
4 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।
Kotero Davide ndi anthu ake analira mofuwula mpaka analibenso mphamvu zolirira.
5 ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।
Akazi awiri a Davide, Ahinoamu wa ku Yezireeli ndi Abigayeli mkazi wa Nabala wa ku Karimeli anatengedwanso.
6 ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।
Davide anavutika kwambiri mu mtima mwake chifukwa anthu amakamba zoti amuponye miyala popeza aliyense anali ndi chisoni pokumbukira ana ake aamuna ndi aakazi. Koma Davide anapeza mphamvu mwa Yehova Mulungu wake.
7 ଏଉତ୍ତାରେ ଦାଉଦ ଅହୀମେଲକ୍‍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, “ମୋʼ କତିକି ଟିକିଏ ଏଫୋଦ ଆଣିଲ।” ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।
Kenaka Davide anawuza wansembe Abiatara, mwana wa Ahimeleki kuti, “Ndipatse efodi ija.” Abiatara anabwera nayo efodiyo.
8 ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, “ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି?” ତହିଁରେ ସେ ତାଙ୍କୁ କହିଲେ, “ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନ ହୋଇ ସମସ୍ତଙ୍କୁ ଉଦ୍ଧାର କରିବ।”
Tsono Davide anapempha nzeru kwa Yehova nati, “Kodi ndilitsatire gulu lankhondoli? Kodi ndidzawapambana?” Yehova anayankha kuti, “Litsatire, iwe udzawapambana ndithu ndipo udzapulumutsa anthu ako.”
9 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍‍ ପରିତ୍ୟକ୍ତ ଲୋକମାନେ ରହିଗଲେ।
Davide pamodzi ndi anthu ake 600 aja ananyamuka nafika ku mtsinje wa Besori. Kumeneko anasiyako anthu ena.
10 ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳାନ୍ତ ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ।
Davide ndi anthu ake 400 anapitirira kuwalondola Aamaleki aja. Koma anthu ena 200 anatsala popeza anatopa moti sakanatha kuwoloka mtsinje wa Besori uja.
11 ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;
Anthu amene anali ndi Davide anapeza Mwigupto mʼmunda wina ndipo anabwera naye kwa Davide. Iwo anamupatsa madzi kuti amwe ndi chakudya kuti adye.
12 ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳ ପାନ କରି ନ ଥିଲା।
Anamupatsanso chidutswa cha keke yankhuyu ndi makeke awiri a mphesa zowumika kuti adye. Atadya anapezanso mphamvu popeza anakhala masiku atatu wosadya kapena kumwa kanthu kalikonse.
13 ଏଥିରେ ଦାଉଦ ତାହାକୁ ପଚାରିଲେ, “ତୁମ୍ଭେ କାହାର ଲୋକ? ଓ ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଜଣେ ମିସରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।
Davide anafunsa kuti, “Kodi ndiwe yani, ndipo ukuchokera kuti?” Iye anayankha kuti, “Ine ndine Mwigupto, kapolo wa Mwamaleki. Mbuye wanga anandisiya nditayamba kudwala masiku atatu apitawo.
14 ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍‍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।”
Ife tinathira nkhondo dera la kummwera kwa mayiko a Akereti, dera la Yuda, ndi dera la kummwera kwa mayiko a Kalebe. Mzinda wa Zikilagi tinawutentha ndi moto.”
15 ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ?” ତହୁଁ ସେ କହିଲା, “ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।”
Davide anamupempha kuti, “Kodi unganditsogolere kumene kuli gulu lankhondoli?” Iye anayankha kuti, “Mukandilonjeza molumbira kuti simudzandipha kapena kundipereka kwa mbuye wanga, ine ndikulondolerani kumene kuli gululo.”
16 ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।
Mwigupto uja anaperekeza Davide. Tsono Aamaleki anali atamwazikana ponseponse. Iwo ankadya, kumwa ndi kuvina chifukwa cha zofunkha zambiri zimene anatenga ku dziko la Afilisti ndi ku dziko la Ayuda.
17 ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।
Tsono Davide anawakantha kuyambira madzulo atsikulo mpaka madzulo a tsiku linalo. Palibe anapulumuka kupatula anyamata 400 amene anakwera pa ngamira nʼkuthawa.
18 ପୁଣି, ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ।
Choncho Davide analanditsa zinthu zonse zimene Aamaleki aja anatenga. Anapulumutsanso akazi ake awiri aja.
19 ପୁଣି, ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ।
Palibe chimene chinasowa anthu onse, kuyambira wamngʼono mpaka wamkulu, mnyamata mpaka mtsikana anapulumutsidwa. Davide anapulumutsa chilichonse chimene anafunkha Aamaleki aja.
20 ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି, ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।
Anapulumutsanso nkhosa ndi ngʼombe zonse. Tsono anthu ankakusa ziwetozo namati, “Izi ndizo zofunkha za Davide.”
21 ଏଉତ୍ତାରେ ଅତି କ୍ଳାନ୍ତ ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି, ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।
Davide anafika ku malo kumene kunali anthu 200 otopa kwambiri aja amene sanathe kutsagana naye koma anangokhala ku mtsinje wa Besori. Tsono ananyamuka kuti akumane ndi Davide pamodzi ndi anthu amene anali naye. Davide anawayandikira nawalonjera.
22 ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, “ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।”
Tsono anthu ena oyipa mtima achabechabe mwa amene anatsagana ndi Davide aja anati, “Popeza awa sanapite nafe, sitiwapatsako zofunkha zimene tapulumutsazi, kupatula kuti aliyense atenge mkazi wake ndi ana ake azipita.”
23 ଏଥିରେ ଦାଉଦ ସେମାନଙ୍କୁ କହିଲେ, “ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।
Koma Davide anawayankha kuti, “Ayi, abale anga, musachite zimenezi ndi zinthu zimene Yehova watipatsa. Iye watisunga ndi kupereka mʼmanja mwathu gulu la ankhondo limene linabwera kudzalimbana nafe.
24 ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”
Ndani angakumvereni zimene mukunenazi? Gawo la munthu amene anapita kukamenya nkhondo likhale lofanana ndi la munthu amene anatsala pano kuyangʼanira katundu wathu. Pasakhale kusiyana kulikonse.”
25 ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।
Choncho Davide anakhazikitsa ngati lamulo mʼchitidwe woterewu pakati pa Aisraeli kuyambira tsiku limenelo mpaka lero.
26 ଏଉତ୍ତାରେ ଦାଉଦ ସିକ୍ଲଗ୍‍ରେ ଉପସ୍ଥିତ ହୁଅନ୍ତେ, ସେ ବେଥେଲ୍‍ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍‍ ଓ ଯତ୍ତୀର
Davide atafika ku Zikilagi, anatumiza zina mwa zofunkhazo kwa akuluakulu a Yuda, amene anali abwenzi ake. Anati, “Nayi mphatso yanu yochokera pa zofunkha za adani a Yehova.”
27 ଓ ଅରୋୟେର ଓ ଶିଫ୍‍ମୋତ୍‍ ଓ ଇଷ୍ଟିମୋୟ;
Iye anatumiza mphatsozo kwa anthu a ku Beteli, Ramoti-Negavi, Yatiri,
28 ରାଖଲ ଓ ଯିରହମେଲୀୟମାନଙ୍କ ନଗର ଓ କେନୀୟମାନଙ୍କ ନଗର
Aroeri, Sifimoti, Esitemowa
29 ଓ ହର୍ମା ଓ କୋରାଶନ ଓ ଅଥାକ୍‍
Rakala, mizinda ya fuko la Ayerahimeeli, mizinda ya fuko la Akeni,
30 ଓ ହିବ୍ରୋଣ ଓ ଯେ ଯେ ସ୍ଥାନରେ ଦାଉଦଙ୍କର ଓ ତାଙ୍କ ଲୋକମାନଙ୍କର ଗମନାଗମନ ହୋଇଥିଲା,
a ku Horima, Borasani, Ataki,
31 ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, “ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟି।”
Hebroni pamodzi ndi onse a kumalo kumene Davide ndi anthu ake anakhala akuyendayendako.

< ପ୍ରଥମ ଶାମୁୟେଲ 30 >