< ପ୍ରଥମ ଶାମୁୟେଲ 30 >
1 ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।
Nithum jouvin, David le aloite ain’u Ziklag khopi agalhun phatun, Amalek miten Negev chule Ziklag ana sat uva, Ziklag khopi chu meiya ana hal vam’u agatoh khauvin ahi.
2 ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।
Mihem khatcha that louvin, numeile chapang gei geiyin ana kaimang uvin ahi.
3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।
Chuin David le amihon thilsoh le akisuh chimit chu amuva chule insung uva thil anasoh ho amu phat uvin,
4 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।
Amaho ha kan akap’un, acholdeh chan geiyin akap un ahi.
5 ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।
David jiteni, Jezreela akona Ahinoam chule Carmel akona Nabal meithai, Abigail, teni jong chu akaimang nalah uva chu jaotha’ah ahi.
6 ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।
Hijeh chun, David jong alung himo behseh jengtan ahi, ajeh chu amiteho jile chateho jong ana kaimang u ahi. Ahinlah David in Pathen akon in thahatna akimu ben ahi.
7 ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, “ମୋʼ କତିକି ଟିକିଏ ଏଫୋଦ ଆଣିଲ।” ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।
Hijeh chun Abiathar in thempupa jah’a, “Thempu von ompho chu neihin hoipeh in,” ati. Hijeh chun Abiathar in hichu ahinchoi peh’in ahi
8 ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, “ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି?” ତହିଁରେ ସେ ତାଙ୍କୁ କହିଲେ, “ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନ ହୋଇ ସମସ୍ତଙ୍କୁ ଉଦ୍ଧାର କରିବ।”
Chuin David in jong Pakai adongin, “Hiche Amalek mite hi anung’u del leng kaphah ding hinam?” atileh Pakaiyin ahin adonbut in, “Henge, dellin, akaimangsa jouse jong nanung mu kit ding ahi!” ati.
9 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍ ପରିତ୍ୟକ୍ତ ଲୋକମାନେ ରହିଗଲେ।
Hijeh chun David in mi jagup akigot in, Besor vadung ahungpha tauve.
10 ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳାନ୍ତ ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ।
Sepaite jani vang chu Besor vadung agalkai ding’u chu alel behseh jeh’u chun, David chun amoh cheng mi jali toh adeltou peh uvin ahi.
11 ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;
Ache uva ahile gamlah ah Egypt mite khat amandoh uvin David henga ahin akailut tauve. Amahon nehding changlhah phabep chule adonding twi apeuvin ahi.
12 ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳ ପାନ କରି ନ ଥିଲା।
Chule theichang-ga a kisem changlhah lhon jong apeuvin aneh a adon jou phat in atha ahung hat dohtan ahi. Ajeh chu an nelou twidon louva nithum le janthum jen kelthoh a um anahitai.
13 ଏଥିରେ ଦାଉଦ ତାହାକୁ ପଚାରିଲେ, “ତୁମ୍ଭେ କାହାର ଲୋକ? ଓ ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଜଣେ ମିସରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।
Chuin David in, “Hoiya hungkon nahia, koimi nahim” tia adoh le, “Keima Egypt mi gollhang kahin, Amalek mikhat soh kahi, nithum masanga pat’a chu damlou kahi, kadammo a kipat’a ka pakaipan eidalhah ahitai.
14 ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।”
Judah gamsung a Chereth mite gamsung’a Negev khopi, Caleb phung mite gamsung kachom un, chule Ziklag khopi chu meiyin kahal lhah uva hung kile kahiuve,” ati.
15 ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ?” ତହୁଁ ସେ କହିଲା, “ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।”
Hichun David in, “Hiche michom ho koma chu neipuilut thei ding ham?” tia adoh le, gollhangpan, “Keima neitha da-a, chule kapu henga neipehdoh kit lou ding’a, Pathen min’a nakihahsel le, keiman napui nange,” ati.
16 ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।
Hijeh chun David chu apuijin ahile amahon Amalek miteho chun Philistine gamsung le Judah gamsung’a kona achomdoh thilkeo simsen lou kipapina’a golnop abol uva, muntina akithe thang uva, ane pet u, adon pet u chule ala pet u, atohkha tauvin ahi.
17 ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।
Chuti chun David le amiten anokhum un, jan khovah keiyin Amalek mite chu athat un ajing nilhum keiyin nilhangkai chan geiyin athat jing un ahi. Gollhang mi jali sangong sang chunga tou’a ajamdoh ho tilou adangse vang athat soh hel in ahi.
18 ପୁଣି, ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ।
Amalek miten alahpeh jouseu chu David in abonchan ainneipi teni jaonan anung lah peh kittai.
19 ପୁଣି, ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ।
Imacha jong amangthah den aumpoi, aneo alen, chapa ahiloule chanu, abonchan akinung mu kittai.
20 ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି, ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।
David chun kelngoi hon le bonghon jouse jong abonchan anung lah peh kit in, amiten ahin hoilut soh tauve. Hichun amahon, “Hiche hi David in gal’a achom doh ho ahi,” atiuve.
21 ଏଉତ୍ତାରେ ଅତି କ୍ଳାନ୍ତ ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି, ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।
Chuin David chu chol behseh jeh a Besor vadunga kidalha sepai jani heng’a achen, David le aloi adangho amuphat uvin ahung potdoh uvin, kipah le thanom tah in ahung lamtouvin ahi.
22 ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, “ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।”
Ahin David mite lah miphalou boina sem jeng miphabep khat ho chun, “Hiche eihotoh kilhonkhom lou ho hin hiche thilkeo kichomdoh hohi kilah thei pouvinte,” ahin tiuve.
23 ଏଥିରେ ଦାଉଦ ସେମାନଙ୍କୁ କହିଲେ, “ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।
Ahinlah David in, “Ahipoi, kasopi teho, hiche thilkeo chunga hin kilosepou hite. Aman damsella eiven uva, galte eijosah uva, ijakaija eikithopiuva,
24 ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”
Eihon hitia hi thu isei uleh kon nasei angai ding ham? Galkonpa chan jat chu thil ngahpa jong chang tei ding ahi,” tin ahin donbut in ahi.
25 ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।
Hiche nia kipan chun David in chonna dan ding ana sem in, tuni geiyin Israel sunga chonna dan in akimangtai.
26 ଏଉତ୍ତାରେ ଦାଉଦ ସିକ୍ଲଗ୍ରେ ଉପସ୍ଥିତ ହୁଅନ୍ତେ, ସେ ବେଥେଲ୍ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍ ଓ ଯତ୍ତୀର
Ziklag ahunglhun phat in, gal’a kihom doh thilkeo phabep chu aloi agol Judaho athot in hitin aseiye, “Hiche thilpeh hi nangho ding ahi, Pakai dougal teho a kon ahi,” ati.
27 ଓ ଅରୋୟେର ଓ ଶିଫ୍ମୋତ୍ ଓ ଇଷ୍ଟିମୋୟ;
Athilkeo athot hochu anoiya khomite ding hi ahi, Bethel, Ramoth-negev, Jattir,
28 ରାଖଲ ଓ ଯିରହମେଲୀୟମାନଙ୍କ ନଗର ଓ କେନୀୟମାନଙ୍କ ନଗର
Aroer, Siphmoth, Eshtermoa,
29 ଓ ହର୍ମା ଓ କୋରାଶନ ଓ ଅଥାକ୍
Jerah’meel khopi Racal, Ken mite khopi dung’a chengte,
30 ଓ ହିବ୍ରୋଣ ଓ ଯେ ଯେ ସ୍ଥାନରେ ଦାଉଦଙ୍କର ଓ ତାଙ୍କ ଲୋକମାନଙ୍କର ଗମନାଗମନ ହୋଇଥିଲା,
Hormah, Bor-ashan, Athach,
31 ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, “ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟି।”
Hebron chujongle David le asepaite toh akilon na muntin na athotsoh kei uvin ahi.