< ପ୍ରଥମ ଶାମୁୟେଲ 30 >

1 ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍‍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍‍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍‍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।
ダビデと其從者第三日にチクラグにいたるにアマレク人すでに南の地とチクラグを侵したりかれらチクラグを撃ち火をもて之を燬き
2 ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।
其中に居りし婦女を擄にし老たるをも若きをも一人も殺さずして之をひきて其途におもむけり
3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।
ダビデと其從者邑にいたりて視に邑は火に燬けその妻と男子女子は擄にせられたり
4 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।
ダビデおよびこれとともにある民聲をあげて哭き終に哭く力もなきにいたれり
5 ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।
ダビデのふたりの妻すなはちヱズレル人アヒノアムとカルメル人ナバルの妻なりしアビガルも虜にせられたり
6 ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।
時にダビデ大に心を苦めたり其は民おのおの其男子女子のために氣をいらだてダビデを石にて撃んといひたればなりされどダビデ其神ヱホバによりておのれをはげませり
7 ଏଉତ୍ତାରେ ଦାଉଦ ଅହୀମେଲକ୍‍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, “ମୋʼ କତିକି ଟିକିଏ ଏଫୋଦ ଆଣିଲ।” ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।
ダビデ、アヒメレクの子祭司アビヤタルにいひけるは請ふエポデを我にもちきたれとアビヤタル、エポデをダビデにもちきたる
8 ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, “ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି?” ତହିଁରେ ସେ ତାଙ୍କୁ କହିଲେ, “ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନ ହୋଇ ସମସ୍ତଙ୍କୁ ଉଦ୍ଧାର କରିବ।”
ダビデ、ヱホバに問ていひけるは我此軍の後を追ふべきや我これに追つくことをえんかとヱホバかれにこたへたまはく追ふべし爾かならず追つきてたしかに取もどすことをえん
9 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍‍ ପରିତ୍ୟକ୍ତ ଲୋକମାନେ ରହିଗଲେ।
ダビデおよびこれとともなる六百人の者ゆきてベソル川にいたれり後にのこれる者はここにとどまる
10 ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳାନ୍ତ ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ।
即ちダビデ四百人をひきゐて追ゆきしが憊れてベソル川をわたることあたはざる者二百人はとどまれり
11 ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;
衆人野にて一人のエジプト人を見これをダビデにひききたりてこれに食物をあたへければ食へりまたこれに水をのませたり
12 ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳ ପାନ କରି ନ ଥିଲା।
すなはち一段の乾無花果と二球の乾葡萄をこれにあたへたり彼くらひて其氣ふたたび爽かになれりかれは三日三夜物をもくはず水をものまざりしなり
13 ଏଥିରେ ଦାଉଦ ତାହାକୁ ପଚାରିଲେ, “ତୁମ୍ଭେ କାହାର ଲୋକ? ଓ ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଜଣେ ମିସରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।
ダビデかれにいひけるは爾は誰の人なる爾はいづくの者なるやかれいひけるは我はエジプトの少者にて一人のアマレク人の僕なり三日まへに我疾にかかりしゆゑにわが主人我をすてたり
14 ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍‍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।”
我らケレテ人の南とユダの地とカレブの南ををかしまた火をもてチクラグをやけり
15 ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ?” ତହୁଁ ସେ କହିଲା, “ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।”
ダビデかれにいひけるは爾我を此軍にみちびきくだるやかれいひけるは爾我をころさずまた我をわが主人の手にわたさざるを神をさして我に誓へ我爾を此軍にみちびきくだらん
16 ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।
かれダビデをみちびきくだりしが視よ彼等はペリシテ人の地とユダの地より奪ひたる諸の大なる掠取物のためによろこびて飮食し踊りつつ地にあまねく散ひろがりて居る
17 ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।
ダビデ暮あひより次日の晩にいたるまでかれらを撃しかば駱駝にのりて逃げたる四百人の少者の外は一人ものがれたるもの无りき
18 ପୁଣି, ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ।
ダビデはすべてアマレク人の奪ひたる物を取りもどせり其二人の妻もダビデとりもどせり
19 ପୁଣି, ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ।
小きも大なるも男子も女子も掠取物もすべてアマレク人の奪さりし物は一も失はずダビデことごとく取かへせり
20 ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି, ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।
ダビデまた凡の羊と牛をとれり人々この家畜をそのまへに驅きたり是はダビデの掠取物なりといへり
21 ଏଉତ୍ତାରେ ଅତି କ୍ଳାନ୍ତ ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି, ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।
かくてダビデかの憊れてダビデにしたがひ得ずしてベソル川のほとりに止まりし二百人の者のところにいたるに彼らダビデをいでむかへまたダビデとともなる民をいでむかふダビデかの民にちかづきてその安否をたづぬ
22 ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, “ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।”
ダビデとともにゆきし人々の中の惡く邪なる者みなこたへていひけるは彼等は我らとともにゆかざりければ我らこれに取りもどしたる掠取物をわけあたふべからず唯おのおのにその妻子をあたへてこれをみちびきさらしめん
23 ଏଥିରେ ଦାଉଦ ସେମାନଙ୍କୁ କହିଲେ, “ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।
ダビデ言けるはわが兄弟よヱホバ我らをまもり我らにせめきたりし軍を我らの手にわたしたまひたれば爾らヱホバのわれらにたまひし物をしかするは宜からず
24 ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”
誰か爾らにかかることをゆるさんや戰ひにくだりし者の取る分のごとく輜重のかたはらに止まりし者の取る分もまた然あるべし共にひとしく取るべし
25 ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।
この日よりのちダビデこれをイスラエルの法となし例となせり其事今日にいたる
26 ଏଉତ୍ତାରେ ଦାଉଦ ସିକ୍ଲଗ୍‍ରେ ଉପସ୍ଥିତ ହୁଅନ୍ତେ, ସେ ବେଥେଲ୍‍ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍‍ ଓ ଯତ୍ତୀର
ダビデ、チクラグにいたりて其掠取物をユダの長老なる其朋友にわかちおくりて曰しめけるは是はヱホバの敵よりとりて爾らにおくる饋物なり
27 ଓ ଅରୋୟେର ଓ ଶିଫ୍‍ମୋତ୍‍ ଓ ଇଷ୍ଟିମୋୟ;
ベテルにをるもの南のラモテにをるものヤツテルにをる者
28 ରାଖଲ ଓ ଯିରହମେଲୀୟମାନଙ୍କ ନଗର ଓ କେନୀୟମାନଙ୍କ ନଗର
アロエルにをる者シフモテにをるものエシテモにをるもの
29 ଓ ହର୍ମା ଓ କୋରାଶନ ଓ ଅଥାକ୍‍
ラカルにをるものヱラメル人の邑にをるものケニ人の邑にをるもの
30 ଓ ହିବ୍ରୋଣ ଓ ଯେ ଯେ ସ୍ଥାନରେ ଦାଉଦଙ୍କର ଓ ତାଙ୍କ ଲୋକମାନଙ୍କର ଗମନାଗମନ ହୋଇଥିଲା,
ホルマにをるものコラシヤンにをるものアタクにをるもの
31 ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, “ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟି।”
ヘブロンにをるものおよびすべてダビデが其從者とともに毎にゆきし所にこれをわかちおくれり

< ପ୍ରଥମ ଶାମୁୟେଲ 30 >